ବାତ୍ୟା ‘ୟାସ୍‌’: ୨୫ରୁ ଉପକୂଳରେ ବର୍ଷିବ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଘୂର୍ଣ୍ଣିବଳୟ ଶନିବାର ଲଘୁଚାପରେ ପରିଣତ ହେବ। ଧୀରେ ଧୀରେ ଘନୀଭୂତ ହୋଇ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ୨୪ ତାରିଖରେ ଲଘୁଚାପ ସାମୁଦ୍ରିକ ଝଡ଼ରେ ପରିଣତ ହେବ। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଭୟଙ୍କର ବାତ୍ୟା ‘ୟାସ୍‌’ରେ ପରିଣତ ହେବ। ୨୬ ତାରିଖ ସକାଳେ ଏହା ଭଦ୍ରକ ଓ ବାଲେଶ୍ୱର କିମ୍ବା ପଶ୍ଚିମବଙ୍ଗର ଦିଘା ଦେଇ ସ୍ଥଳଭାଗ ଅତିକ୍ରମ କରିବା ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଅନୁମାନ କରିଛି। ତେବେ ବାତ୍ୟା ପ୍ରଭାବରେ ଆସନ୍ତା ୨୫ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିଯୋଗୁ ଉତ୍ତର ଉପକୂଳ ଜିଲାରେ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ୨୬ ତାରିଖ ସକାଳେ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଛୁଇଁବ ବାତ୍ୟା। ଏଥିଯୋଗୁ ଓଡ଼ିଶା ଉପକୂଳ ଓ ପଶ୍ଚିମ ବଙ୍ଗରେ ପବନ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପଟେ ବାତ୍ୟା ଯୋଗୁ ସମସ୍ତ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି। ଏନେଇ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ୧୦ମ ଶ୍ରେଣୀ ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମାର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬) ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri