କମିବ ତାପମାତ୍ରା; ଘୂର୍ଣ୍ଣିବଳୟ ପ୍ରଭାବରେ ୧ ଯାଏ ଝଡ଼ବର୍ଷା

ଭୁବନେଶ୍ୱର, ୨୭।୩(ବନ୍ଦନା ସେଠୀ): ବର୍ତ୍ତମାନ ଉପର ବାୟୁ ଘୂର୍ଣ୍ଣିବଳୟ ଉତ୍ତର ଓଡ଼ିଶା ସଂଲଗ୍ନ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ପର୍ଯ୍ୟନ୍ତ ବ୍ୟାପିିଛି। ଏହାର ପ୍ରଭାବରେ ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା, ପବନ ଓ କୁଆପଥର ମାଡ଼ ହୋଇଥିଲା। ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର ଆଦି ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଥିଲା। ତେବେ ଭୁବନେଶ୍ୱରରେ ଅପରାହ୍ନରେ ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଥିଲା। ଏଥିସହ କୁଆପଥର ମାଡ଼ ରାଜଧାନୀର ଜୀବନଯାତ୍ରାକୁ ପ୍ରଭାବିତ କରିଥିଲା। ଆସନ୍ତା ୬ଦିନ ଅର୍ଥାତ୍‌ ଏପ୍ରିଲ ୧ ବୁଧବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଏପରି ଝଡ଼ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ସୁନ୍ଦରଗଡ଼ ଜିଲାକୁ ବର୍ଷା, ପବନ ଓ ଘଡ଼ଘଡ଼ି ବିଜୁଳି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହ କଟକ, ସମ୍ବଲପୁର, କୋରାପୁଟ, ମାଲକାନଗିରି ଆଦି ଜିଲାରେ ବର୍ଷା ହେବା ନେଇ ସୂଚନା ଦିଆଯାଇଛି। ସେହିପରି ଶନିବାର ମୟୂରଭଞ୍ଜ ଓ ବାଲେଶ୍ୱର ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।
ରାଜ୍ୟରେ ଝଡ଼ବର୍ଷା ଲାଗି ରହିଥିଲେ ମଧ୍ୟ ତାପମାତ୍ରା ଅଧିକ ରହୁଛି। ଗତ ୨୪ ଘଣ୍ଟାରେ ୩୮.୮ ଡିଗ୍ରୀ ସହିତ ଝାରସୁଗୁଡା ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ପାଲଟିଥିଲା। ଏହା ପଛକୁ ହୀରାକୁଦରେ ୩୮.୬ ଡିଗ୍ରୀ, ସମ୍ବଲପୁର ୩୮.୪ ଡିଗ୍ରୀ, ଭବନୀପାଟଣା ୩୮.୨ ଡିଗ୍ରୀ, ପାରଳାଖେମୁଣ୍ଡି ୩୭.୬ ଡିଗ୍ରୀ, ନବରଙ୍ଗପୁର ୩୭.୫ ଡିଗ୍ରୀ, ସୁନ୍ଦରଗଡ଼ ୩୭.୪ ଡିଗ୍ରୀ, ବଲାଙ୍ଗୀର ୩୭.୨ ଡିଗ୍ରୀ, ସୋନପୁର ୩୭.୨ ଡିଗ୍ରୀ, ଭୁବନେଶ୍ୱର ଓ ନୂଆପଡ଼ା ୩୭ ଡିଗ୍ରୀ, ବରଗଡ଼ ୩୬.୮ ଡିଗ୍ରୀ, ତାଳଚେର ୩୬.୫ ଡିଗ୍ରୀ ଏବଂ ଖୋର୍ଦ୍ଧାରେ ୩୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ଆସନ୍ତା ୨ରୁ ୩ ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବା ନେଇ ପୂର୍ବାନୁମାନ କରାଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ଦେବସ୍ନାନ ପୂର୍ଣ୍ଣିମା: ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି, ଭକ୍ତଙ୍କ ପ୍ରବଳ ଭିଡ଼

କୋରାପୁଟ,୨୯ା୬(ଅମିତାଭ ବେହେରା): ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସୋମବାର କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି । ପୂର୍ବାହ୍ନ ୧୦ଟା ୩୦ ମିନିଟ…

ପୁରୁଷୋତ୍ତମପୁରରେ ସ୍ନାନଯାତ୍ରା; ସ୍ନାନବେଦିରେ କଳାଠାକୁରଙ୍କୁ ପାଇ ଭାବବିହ୍ବଳ ଭକ୍ତ, ପରିଚାଳନା ତଦାରଖ କଲେ ତହସିଲଦାର

ପୁରୁଷୋତ୍ତମପୁର,୨୯।୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହାସମାରୋହରେ ପାଳିତ ହୋଇଯାଇଛି ।ରଥସାହି ଜଗନ୍ନାଥ ମନ୍ଦିରରେ ସେବାୟତମାନେ ଶ୍ରୀଜୀଉଙ୍କୁ ରତ୍ନବେଦିରୁ ପହଣ୍ଡିକରାଇ ଆଣି ସ୍ନାନବେଦିରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଡ଼ ବୟାନ ଦେଲେ ସୁନୀଲ ଗାଭାସ୍କର, ଗମ୍ଭୀରଙ୍କୁ କଲେ କଡ଼ା ସମାଲୋଚନା

ନୂଆଦିଲ୍ଲୀ,୨୯।୬: ଭାରତୀୟ କ୍ରିକେଟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଏକ ବଡ଼ ପରାଜୟ ବରଣ କରିଛି। ଏହା ପ୍ରଥମ ଥର ପାଇଁ…

ସିରିଜ୍ ହାରିବା ପରେ ଗୌତମ ଗମ୍ଭୀରଙ୍କୁ ଟ୍ରୋଲ୍ କଲା ଆଇସଲାଣ୍ଡ କ୍ରିକେଟ୍,ଭାଇରାଲ ହେଉଛି ପୋଷ୍ଟ

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଆୟର୍ଲାଣ୍ଡ କ୍ଲିନ ସୁଇପ କରିଛି । ଅନ୍ତିମ ଅନ୍ତର୍ଜାତୀୟ ଟି ୨୦ କ୍ରିକେଟ ମ୍ୟାଚରେ ଆୟର୍ଲାଣ୍ଡ ଏକ ରନରେ ଭାରତକୁ ପରାଜୟ କରିଛି…

‘କ୍ଷମା ମାଗୁ ଭାରତ…’ କାହିଁକି ଏପରି ଆକ୍ଷେପ କରୁଛନ୍ତି ବାଂଲାଦେଶୀ ସାଂସଦ, କାହିଁକି ଯୁଦ୍ଧମୁଖୀ ଆଚରଣ କରୁଛି ଢାକା? ଜାଣନ୍ତୁ…

ଢାକା,୨୯।୬: ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ସମ୍ପର୍କରେ ପଡ଼ୋଶୀ ଦେଶର ମତ ମଜବୁତ ହୋଇନାହିଁ; ଢାକାରେ ଭାରତ ବିରୋଧୀ ବୟାନବାଜି ଜୋର ଧରିଛି। ବିରୋଧୀ ନ୍ୟାସନାଲ…

ଝାରପଡ଼ା ଜେଲ୍‌ରେ କଏଦୀଙ୍କ ମୃତ୍ୟୁ, ରାତିରେ ଖାଇପିଇ ଶୋଇଥିଲେ, ସକାଳୁ…

ଭୁବନେଶ୍ୱର,୨୯ା୬: ଝାରପଡ଼ା ଜେଲ୍‌ରେ ଜଣେ କଏଦୀଙ୍କ ସୋମବାର ସକାଳୁ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ୫୫ ବର୍ଷୀୟ ଯବାନ ନାୟକ। ତାଙ୍କ ଘର ତାରିଣୀ ବସ୍ତିରେ।…

ପୁରୀରେ ମୁଖ୍ୟମନ୍ତ୍ରୀ, ସ୍ନାନମଣ୍ଡପରେ ଶ୍ରୀଜିଉଙ୍କୁ ଦର୍ଶନ କରି…

ପୁରୀ,୨୯ା୬: ସ୍ନାନପୂର୍ଣ୍ଣିମା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀରେ ପହଞ୍ଚିଛନ୍ତି। ସ୍ନାନମଣ୍ଡପରେ ଶ୍ରୀଜିଉଙ୍କ ଦର୍ଶନ ମୁଖ୍ୟମନ୍ତ୍ରୀ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ…

ନୋଏଡାରେ ବଡ଼ ଦୁର୍ଘଟଣା: ଏସି ଫାଟିବାରୁ ଲାଗିଲା ନିଆଁ

ନୋଏଡା,୨୯।୬: ସୋମବାର ନୋଏଡାରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସେକ୍ଟର ୧୧୯ ସ୍ଥିତ ଅରଣ୍ୟ ସୋସାଇଟିର ୨୨ତମ ମହଲାରେ ଥିବା ଏକ ଫ୍ଲାଟରେ ଏକ ଭୟଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri