ବାତ୍ୟା ଭୟ: ଉପକୂଳରେ ହାଇଆଲର୍ଟ, ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌

ଭୋଗରାଇ,୨୫ା୫(ପ୍ରଦୀପ ଦାସ): ମଧ୍ୟବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ‘ରେମାଲ’ ନାମକ ସାମୁଦ୍ରିକ ଝଡ଼ ଅଧିକ ଘନୀଭୂତ ଓ ଶକ୍ତିଶାଳୀ ହୋଇ କୂଳଆଡ଼କୁ ଘଣ୍ଟାକୁ ୧୭ କିମି ବେଗରେ ଉତ୍ତର ପୂର୍ବ ଆଡ଼କୁ ଗତି କରୁଥିବାର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ପାଣିପାଗ ବିଭାଗ ଘନଘନ ସୂଚନା ଦେଉଛନ୍ତି। ଏଭଳି ସ୍ଥିତିରେ ୨ ରାଜ୍ୟ ପ୍ରଶାସନ ବାତ୍ୟା ମୁକାବିଲା ନିମନ୍ତେ ଜରୁରିକାଳୀନ ଭିତ୍ତିରେ ବ୍ୟାପକ ପ୍ରସ୍ତୁତି ନେଇଥିବାର ସୂଚନା ମିଳିଛି। ଏହି ବାତ୍ୟା ଓଡ଼ିଶାକୁ ବିଶେଷ ପ୍ରଭାବିତ କରି ନ ପାରେ ବୋଲି ପାଣିପାଗ ବୈଜ୍ଞାନିକମାନେ ଆକଳନ କରି କହୁଥିବା ବେଳେ ଓଡ଼ିଶାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଜିଲାରେ ସ୍ଥାନେ ସ୍ଥାନେ ପ୍ରବଳରୁ ଅତିପ୍ରବଳ ବର୍ଷା ସହିତ ଝଟ୍‌କା ପବନ ବହିବ ବୋଲି ସୂଚନା ଦେଉଛନ୍ତି।

ପାଣିପାଗ ବୈଜ୍ଞାନିକ ସୂଚନା ଆଧାରରେ ସ୍ବତନ୍ତ୍ର ରିଲିଫ କମିଶନର ଜିଲା ପ୍ରଶାସନକୁ କଡ଼ା ସତର୍କତା ଜାରି ରଖିବାକୁ ନିର୍ଦେଶ ଦେଇଛନ୍ତି। ବାତ୍ୟା ରବିବାର ମଧ୍ୟରାତ୍ରିରେ ପଶ୍ଚିମବଙ୍ଗ ସାଗରଦୀପ ଅତିକ୍ରମ କରି ବାଂଲାଦେଶ ଖେପୁପଡ଼ାରେ ମାଡ଼ ହେବା ସହିତ ଉତ୍ତର ପଶ୍ଚିମବଙ୍ଗକୁ ମୁହାଁଇବ ବୋଲି ଗଣମାଧ୍ୟମ ସୂଚନା ଦେଉଥିବାବେଳେ ଓଡ଼ିଶା ଓ ପଶ୍ଚିମବଙ୍ଗ ଜିଲା ପ୍ରଶାସନ ପକ୍ଷରୁ ବାଲେଶର ଉପକୂଳ ଉଦୟପୁର, ତାଳସାରୀ, ବିଚିତ୍ରପୁର, ଚୌମୁଖ, ଡଗରା, ବାହାବଳପୁର, କଷାଫଳ, ଚାନ୍ଦିପୁର ଓ ଗୋପାଳପୁର ସହିତ ପଶ୍ଚିମବଙ୍ଗ ଦୀଘା, ଶଙ୍କରପୁର, ତାଜପୁର, ମନ୍ଦାରମଣୀ, ପେଟୁଆ, ସାଗରଦୀପ ପ୍ରଭୃତି ମତ୍ସ୍ୟ ଅବତରଣ କେନ୍ଦ୍ରରେ ଡାକବାଜିଯନ୍ତ୍ର ଦ୍ୱାରା ମତ୍ସଜୀବୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଉଛି। ବାଲେଶ୍ୱର ଏବଂ ପଶ୍ଚିମବଙ୍ଗ ଉପକୂଳ ଶନିବାର ମଧ୍ୟାହ୍ନରୁ ଆକାଶ ମେଘାଛନ୍ନ ଓ ବର୍ଷା ଆରମ୍ଭ ହୋଇଛି। ଦୀଘାରେ ଏନ୍‌ଡିଆରଏଫ ପକ୍ଷରୁ ସମୁଦ୍ର ତଟରେ ରସିବାନ୍ଧି ପର୍ଯ୍ୟଟକଙ୍କୁ ଡାକବାଜିଯନ୍ତ୍ର ଦ୍ୱାରା ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଉଛି। ଦୀଘା ଉପକୂଳରେ ପ୍ରଶାସନ ହାଇଆଲର୍ଟ ଜାରି କରିଥିବା ବେଳେ ପାରାଦୀପ ବନ୍ଦରରୁ ତଟରକ୍ଷୀ ବାହିନୀକୁ ସମୁଦ୍ରରେ ସତର୍କ ରହିବାକୁ କୁହାଯାଇଛି । ସମୁଦ୍ରର ଉତ୍ତାଳ ଢେଉ କୂଳଆଡ଼କୁ ମାଡ଼ି ଆସି ତଟ ସୁରକ୍ଷା ପଥରବନ୍ଧରେ ମାଡ଼ କରୁଛି। ଗଭୀର ସମୁଦ୍ରରେ ମାଛ ମାରିବାକୁ ଯାଇଥିବା ବଡ଼ ଟ୍ରଲର ଓ ଛୋଟ ଡଙ୍ଗା କୂଳକୁ ଫେରି ସୁରକ୍ଷାସ୍ଥାନରେ ମତ୍ସଜୀବୀମାନେ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା୬,୭୦୦ ଏବଂ ରୂପା ୧୨,୭୦୦ ଟଙ୍କା କମିଲା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୩ ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ତୀବ୍ର ହ୍ରାସ ହୋଇଛି । MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ…

ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣା: ୨ ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ,୨୩।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ତପୁର ବିଧାନସଭା କ୍ଷେତ୍ରର ପୂର୍ବତନ କଂଗ୍ରେସ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ନନ୍ଦିପଦା ପୋଲିସ…

ବାଇକ ସହ ମୁହାଁମୁହିଁ ହେଲା ଭାଜପା ନେତାଙ୍କ ଗାଡ଼ି, ଚିଟିଙ୍ଗ ଘାଟିରେ….

ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଚିଟିଙ୍ଗ ଘାଟିରେ ସଡ଼କ ଦୁର୍ଘଟଣା ହୋଇଛି । କାର – ବାଇକ ମୁହାଁ ମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଚନ୍ଦ୍ରଗିରି ଚିଟିଙ୍ଗ…

ନ୍ୟୁୟର୍କର La Guardia Airportର ରନଓ୍ବେରେ ବଡ଼ ଦୁର୍ଘଟଣା

ନ୍ୟୁୟର୍କ,୨୩।୩: ସୋମବାର (୨୩ ମାର୍ଚ୍ଚ) ନ୍ୟୁୟର୍କର ଲାଗାର୍ଡିଆ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଏୟାର କାନାଡା ଏକ୍ସପ୍ରେସ ବିମାନ ରନଓ୍ବେ ଉପରେ ଠିଆ ହୋଇଥିବା…

ଇସ୍ରାଏଲ ଉପରେ ନିକ୍ଷେପ କରାଯାଇଥିବା କ୍ଷେପଣାସ୍ତ୍ରରେ ସ୍ପେନିସ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲଗାଇଲା ଇରାନ

ତେହରାନ୍‌,୨୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ଆକର୍ଷଣୀୟ ଘଟଣା ଘଟୁଛି। ଇସ୍ରାଏଲରେ ଲକ୍ଷ୍ୟସ୍ଥଳରେ ନିକ୍ଷେପ କରାଯାଇଥିବା ବାଲିଷ୍ଟିକ କ୍ଷେପଣାସ୍ତ୍ରରେ IRGC…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଲକ୍ଷାଧିକ ଟଙ୍କା ଦୁର୍ନୀତି: ସ୍ତ୍ରୀ ନାଁରେ ଜିଏସଟି ବିଲ କରି ହେରାଫେରି

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହେଇଥିବା ଅଭିଯୋଗ ହୋଇଛି। ଏପରିକି…

ହୁତୁହୁତୁ ଜଳିଗଲା ବସ: ପୁରୀ ବସଷ୍ଟାଣ୍ଡରେ ଅଘଟଣ

ପୁରୀ,୨୩।୩: ବସ୍‌ଷ୍ଟାଣ୍ଡରେ ଅଗ୍ନିକାଣ୍ଡ। ହୁତୁହୁତୁ ଜଳିଗଲା ବସ। ପୁରୀ ବସଷ୍ଟାଣ୍ଡରେ ଏକ ଘରୋଇ ବସରେ ନିଆଁ ଲାଗିଯାଇଥିଲା। ଚାହୁଁ ଚାହୁଁ ଜଳିଯାଇଥିଲା ବସ। ଅଗ୍ନିଶମ ବାହିନୀ ପହଞ୍ଚି…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri