୧୧ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୧।୬ (ଅନିଲ ଦାସ): ପ୍ରଚଣ୍ଡ ଗରମ ସାଙ୍ଗକୁ ଗୁଳୁଗୁଳି ସମଗ୍ର ରାଜ୍ୟକୁ କଲବଲ କରୁଛି। ନିଦାଘ ଗ୍ରୀଷ୍ମରୁ ମୁକ୍ତି ପାଇଁ ସମସ୍ତେ ମୌସୁମୀ ବର୍ଷାକୁ ଚାହିଁ ରହିଛନ୍ତି। ଦକ୍ଷିଣ-ପଶ୍ଚିମ ମୌସୁମୀ ପାଇଁ ପାଗ ଅନୁକୂଳ ହେଉଛି। ଆଜି ଆସିବ କାଲି ଆସିବ ହୋଇ ୧୧ ଦିନ ଗଡ଼ିଗଲାଣି। ରାଜ୍ୟକୁ ସ୍ବାଭାବିକ ଭାବେ ଜୁନ୍‌ ୧୦ ତାରିଖ ସୁଦ୍ଧା ମୌସୁମୀ ପ୍ରବେଶ କରିଥାଏ। ତେବେ ଚଳିତ ବର୍ଷ ୧୧ ଦିନ ବିଳମ୍ବ ହୋଇଥିଲେ ମଧ୍ୟ କେବେ ମୌସୁମୀ ଆଗମନ ହେବ ସେ ନେଇ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ। କେରଳରେ ମୌସୁମୀ ଜୁନ୍‌ ୮ ତାରିଖରେ ପ୍ରବେଶ କରିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଘୋଷଣା କରାଯାଇଥିଲା। ଏହାର ୧୦ ଦିନ ମଧ୍ୟରେ ଅର୍ଥାତ୍‌ ୧୮ ତାରିଖ ସୁଦ୍ଧା ଓଡ଼ିଶାରେ ପ୍ରବେଶ କରିବା କଥା। ମାତ୍ର ଚଳିତ ବର୍ଷ ସେଥିରେ ବ୍ୟତିକ୍ରମ ଦେଖାଦେଇଛି। ମୌସୁମୀ ପାଇଁ ପାଗ ଅନୁକୂଳ ହେଉ ନ ଥିବାରୁ ତାହା ଆଗକୁ ବଢ଼ିପାରୁ ନାହିଁ। ତେବେ ଆସନ୍ତା ଦିନେ କିମ୍ବା ଦୁଇଦିନ ମଧ୍ୟରେ ଓଡ଼ିଶାରେ ପ୍ରବେଶ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ନିର୍ଦ୍ଦେଶକ ଏଚ୍‌.ଆର. ବିଶ୍ୱାସ କହିଛନ୍ତି, ମଙ୍ଗଳବାର କୋରାପୁଟ, ମାଲକାନଗିରି, କଳାହାଣ୍ଡି, ନୂଆପଡ଼ା, ଗଞ୍ଜାମ ଓ ଗଜପତି ଜିଲାରେ ମେଘ ବାଦଲ ଦେଖାଦେଇଛି । କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ମଧ୍ୟ ହେଉଛି। ଦକ୍ଷିଣ ଦିଗରୁ ବାୟୁ ପ୍ରବାହିତ ହେଉଥିବା ବେଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆନ୍ଧ୍ର ପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ମୌସୁମୀ ସକ୍ରିୟ ହେବ ବୋଲି ଅନୁମାନ କରାଯାଉଛି।
କାଳବୈଶାଖୀଜନିତ ଝଡ଼ବର୍ଷା ଯୋଗୁ ମଙ୍ଗଳବାର ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ହ୍ରାସପାଇଛି। ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ଟିଟିଲାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁର ୪୨.୧, ଝାରସୁଗୁଡ଼ା ୪୨, ସୋନପୁର ୪୧.୮, ସୁନ୍ଦରଗଡ଼ ୪୧, ହୀରାକୁଦ ୪୧.୯, ବଲାଙ୍ଗୀର ୪୧.୨, ବାରିପଦା ୪୦, ଭବାନୀପାଟଣା ୪୦ ଏବଂ ବରଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୪୦.୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ପ୍ରାକ୍‌ ମୌସୁମୀକୁ ଦୃଷ୍ଟିରେ ରଖି ଗତ କିଛିଦିନ ହେବ ହିଟ୍‌ଓ୍ବେଭକୁ ପାଣିପାଗ ବିଭାଗ ପକ୍ଷରୁ ଉଠାଇ ଦିଆଯାଇଛି। ଆସନ୍ତା ୨୪ ଘଣ୍ଟାରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର, ବୌଦ୍ଧ, କନ୍ଧମାଳ ଜିଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୧ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୧ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପାଣିପାଗ କେନ୍ଦ୍ର କହିଲା ୩ ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧ା୭: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମ୍‌ଡି…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri