ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି। ପ୍ରଥମେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଲେ ଟାର୍ଗେଟ ଏହାପରେ ତା’ର କାଉଣ୍ଟରରେ ଲୁଙ୍ଗି ପିନ୍ଧି ସାମ୍ବାଦିକ ସମ୍ମିଳନୀ କରିଛନ୍ତି ବିଜେଡି ରାଜ୍ୟ ସଭା ଏମପି ସସ୍ମିତ ପାତ୍ର ଓ ମୁଖପାତ୍ର ସ୍ବୟଂ ପ୍ରକାଶ ମହାପାତ୍ର। ଦୁଇଜଣ ଏହି ସାମ୍ବାଦିକ ସମ୍ମିଳନୀ କରି ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କରିଛନ୍ତି। ଏବେ ଏହି ଲୁଙ୍ଗିକୁ ନେଇ ରାଜନୀତିରେ ମହାଭାରତ ସୃଷ୍ଟି ହୋଇଛି।

ମୁଖ୍ଯମନ୍ତ୍ରୀଙ୍କ ଯୋଡିଶଙ୍ଖ ଭିଡିଓ ପରେ ରାଜ୍ୟରେ ଲୁଙ୍ଗି ରାଜନୀତି ତେଜିବାରେ ଲାଗିଛି। ସୋମବାର ରାତିରେ ନିଜ ଇନଷ୍ଟା ଆକାଉଣ୍ଟରେ ମୁଖ୍ଯମନ୍ତ୍ରୀ ଏହି ଭିଡିଓ ଶେୟାର କରିଥିଲେ। ଯେଉଁଥିରେ ମୁଖ୍ୟମନ୍ତ୍ରୀ ଲୁଙ୍ଗି ପିନ୍ଧି ଥିବାର ନଜର ଆସିଥିଲେ। ଯାହାକୁ କିଛି ସମୟ ଭିତରେ ଲକ୍ଷ ଲକ୍ଷ ଲୋକ ଦେଖିଥିଲେ। ଆଉ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗି ପିନ୍ଧିବା ଭିଡିଓକୁ ନେଇ କଡ଼ା ସମାଲୋଚନା କରିଥିଲେ ଧର୍ମେନ୍ଦ୍ର। ମଙ୍ଗଳବାର ଝାରସୁଗୁଡ଼ା ଲଇକରାର ଏକ ସଭାରେ ଯୋଗଦେଇ ସେ କହିଥିଲେ ଯେ, ଗତକାଲିର ଏକ ଭିଡିଓରେ ନବୀନ ବାବୁ ଲୁଙ୍ଗି ପିନ୍ଧି ଆସିଥିଲେ ଓ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ କହିଥିଲେ। ଲୁଙ୍ଗି ନ ପିନ୍ଧାଇ କୁର୍ତ୍ତା ପାଇଜାମା ପିନ୍ଧାଇ ଭିଡିଓ କରିଥିଲେ ଭଲ ହୋଇଥାନ୍ତା ବୋଲି କହି କଟାକ୍ଷ କରିଥିଲେ ଧର୍ମେନ୍ଦ୍ର। ଯାହାକୁ ମଙ୍ଗଳବାର ପ୍ରେସମିଟ୍ କରି କାଉଣ୍ଟର କରିଛି ବିଜେଡି।

ବିଜେଡି ରାଷ୍ଟ୍ରୀୟ ମୁଖପାତ୍ର ସସ୍ମିତ ପାତ୍ର କହିଛନ୍ତି, ‘ନବୀନ ପିନ୍ଧିଥିବା ଲୁଙ୍ଗି ସମ୍ବଲପୁରୀ ବୁଣାକାରମାନଙ୍କ ଦ୍ବାରା ପ୍ରସ୍ତୁତ। ଶହ ଶହ ବୁଣାକାର ଶ୍ରମ ଦେଇ ଏହି ଲୁଙ୍ଗି ପ୍ରସ୍ତୁତ କରିଥାନ୍ତି। ଏହା ଆମ ପରମ୍ପରା। ଗ୍ରାମାଞ୍ଚଳରେ ରହୁଥିବା ଲକ୍ଷ ଲକ୍ଷ ଓଡିଆ ଲୁଙ୍ଗି ପିନ୍ଧନ୍ତି। ତେଣୁ ମୁଖ୍ଯମନ୍ତ୍ରୀ ପିନ୍ଧିଥିବା ଲୁଙ୍ଗିକୁ ନୁହେଁ ବୁଣାକାରଙ୍କୁ ଅସମ୍ମାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେବଳ ସେତିକି ନୁହେଁ ସେ ସମ୍ବଲପୁରୀ ସଂସ୍କୃତିକୁ ମଧ୍ଯ ଆଘାତ ଦେଇଛନ୍ତି’। ତେଣୁ ସେ ରାଜ୍ଯର ବୁଣାକାରଙ୍କୁ କ୍ଷମା ମାଗନ୍ତୁ ବୋଲି ସସ୍ମିତ ଦାବି କରିଛନ୍ତି। ଏହାସହ ବିଜେଡି ମୁଖପାତ୍ର ସ୍ବଂୟପ୍ରକାଶ ମହାପାତ୍ର ମଧ୍ୟ ଟାର୍ଗେଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri