ସାରା ରାଜ୍ୟରେ ଝଡ଼ବର୍ଷା

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଗୁରୁବାର ଝଡ଼ ବର୍ଷା ହୋଇଛି। ଏହାଦ୍ୱାରା ଜନଜୀବନ ବିଶେଷଭାବେ ପ୍ରଭାବିତ ହୋଇଛି। ଏପରି କି କିଛି ସ୍ଥାନରେ ଗଛ, ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ି ଥିବା ଦେଖିବାକୁ ମିଳିଛି। ଭୁବନେଶ୍ୱରରେ ସର୍ବାଧିକ ୩୨.୮ ମିଲିମିଟର ବର୍ଷା ହୋଇଥିବାବେଳେ ପାରାଦୀପରେ ୨୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି ଭଦ୍ରକ ଓ କଟକରେ ପ୍ରବଳ ବର୍ଷା ହୋଇ ରାସ୍ତା ଉପରେ ପାଣି ଲହଡ଼ି ମାରିଲା ଭଳି ଦେଖିବାକୁ ମିଳିଛି। ଚାନ୍ଦବାଲି ୨୭, ଗୋପାଳପୁର ୧୯, ବାଲେଶ୍ୱର ୪, ପୁରୀ ୪, ଅନୁଗୋଳ ୭, ବାରିପଦା ୨.୪, ଝାରସୁଗୁଡା ୪, ତାଳଚେର ୫, ଫୁଲବାଣୀ ୪.୨, ଦାରିଙ୍ଗବାଡ଼ି ୧୨, ନୟାଗଡ଼ ୫.୧, ଛତ୍ରପୁରରେ ୧୮.୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଗତ କିଛି ଦିନ ଧରି ଲଗାତର ଝଡ଼ବର୍ଷା ଲାଗି ରହୁଥିବାରୁ ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ଯଥେଷ୍ଟ କମିଛି। ଏପରି କି ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ତଳେ ରହୁଛି। ଆସନ୍ତା ଶନିବାର ରାଜ୍ୟର କେତେକ ସ୍ଥାନରେ ଝଡ଼ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ, ରାୟଗଡ଼ା ଜିଲାର କେତେକ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଖୋର୍ଦ୍ଧା ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଅନୁମାନ କରିଛି। ଏ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ୧୫ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, ମାଲକାନଗିରି, ଗଜପତି, ରାୟଗଡ଼ା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri