ହର୍ମୁଜ ପ୍ରଣାଳୀରେ ଦୁଇ ଜାହାଜ ମଧ୍ୟରେ ଭୀଷଣ ଧକ୍କା: ଚୂରମାର ହେଲା…

ତେହରାନ,୧୪।୭: ହର୍ମୁଜ୍ ପ୍ରଣାଳୀରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ହୋଇଛି । ​​ଏକ ବଲ୍କ କ୍ୟାରିଅର୍ ଅନ୍ୟ ଏକ ଜାହାଜ ସହିତ ଧକ୍କା ହୋଇଛି । ଧକ୍କା ଏତେ ଭୟଙ୍କର ଥିଲା ଯେ ଜାହାଜଗୁଡ଼ିକର କିଛି ଅଂଶ ଭାଙ୍ଗି ପାଣି ପଶିଯାଇଥିଲା । ଯାହାଫଳରେ ଏହା ବୁଡ଼ିଯିବା ସ୍ଥିତିକୁ ଚାଲିଆସିଥିଲା। ତେବେ ସଠିକ୍ ସମୟରେ ଇରାନର ଉଦ୍ଧାରକାରୀ ଦଳ ପହଞ୍ଚି ଜାହାଜରେ ଥିବା ସମସ୍ତ ୨୩ ଜଣ ବିଦେଶୀ କ୍ରୁ ସଦସ୍ୟଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛନ୍ତି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ଯୋଗୁଁ ହର୍ମୁଜ୍ ପ୍ରଣାଳୀ ସମେତ ସମଗ୍ର ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଜାରି ରହିଛି ।

ଇରାନ ଗଣମାଧ୍ୟମର ରିପୋର୍ଟ ଅନୁସାରେ, ହର୍ମୁଜ ପ୍ରଣାଳୀର କ୍ୟୁସମ୍ ଦ୍ୱୀପ (Qeshm Island) ନିକଟରେ ଏହି ଦୁର୍ଘଟଣା ଘଟିଛି। ଜାହାଜରେ ପାଣି ପଶିବା ପରେ କ୍ୟାପଟେନ ସମସ୍ତ କ୍ରୁ ସଦସ୍ୟଙ୍କୁ ତୁରନ୍ତ ଜାହାଜ ଛାଡ଼ିବାକୁ ନିର୍ଦ୍ଦେଶ ଦେଇଥିଲେ। ଖବର ପାଇ ଇରାନର ‘ହର୍ମୋଜଗାନ ପ୍ରଦେଶ ସାମୁଦ୍ରିକ ସର୍ଚ୍ଚ ଆଣ୍ଡ ରେସକ୍ୟୁ ସେଣ୍ଟର’ ପକ୍ଷରୁ ଏକ ଟଗ୍ ବୋଟ୍ ଓ ପାଇଲଟ୍ ବୋଟ୍ ପଠାଯାଇ ସମସ୍ତ ୨୩ ଜଣ ନାବିକଙ୍କୁ କ୍ୟୁସମ୍ ଦ୍ୱୀପକୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇଛି। ତେବେ ଦ୍ୱିତୀୟ ଜାହାଜଟି କେଉଁ ଦେଶର ଏବଂ ଏହି ମୁହାଁମୁହିଁ ଧକ୍କାର ପ୍ରକୃତ କାରଣ କଣ, ସେ ନେଇ ଅଧିକ ତଦନ୍ତ ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ବିଜେଡିକୁ ନେଇ ବଡ଼ କଥା କହିଲେ ପ୍ରଭାତ ବିଶ୍ୱାଳ: କୁରୁବଂଶ ଭଳି…

ଭୁବନେଶ୍ୱର, ୧୩।୭: ବିଜେଡିର ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ପୁଣି ଥରେ ବୟାନବାଜି ଜୋର ଧରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ‘ବିଶ୍ୱାସଘାତକ’ ବୋଲି କହିଥିବା ପ୍ରସଙ୍ଗରେ…

ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୪।୭: ରାଜ୍ୟ ସରକାର ଏକ ନିଷ୍ପତ୍ତି ନେଇଛନ୍ତି। ଏଣିକି ରାଜ୍ୟର ସବୁ ଔଷଧ ଦୋକାନ ଆଗରେ ରେଟ୍‌ ଚାର୍ଟ ଲାଗିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏପରିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri