Posted inରାଜ୍ୟ

୨୫ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା, ଜାଣନ୍ତୁ କେଉଁଠି ଛୁଇଁବ ଉପକୂଳ

ଭୁବନେଶ୍ୱର,୨୩।୫: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା କାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତ ପରିଣତ ହୋଇପାରେ। ପରେ ୨୫ ସକାଳ ସୁଦ୍ଧା ଏହା ବାତ୍ୟା ରୂପ ନେବ।ପରେ ୨୬ସନ୍ଧ୍ୟା ସୁଦ୍ଧା ଗୋଟିଏ ଭୀଷଣବାତ୍ୟା ଭାବେ ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପଖାପାଖି ସମୁଦ୍ର ମଧ୍ୟରେ ପହଞ୍ଚିବାର ସମ୍ଭାବନା ରହିଛି।

ଏହି ସଦୃଶ ଲଘୁଚାପ ଏବେ ଉତ୍ତର ପୂର୍ବ ଦିଗକୁ ଗତି କରୁଛି। ପରବର୍ତ୍ତୀ ସମୟରେ ଏହା ଅବପାତରେ ପରିଣତ ହୋଇ ସମାନ ଦିଗରେ ଗତି କାରବାର ସମ୍ଭାବନା ରହିଛି। ୨୪ ମେ, ୨୦୨୪ ପୂର୍ବାହ୍ନ ସୁଦ୍ଧା ବଙ୍ଗୋପସାଗର କେନ୍ଦ୍ରୀୟ ଅଂଶ ଉପରେ ଏହା ଏକ ବାତ୍ୟାର ପରିବର୍ତନ ହୋଇ ଉତ୍ତର-ପୂର୍ବ ଦିଗକୁ ଗତି କରିବାର ସମ୍ଭାବନା ଅଧିକ ରହିଛି।

ଏହାପରେ ୨୫ ସକାଳ ସୁଦ୍ଧା ବଙ୍ଗୋପସାଗରର ପୂର୍ବ କେନ୍ଦ୍ରୀୟ ଉପକୂଳରେ ଏହି ବାତ୍ୟା ଆହୁରି ତୀବ୍ର ହେବ। ପରବର୍ତ୍ତୀ ସମୟରେ, ଏହା ପ୍ରାୟ ଉତ୍ତର ଦିଗକୁ ଗତି କରିବ ଏବଂ ବାଂଲାଦେଶ ନିକଟରେ ଏବଂ ପଶ୍ଚିମବଙ୍ଗ ଉପକୂଳରେ ୨୬ ମଇ ସନ୍ଧ୍ୟା ସୁଦ୍ଧା ଏକ ଘୂର୍ଣ୍ଣିବଳୟ ଭାବରେ ପହଞ୍ଚିବ।

ଏହି ସମୟରେ ଓଡ଼ିଶାର ଉପକୂଳ ଜିଲାରେ ବର୍ଷ ହେବାର ସମ୍ଭାବନା ରହିଛି।

Image


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ପରେ ପୁଅଙ୍କୁ ମିଳିଲା ଆଇନ ବିଭାଗ

ଭୁବନେଶ୍ୱର,୧୬ା୬(ଅନିଲ ଦାସ)ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହୋଇଛି। ମନ୍ତ୍ରିମଣ୍ଡଳରେ ଚିଲିକା ବିଧାୟକ ପୃଥ୍ବୀରାଜ ହରିଚନ୍ଦନଙ୍କୁ କ୍ୟାବିନେଟ ମନ୍ତ୍ରୀ ପାହ୍ୟା ମିଳିଛି। ତାଙ୍କୁ...

ପିସି ନେଲେ କି ଦେଲେ ଦଳରୁ ବିଦା: ମନମୋହନ

ଚାନ୍ଦବାଲି,୧୬ା୬(କିଷାନ ପାତ୍ର)ଓଡ଼ିଶାରେ ଏବେ ଭାଜପା ସରକାର ଗଠନ କରିଛି। ଭାଜପା ସରକାର ହେଉଛି ସାଧାରଣ ଲୋକଙ୍କ ସରକାର। ଲୋକଙ୍କ କାମ ସୁବିଧାରେ ଓ ମାଗଣାରେ ହେବ।...

ପୂର୍ବ ଶଙ୍କରାଚାର୍ଯ୍ୟଙ୍କ ସମାଧି ସ୍ଥାନରେ ଘର ନିର୍ମାଣ ଅଭିଯୋଗ

ପୁରୀ,୧୬ା୬(ଅଜିତ୍‌ କୁମାର ମହାନ୍ତି)ସନାତନ ହିନ୍ଦୁ ଧର୍ମରେ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କ ସ୍ଥାନ ସର୍ବୋଚ୍ଚ। ଚାରିଗୋଟି ପୀଠ ମଧ୍ୟରୁ ପୁରୀର ଗୋବର୍ଦ୍ଧନ ପୀଠ ଅନ୍ୟତମ। ଆଦି ଶଙ୍କରଙ୍କ ପରେ...

ସଞ୍ଜୟଙ୍କୁ ଯୁବ, ମାନସଙ୍କୁ ବାଲ୍‌

ଭୁବନେଶ୍ୱର,୧୬।୬ (ଶର୍ମିଷ୍ଠା ପାଣିଗ୍ରାହୀ)କେନ୍ଦ୍ର ସାହିତ୍ୟ ଏକାଡେମୀର ଯୁବ ଓ ବାଲ୍‌ ପୁରସ୍କାର – ୨୦୨୪ ଶନିବାର ଘୋଷଣା କରାଯାଇଛି। ଓଡ଼ିଆ ଭାଷାରେ ଯୁବ କଥାକାର ସଞ୍ଜୟ...

ମନ୍ତ୍ରୀମାନଙ୍କୁ ମିଳିଲା ଦାୟିତ୍ୱ, ନୂଆ CM ଙ୍କ ପାଖରେ ଗୃହ, ଅର୍ଥ

ଭୁବନେଶ୍ୱର,୧୬ା୬ (ଅନିଲ ଦାସ)ଓଡ଼ିଶାରେ ପ୍ରଥମ ଭାଜପା ସରକାର ଗଠନ ହେବାର ୩ ଦିନ ପରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ରାଜ୍ୟପାଳ ରଘୁବର ଦାସଙ୍କ ଅନୁମୋଦନ...

ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ

ଭୁବନେଶ୍ବର,୧୫।୬: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ଶନିବାର ପରଲୋକ ହୋଇଛି। ମୁରଲୀଧରଙ୍କ ପରଲୋକ ଖବର ଜାଣିବା ପରେ ବର୍ତ୍ତମାନ...

ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ହାତରେ ରହିଛି ଏହି ଗୁରୁତ୍ୱପୂର୍ଣ୍ଣ ବିଭାଗ, ଜାଣନ୍ତୁ…

ଭୁବନେଶ୍ୱର,୧୫ା୬: ରାଜ୍ୟରେ ନୂଆ ସରକାରରେ ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ କୃଷି ଓ କୃଷକ ସଶକ୍ତିକରଣ,...

ନୂଆ ପନ୍ଥା ଆପଣାଇ ଯବାନଙ୍କ ଉପରେ ଆକ୍ରମଣ କରୁଛନ୍ତି ମାଓବାଦୀ, ୩ ସ୍ନାଇପର ଜ୍ୟାକେଟ୍‌ ଜବତ

ମାଲକାନଗିରି,୧୫ା୬(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ ମାଓବାଦୀଙ୍କ ପ୍ରାଦୁର୍ଭାବ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୁକ୍‌ମା ଜିଲା କଙ୍ଗାଲତୋଙ୍ଗ ଜଙ୍ଗଲରେ ଡିଆର୍‌ଜି, ବସ୍ତର ଫାଇଟର୍ସ ଓ କୋବ୍ରା ବାହିନୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri