ମାଡ଼ିଆସୁଛି ବାତ୍ୟା ‘ଫେଙ୍ଗାଲ’: ଆଜି ୧୭ ଜିଲାରେ ବର୍ଷିବ

ଭୁବନେଶ୍ୱର,୩୦ା୧୧(ଅନୁରାଧା ମହାରଣା):ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଘନୀଭୂତ ହେଉଥିବାବେଳେ କ୍ରମଶଃ ବାତ୍ୟାର ରୂପ ନେବାକୁ ଯାଉଛି। ବାତ୍ୟାର ନାଁ ‘ଫେଙ୍ଗାଲ’ ରଖାଯାଇଥିବାବେଳେ ଏହା ତାମିଲନାଡୁ ଉପକୂଳରେ ମାଡ଼ହେବା ସମ୍ଭାବନା ରହିଛି। ତେବେ ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ନ ଥିଲେ ମଧ୍ୟ ଅଧିକାଂଶ ଜିଲାରେ କୋହଲା ପାଗ ସହ ବର୍ଷା ଆରମ୍ଭ ହୋଇଛି। ଏ ସମ୍ପର୍କରେ ସୂଚନା ଦେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି, ବାତ୍ୟା ଲାଗି ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର, ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର, ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ, ଶ୍ରୀଲଙ୍କା ପୂର୍ବ ଉପକୂଳ, ତାମିଲନାଡୁ ଉପକୂଳବର୍ତ୍ତୀ ଅଞ୍ଚଳରେ ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଥିବାବେଳେ ଓଡ଼ିଶା ଉପକୂଳକୁ କୌଣସି ସତର୍କ ସୂଚନା ନାହିଁ। ତେବେ ରାଜ୍ୟରେ ସକ୍ରିୟ ରହିଥିବା ପାଣିପାଗ ନିୟାମକ ଅନୁସାରେ ପବନ ପ୍ରବାହର ଦିଗ ବଦଳିଛି। ପୂର୍ବଦିଗରୁ ରାଜ୍ୟକୁ ପ୍ରବାହିତ ପବନ ବଙ୍ଗୋପସାଗରରୁ ଜଳୀୟବାଷ୍ପ ସହ ପ୍ରବେଶ କରୁଥିବାରୁ ରାଜ୍ୟରେ ପାଗ ପ୍ରାୟତଃ ମେଘୁଆ ରହୁଛି। ଏହାସହ କିଛି ସ୍ଥାନରୁ ହାଲୁକାରୁ ଅତି ହାଲୁକା ବର୍ଷା ହୋଇଛି। ଶନିବାର ମଧ୍ୟ ପ୍ରାୟ ୫ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି। ବିଶେଷକରି ଉପକୂଳବର୍ତ୍ତୀ ଜିଲା ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଗଞ୍ଜାମ, ଗଜପତି, ପୁରୀ, କଟକ, ନୟାଗଡ଼, ଯାଜପୁର, ଖୋର୍ଦ୍ଧାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ସେହିପରି କୋରାପୁଟ, ମାଲକାନଗିରି, ଢେଙ୍କାନାଳ, ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝର ଜିଲାରେ ପାଗ ମେଘୁଆ ରହିବା ସହ କିଛି ସ୍ଥାନରେ ବର୍ଷା ହୋଇପାରେ। ଭୁବନେଶ୍ୱରର ମଧ୍ୟ କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri