ବିଚିତ୍ର ସ୍ବାସ୍ଥ୍ୟାବସ୍ଥା: ପୁଣି ଝୁଲାରେ ବୁହାହେଲେ ରୋଗୀ

ଥୁଆମୁଳ ରାମପୁର,୭।୪(ଦୁର୍ଗା କୀର୍ତ୍ତି): ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ରୋଗୀ ହେଉ ଅବା ଗର୍ଭବତୀ କେବେ ଖଟିଆରେ ବୁହାହେଉଛନ୍ତି ତ ଆଉ କେବେ ଝୁଲାରେ ବୁହା ହେଉଛନ୍ତି। ବାରମ୍ବାର ସାମାଜିକ ଗଣମାଧ୍ୟମରେ ଏଭଳି ଖବରକୁ ନେଇ ଚର୍ଚ୍ଚା ହେଉଥିଲେ ମଧ୍ୟ ସରକାର ଏହାର କୌଣସି ସମାଧାନ କରୁନାହାନ୍ତି।

ପୁଣି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କେରପାଇ ପଞ୍ଚାୟତ ସ୍ଥିତ ମୁରଲୀମୁହିଁ ଗାଁରୁ ଆସିଛି ଏଭଳି ଚିତ୍ର l ଗ୍ରାମର କାଳିଆ ମାଝୀ (୫୩)ଙ୍କୁ ପେଟ ଯନ୍ତ୍ରଣା ହେବାରୁ ୧୦୮ ଆମ୍ବୁଲାନ୍ସକୁ ଯୋଗାଯୋଗ କରାଯାଇଥିଲା। କିନ୍ତୁ ରାସ୍ତାଘାଟ ଅଭାବ ଯୋଗୁ ଗାଁକୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ ଏବଂ ସର୍ଗିପଦର ଗାଁ ଦାଣ୍ଡରେ ଅପେକ୍ଷାରେ ରହିଥିଲା। ଦୀର୍ଘ ୯ରୁ୧୦ କିଲୋମିଟର କମ୍ବଳ ଝୋଲାରେ ବୁହାହେବା ପରେ କେରପାଇ ପଞ୍ଚାୟତ ଅଧିନରେ ଥିବା ସର୍ଗିପଦରଠାରେ ଅପେକ୍ଷାରେ ଥିବା ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ସେ କାଶିପୁର ଡାକ୍ତରଖାନାରେ ଚିକିତ୍ସିତ ହୋଇ ଘରକୁ ଫେରିଥିବା ସୂଚନା ମିଳିଛି।
ଦୁଃଖର ଓ ପରିତାପର ବିଷୟ ସରକାରଙ୍କ ପକ୍ଷରୁ ରାସ୍ତାଘାଟରୁ ଆରମ୍ଭ କରି ବିଭିନ୍ନ ଉନ୍ନୟନ ମୁଳକ କାର୍ଯ୍ୟ ପାଇଁ ରାଜକୋଷରୁ କୋଟି କୋଟି ଟଙ୍କା ବ୍ୟୟବରାଦ କରାଯାଉଛି, ତଥାପି ଦୁର୍ଗମ ଅଞ୍ଚଳ ପାଇଁ ଭଲ ରାସ୍ତା ଖଣ୍ତେ ନିର୍ମାଣ କରାଯାଇପାରି ନାହିଁ, ଯାହାଫଳରେ ଲୋକମାନେ ମୌଳିକ ସୁବିଧାରୁ ବଞ୍ଚିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri