ବାତ୍ୟା ମିଗଜୋମ: ପ୍ରବଳ ବର୍ଷାରୁ ଶିବାଲିଙ୍ଗାପୁର ଷ୍ଟେସନ ନିକଟରେ ପାହାଡ଼ରୁ ପଥର ଖସି ଟ୍ରେନ ଚଳାଚଳ ବ୍ୟାହତ, ବାତିଲ ହେଲା ୪ଟ୍ରେନ

କୋରାପୁଟ,୫।୧୨(ଅମିତାଭ ବେହେରା): ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ଛତିଶଗଡ଼ ରାଜ୍ୟର କିରାଣ୍ଡୁଲ ପର୍ଯ୍ୟନ୍ତ ଲମ୍ବିଥିବା କେକେ ରେଳପଥ ଆନ୍ଧ୍ରର ଆରକୁ ଅଞ୍ଚଳର ତ୍ୟାଡା ଓ ଶିବଲିଙ୍ଗପୁରମ ରେଳଷ୍ଟେଶନ ମଧ୍ୟରେ ପ୍ରବଳ ବର୍ଷା ଯୋଗୁ ମଙ୍ଗଳବାର ସଂଧ୍ୟାରେ ରେଳ ଧାରଣା ଉପରକୁ ପାହାଡ଼ରୁ ପଥର ଖସି ଆସିଛି । ସେଇ ସମୟରେ ଟ୍ରାକ ଦେଇ ଏକ ମାଲବାହୀ ଟ୍ରେନ ଆସୁଥିବା ବେଳେ ଟ୍ରେନ ଉପରକୁ ପଥର ଖସିଥିଲା l ଏହି ଦୁର୍ଘଟଣାରେ କାହାରି କିଛି କ୍ଷତି ହୋଇ ନ ଥିବା ବେଳେ କିରାଣ୍ଡୁଲ ଓ ବିଶାଖାପାଟଣା ମଧ୍ୟରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି । ରେଳ ବିଭାଗ ଦ୍ୱାରା ଜାରି କରାଯାଇଥିବା ବିଜ୍ଞପ୍ତି ଅନୁଯାୟୀ ଏହି ରୁଟଦ୍‌ରେ ଚଳାଚଳ କରୁଥିବା ୪ଟି ଟ୍ରେନକୁ ବାତିଲ କରାଯାଇଛି l ଆଜି ବିଶାଖାପାଟଣାରୁ କିରାଣ୍ଡୁଲକୁ ଆସୁଥିବା ରାତ୍ର ଏକ୍ସପ୍ରେସକୁ ଆରକୁ ପରିବର୍ତ୍ତେ ରାୟଗଡ଼ା ବାଟ ଦେଇ ଚଳାଚଳ କରାଯାଉଥିବା ବେଳେ ଆରକୁ ଦେଇ ବିଶାଖାପାଟଣା ଓ ଜଗଦଲପୁରକୁ ଯାଉଥିବା ବାକି ସମସ୍ତ ଟ୍ରେନକୁ ଆଜି ଓ କାଲି ପାଇଁ ବାତିଲ କରିଦିଆଯାଇଛି।

ସୂଚନାଯୋଗ୍ୟ, ବାତ୍ୟା ମିଗଜୋମ ପ୍ରଭାବରେ ମଙ୍ଗଳବାର ପୂର୍ବାହ୍ନରୁ କୋରାପୁଟ ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଯଦିଓ ସେତେଟା ପବନ ନାହିଁ ହେଲେ ସକାଳ ୮ଟା ସୁଦ୍ଧା ଜିଲାରେ ୧୧୫.୬ ମିମି ବର୍ଷା ହୋଇଛି। ସେହିପରି ଅପରାହ୍ନଣ ୫ଟା ସୁଦ୍ଧା ଜିଲାରେ ୧୭୩.୬ମିମି ବର୍ଷା ରେକର୍ଡ ହୋଇଥିବା ଜିଲା ଜରୁରୀ ଅଧିକାରୀ ଜ୍ଞାନଜିତ ତ୍ରିପାଠୀ କହିଛନ୍ତି। ଜିଲାର ପଟ୍ଟାଙ୍ଗି ଅଞ୍ଚଳରେ ୫୦ମିମିରୁ ଉର୍ଦ୍ଧ ବର୍ଷା ହୋଇଥିବା ବିଭାଗ ପକ୍ଷରୁ ଜଣାପଡିଛି। ଖବର ଲେଖାଯିବା ପର୍ଯ୍ୟନ୍ତ କୋରାପୁଟ ସହରରେ ପ୍ରବଳ ବର୍ଷା ଜାରିି ରହିଛି.


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri