ଅଦିନିଆ ବର୍ଷା ସାଙ୍ଗକୁ ଝଡ଼ତୋଫାନ: ଉଜୁଡ଼ିଲା ପରିବା ଚାଷ

ଭବାନୀପାଟଣା,୨୯।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ବୁଧବାର ଅଦିନିଆ ବର୍ଷା ସହ ଝଡ଼ ତୋଫାନ ହୋଇଛି। ଏହାର ପ୍ରଭାବରେ ପନିପରିବା ଚାଷ ନଷ୍ଟ ହୋଇ ଉଜୁଡି ଯାଇଥିବା ଚାଷୀମାନେ ଅଭିଯୋଗ କରିଛନ୍ତି।

ଚାଷୀମାନେ ବହୁ ପରିଶ୍ରମ କରି ଚାଷ କରିଥିବା ବେଳେ ଅମଳ ସମୟରେ ଅଦିନିଆ ବର୍ଷା ଚାଷୀଙ୍କ ପାଇ ଦାଉସାଜିଛି। ଜିଲାର ଜୁନାଗଡ଼ ବ୍ଲକର କେଳିଆ, ବୋରଗୁଡା, ଧର୍ମଗଡ ବ୍ଲକ ଗଡିଆଜୋର ପଞ୍ଚାୟତ ଟୁରି ହଳଦୀ, ଗଡିଆଜୋର୍‌, ଗୋଲାମୁଣ୍ଡା ବ୍ଲକର ଧାମନପୁର, ମହାଳିଙ୍ଗ, କେଗାଁ, କୋକସରା ବ୍ଲକର ଫୁପଗାଁ, ମାଟିଆ ସମେତ ଆଖପାଖ ଅଞ୍ଚଳରେ ଚାଷୀମାନେ ବ୍ୟାପକ ପରିମାଣରେ ପନିପରିବା ଚାଷ କରିଥିଲେ। ତେବେ ଅଦିନିଆ ବର୍ଷା ଯୋଗୁ ପରିବା ଚାଷ ସବୁ ନଷ୍ଟ ହୋଇଯାଇଛି। ଯାହାକୁ ନେଇ ବର୍ତ୍ତମାନ ଚାଷୀମାନେ ଚିନ୍ତାରେ ପଡ଼ି ଯାଇଛନ୍ତି।

ବର୍ଷାରେ ଟମାଟୋ, ବାଇଗଣ, କଞ୍ଚା ଲଙ୍କା ସମେତ ବିଭିନ୍ନ ପ୍ରକାର ପନିପରିବା ଚାଷ ନଷ୍ଟ ହୋଇଯାଇଛି। ବର୍ଷା ପାଣି ଜମିରେ ପଶି ଯିବାରୁ ଏହି ସମସ୍ୟା ସୃଷ୍ଟି ହୋଇଥିବା ଚାଷୀମାନେ ପ୍ରକାଶ କରିଛନ୍ତି। ଏହା ସହିତ ଛିଲିପା ପଞ୍ଚାୟତ ଓ ବ୍ରାହଣଛେଣ୍ଡିଆ ପଞ୍ଚାୟତରେ ବହୁ ଘରଦ୍ୱାର ମଧ୍ୟ ନଷ୍ଟ ହୋଇଥିବା ଜଣାପଡିଛି। ଏ ନେଇ ଜିଲା ଉଦ୍ୟାନ ଅଧିକାରୀ କିଶୋର ମହାଳିଙ୍ଗଙ୍କୁ ପଚାରିବାର କ୍ଷେତ୍ର ପରିଦର୍ଶନ ପରେ କ୍ଷୟକ୍ଷତି ଜଣାପଡିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୯,୫୦୦ ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୨୭ା୬(ସୁନିତ୍‌ ମିଶ୍ର):ପୂର୍ବ ଭାରତରେ ଶିଳ୍ପାୟନର ବିକାଶକୁ ଆହୁରି ତ୍ୱରାନ୍ବିତ କରିବା ଏବଂ ଆଞ୍ଚଳିକ ସହଯୋଗ ମାଧ୍ୟମରେ ସନ୍ତୁଳିତ ଅଭିବୃଦ୍ଧି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଟେକ୍ସାସରେ ମିଳିଲା ୧୯୦ ବର୍ଷ ପୁରୁଣା ଲୁହା କମାଣ ଗୋଳା

ସାନ୍‌ ଆଣ୍ଟୋନିଓ (ଟେକ୍ସାସ),୨୭ା୬:ଆମେରିକାର ଟେକ୍ସାସ ପ୍ରଦେଶରେ ଥିବା ପ୍ରସିଦ୍ଧ ‘ଆଲାମୋ’ ଐତିହାସିକ ସ୍ଥଳରୁ ପ୍ରତ୍ନତତ୍ତ୍ୱବିତ୍‌ମାନେ ଏକ ଅକ୍ଷତ ଲୁହା କମାଣ ଗୋଳା (କ୍ୟାନନ୍‌ବଲ୍‌) ପାଇଛନ୍ତି। ଏହା ୧୮୩୬…

ପ୍ରବଳ ବର୍ଷା ସମ୍ଭାବନା: ୪୦ରୁ ୫୦ କିମି ବେଗରେ ବହିବ ପବନ, ଏସବୁ ଜିଲାରେ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୨୭ା୬(ବନ୍ଦନା ସେଠୀ):ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ପାଗରେ ସେପରି କିଛି ବିଶେଷ ପରିବର୍ତ୍ତନ ନ ଥିବା…

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବିଷାକ୍ତ ଛତୁ ଖାଇ ୩ ଶିଶୁ ଗୁରୁତର: କଲ୍ୟାଣସିଂହପୁର ମେଡିକାଲରେ ଭର୍ତ୍ତି, ଚିକିତ୍ସା ପରେ ଅବସ୍ଥା ସ୍ଥିର

କଲ୍ୟାଣସିଂହପୁର, ୨୬।୬ (ଦୀପକ କୁମାର ପରିଡା): ବିଷାକ୍ତ ଛତୁ ଖାଇ ୩ ଜଣ ଶିଶୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ କଲ୍ୟାଣସିଂହପୁର ଗୋଷ୍ଠୀ…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ପୋଡ଼ି ପାଉଁଶ ହେଲା ୩,୧୧୬ କିଲୋ ଗଞ୍ଜେଇ, NDPS ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ମୋହନା, ୨୬।୬ (ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଥାନା ପୋଲିସ ପକ୍ଷରୁ ଆଜି ମାଦକ ଦ୍ରବ୍ୟ କାରବାର ବିରୋଧରେ ଏକ ବଡ଼ ପଦକ୍ଷେପ ଗ୍ରହଣ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri