Posted inଜାତୀୟ

ଗୋଆରେ ପହଞ୍ଚିଲା ବାତ୍ୟା ‘ତଉକତେ’…

ମୁମ୍ବାଇ,୧୬।୫: ଲାକ୍ଷାଦ୍ୱୀପ ଏବଂ ଆରବ ସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ବାତ୍ୟା ‘ତଉକତେ’ ରବିବାର ଗୋଆର ଉପକୂଳବର୍ତ୍ତୀ ଅଞ୍ଚଳରେ ପହଞ୍ଚିଛି। ଏହାର ପ୍ରଭାବରେ ଗୋଆରେ ପ୍ରବଳ ବର୍ଷା ଲାଗେି ରହିଛି। ଧୀରେଧୀରେ ପବନର ବେଗ ବଢୁଥିବାରୁ ଗଛ ଭାଙ୍ଗି ପଡ଼ି ରାସ୍ତା ଅବରୋଧ ହୋଇଯାଇଛି। ଏହି ବାତ୍ୟା ମେ’ ୧୮ରେ ଗୁଜରାଟର ଭେରାବଲ ଏବଂ ପୋରବନ୍ଦର ମଧ୍ୟରେ ଥିବା ମାଙ୍ଗରୋଲରେ ଲ୍ୟାଣ୍ଡଫଲ୍‌ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବାତ୍ୟା ଯୋଗୁ ଘଣ୍ଟାପ୍ରତି ୧୫୦ରୁ ୧୬୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି। ‘ତଉକତେ’ ପ୍ରଭାବରେ ଗୋଆ, ଗୁଜରାଟ, ମହାରାଷ୍ଟ୍ର ଏବଂ କେରଳ ଉପକୂଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୭ ମେ’ରେ ବାତ୍ୟା ପ୍ରଭାବରେ ମୁମ୍ବାଇ ସହିତ ଉତ୍ତର କୋଙ୍କଣ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଉପକୂଳବର୍ତ୍ତୀ ଅଞ୍ଚଳ ବାସିନ୍ଦାଙ୍କ ସ୍ଥାନାନ୍ତରଣ ଜାରି ରହିବା ସହିତ ୫୩ ଏନ୍‌ଡିଆର୍‌ଏଫ୍‌ ଟିମ୍‌ଙ୍କୁ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରିବା ଲାଗି ସଜାଗ ରଖାଯାଇଛି। ସେହିପରି କଚ୍ଛ ଅଞ୍ଚଳରେ ଭାରତୀୟ ତଟରକ୍ଷୀ ବାହିନୀଙ୍କୁ ସତର୍କ ରଖାଯାଇଛି। ମାଛ ଧରିବା ପାଇଁ ଗଭୀର ସମୁଦ୍ରକୁ ନ ଯିବା ଲାଗି ଧୀବରଙ୍କୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri