Posted inରାଜ୍ୟ

ଆସୁଛି ଝଡ଼ବର୍ଷା: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୮ା୩:   ସୋମବାର ରାଜ୍ୟର ୨୦ରୁ ଅଧିକ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା ଓ ଢ଼େଙ୍କାନାଳ ଆଦି ୮ଟି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମଙ୍ଗଳବାର ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ତେବେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଅନୁଗୋଳ, ଢ଼େଙ୍କାନାଳ ଓ ଦେବଗଡ଼କୁ ୟେଲୋ ଓ୍ବାର୍ନିଂ ରହିଛି। ୧୯ ତାରିଖ ଅପରାହ୍ନ ବେଳକୁ ରାଜ୍ୟର ଅଧିକାଂଶ ଜିଲାରେ ଝଡ଼ବର୍ଷାର ସମ୍ଭାବନା ରହିଛି। ୪୦-୫୦ କି.ମି. ବେଗରେ ପବନ ବୋହିବା ସହ ବର୍ଷା ହୋଇପାରେ। ଘଡ଼ଘଡ଼ି ବିଜୁଳି ପାଇଁ ୧୦ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଏବଂ ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି। ୨୦ ତାରିଖରେ ମଧ୍ୟ ଝଡ଼ବର୍ଷା ନେଇ ୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଓ ୫ ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି।  ଘଡ଼ଘଡ଼ି ଓ ବିଜୁଳି ବିପଦରୁ ସୁରକ୍ଷିତ ରହିବା ପାଇଁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri