ବାତ୍ୟା ମିଲ୍‌ଟନ: ୬ ମୃତ, ଅନ୍ଧାରରେ ୩୩ ଲକ୍ଷରୁ ଅଧିକ ଲୋକ

ଓ୍ବାଶିଂଟନ, ୧୦।୧୦: ବାତ୍ୟା ମିଲ୍‌ଟନ ବୁଧବାର ଆମେରିକାର ଫ୍ଲୋରିଡା ରାଜ୍ୟର ପଶ୍ଚିମ ଉପକୂଳବର୍ତ୍ତୀ ସହର ସିଏଷ୍ଟା କି’ରେ ଲ୍ୟାଣ୍ଡଫଲ୍‌ କରିଛି। ଲ୍ୟାଣ୍ଡଫଲ ବେଳେ ପବନର ସର୍ବାଧିକ ତୀବ୍ରତା ୧୫୫ ମାଇଲ ପ୍ରତି ଘଣ୍ଟା ଥିବା ନେଇ ଆମେରିକାର ଜାତୀୟ ପାଣିପାଗ ସୂଚନା ଦେଇଛି। ଟାମ୍ପା, ସର୍‌ସୋଟା, ଫୋର୍ଟ ମାୟର୍ସ ଆଦି ଫ୍ଲୋରିଡାର ବହୁ ଜନବହୁଳ ଅଞ୍ଚଳ ଏହି ବାତ୍ୟାରେ ସର୍ବାଧିକ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ନେଇ ଆମେରିକାର ଜାତୀୟ ବାତ୍ୟା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ବାତ୍ୟାର ପ୍ରଭାବରେ ବର୍ତ୍ତମାନ ସୁଦ୍ଧା ୬ ଜଣଙ୍କର ମୃତ୍ୟୁ ଘଟିଛି। ସମସ୍ତ ମୃତକ ଫ୍ଲୋରିଡାର ହୋଇଥିବା ରାଜ୍ୟ ପ୍ରଶାସନ ପକ୍ଷରୁ କୁହାଯାଇଛି। ପ୍ରାୟ ୧.୧ କୋଟି ଲୋକ ବନ୍ୟା ବିପଦ ମଧ୍ୟରେ ରହିଛନ୍ତି। ବାତ୍ୟାରେ ବହୁ ବିଜୁଳି ଖୁଣ୍ଟି ଉପୁଡ଼ି ପଡ଼ିଥିବାରୁ ଫ୍ଲୋରିଡାର ୩୩ ଲକ୍ଷରୁ ଅଧିକ ଲୋକ ବିଜୁଳି ସେବାରୁ ବଞ୍ଚିତ ହୋଇଛନ୍ତି।

ବାତ୍ୟା ମିଲ୍‌ଟନ ନେଇ ଗୁରୁବାର ରାଷ୍ଟ୍ରପତି ଜୋ ବାଇଡେନ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିବା ସହ ପ୍ରଭାବିତ ଅଞ୍ଚଳରେ ହଜାରରୁ ଅଧିକ କୋଷ୍ଟ ଗାର୍ଡଙ୍କ ସମେତ ଅନେକ ହଜାର ସଂଖ୍ୟାରେ ରେସ୍କ୍ୟୁ ଟିମ୍‌କୁ ଉଦ୍ଧାର କାର୍ଯ୍ୟ ପାଇଁ ନିୟୋଜନ କରିଛନ୍ତି। ବାତ୍ୟା ମିଲ୍‌ଟନ ପ୍ରଭାବରେ ଫ୍ଲୋରିଡା, ନର୍ଥ କାରୋଲିନା, ଟେନେସି ରାଜ୍ୟର କେତେକ ସ୍ଥାନରେ ଇଣ୍ଟରନେଟ ସେବା ବ୍ୟାହତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

ସେପ୍ଟେମ୍ବରରେ ଶୁକ୍ରଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ସଫଳତା: ଏହି ୩ ରାଶିଙ୍କ ଉପରେ ଧନବର୍ଷା, ଲଭ ଲାଇଫ୍‌ରେ…

ଶୁକ୍ର ଗ୍ରହ ୨୫ ଅଗଷ୍ଟରେ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ଏବେ ଶୁକ୍ର ସ୍ବାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଜ୍ୟୋତିଷ ଅନୁସାରେ, ଶୁକ୍ର ଗ୍ରହ ସୁଖ, ସୌନ୍ଦର୍ଯ୍ୟ,…

ଏଇ ଭାରତରେ

ବେଙ୍ଗାଲୁରୁରେ ବର୍ଷା ହେବା କ୍ଷଣି ବନ୍ୟା ସ୍ଥିତି ସୃଷ୍ଟି ହେଉଛି। ଏହା ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେବା ସହ ବୁଲାକୁକୁରଙ୍କ ଜୀବନ ପ୍ରତି ବିପଦ ଦେଖାଦେଉଛି।…

ପଦବୀ ନୁହେଁ କ୍ଷମତା

ଭାରତୀୟ ଗଣତନ୍ତ୍ରର ସବୁଠାରୁ ବଡ଼ ଶକ୍ତି ହେଉଛି ସମାନତା। ଆମ ସମ୍ବିଧାନ ପ୍ରତ୍ୟେକ ନାଗରିକଙ୍କୁ ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ କିମ୍ବା ଆର୍ଥିକ ସ୍ଥିତିର ଭେଦଭାବ ବିନା…

ସଂସ୍କାରମୂଳକ ଶିକ୍ଷା ଓ ସାମାଜିକ ଦାୟିତ୍ୱବୋଧ

ଗଲା ବର୍ଷର ଏକ ଖବରଟିଏ ସମସ୍ତଙ୍କ ମଧ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲା। ୨୦୧୯ ବ୍ୟାଚ୍‌ ଓଏଏସ୍‌ ଟପ୍ପର ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ…

ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌: ତେଜି ଉଠିଲା ଚାଷୀ ଅସନ୍ତୋଷ

ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ…

ବିଜୟ ସରକାରର ୧୦୦ ଦିନ ପୂର୍ତ୍ତିରେ ରଜନୀକାନ୍ତଙ୍କ ‘ସାଇଲେଣ୍ଟ ମୋଡ’, ପ୍ରଶ୍ନ ଶୁଣି ଏମିତି ଦେଲେ ରିଆକ୍ସନ

ଚେନ୍ନାଇ,୨୬।୮: ଥଲାପତି ବିଜୟ ମେ’ ୧୦ ତାରିଖରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଥିଲେ। ତାମିଲନାଡୁରେ ସରକାର ଗଠନକୁ ନେଇ ରହିଥିବା ସସ୍ପେନ୍ସର ଅନ୍ତ ଘଟାଇ, ନିଜ…

କୀର୍ତ୍ତନ ମଣ୍ଡଳୀ ଉପରେ ମାଡ଼ିଗଲା କାର୍‌: ଚାଲିଗଲା ୫ ଜୀବନ

ପାଟନା,୨୬।୮: ବିହାରର ସୁପୌଲ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ପିପ୍ରା ଥାନା ଅଞ୍ଚଳର କଟାୟା ଚୌକର ବଜରଙ୍ଗବଳୀ ମନ୍ଦିର ନିକଟରେ ଏକ ନିୟନ୍ତ୍ରଣହୀନ କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri