ନ୍ୟୁଜିଲାଣ୍ଡ ୨ପ୍ରଧାନମନ୍ତ୍ରୀଙ୍କୁ ଖବରଦାତାଙ୍କ ଅଜବ ପ୍ରଶ୍ନ

ଓ୍ବେଲିଂଟନ୍‌: ଫିନ୍‌ଲାଣ୍ଡ ପ୍ରଧାନମନ୍ତ୍ରୀ ସନ୍ନା ମାରିନ (୩୭) ପ୍ରଥମ ଥର ପାଇଁ ନ୍ୟୁଜିଲାଣ୍ଡ ଗସ୍ତ କରି ପ୍ରଧାନମନ୍ତ୍ରୀ ଜେସିଣ୍ଡା ଆର୍ଡନ (୪୨)ଙ୍କୁ ଭେଟିଛନ୍ତି। ଏ ନେଇ ନ୍ୟୁଜିଲାଣ୍ଡରେ ଜେସିଣ୍ଡା ଏକ ମିଳିତ ଖବରଦାତା ସମ୍ମିଳନୀରେ ଯୋଗ ଦେଇଥିଲେ। ଜଣେ ଖବରଦାତାଙ୍କ ପ୍ରଶ୍ନକୁ ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଛି। ଜାତୀୟ ଗଣମାଧ୍ୟମର ଜଣେ ରିପୋର୍ଟର ଜେସିଣ୍ଡାଙ୍କୁ ପ୍ରଶ୍ନ କରିଥିଲେ ଯେ, ସମବୟସ୍କା ହୋଇଥିବା ଯୋଗୁ ଆପଣମାନଙ୍କ ଭିତରେ ବହୁତଗୁଡ଼ିଏ ସାମଞ୍ଜସ୍ୟ ରହିଛି। ସେଥିଲାଗି ଆପଣ ଦୁହେଁ ଏକାଠି ହୋଇଛନ୍ତି? ଉତ୍ତରରେ ଜେସିଣ୍ଡା କହିଛନ୍ତି, ରାଜନୀତିରେ ମହିଳାଙ୍କ ତୁଳନାରେ ପୁରୁଷ ଅଧିକ ସକ୍ରିୟ। ଦୁଇଜଣ ମହିଳା କେବଳ ନିଜର ଲିଙ୍ଗଗତ କାରଣରୁ ପରସ୍ପରକୁ ସାକ୍ଷାତ କରନ୍ତି ନାହିଁ। ଏହାପରେ ଜେସିଣ୍ଡା ଖବରଦାତାଙ୍କୁ ପ୍ରଶ୍ନ କରିଥିଲେ ଯେ, ଯେତେବେଳେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବଂ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଜନ୍‌ କିଙ୍କ ସାକ୍ଷାତ ହୋଇଥିଲା ସେତେବେଳେ କୌଣସି ବ୍ୟକ୍ତି ତାଙ୍କୁ ଏ ପ୍ରକାର ପ୍ରଶ୍ନ କରିଥିଲେ କି? କାରଣ ସେ ସମୟରେ ଦୁଇ ରାଷ୍ଟ୍ରମୁଖ୍ୟଙ୍କ ବୟସ ପାଖାପାଖି ସମାନ ଥିଲା। ନ୍ୟୁଜିଲାଣ୍ଡ ଓ ଫିନ୍‌ଲାଣ୍ଡ ମଧ୍ୟରେ ବାଣିଜ୍ୟଭିତ୍ତିକ ଦ୍ୱିପାକ୍ଷିକ ଆଲୋଚନା ହୋଇଥିବାବେଳେ ବୈଶ୍ୱିକ ସଙ୍କଟ ଜଳବାୟୁ ପରିବର୍ତ୍ତନ ଓ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ସମ୍ପର୍କରେ ଆଲୋଚନା ହୋଇଥିବା ଜେସିଣ୍ଡା କହିଛନ୍ତି।
ଏହି ଖବରଦାତା ସମ୍ମିଳନୀର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଜେସିଣ୍ଡା ୨୦୧୭ରେ ପ୍ରଧାନମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଥିବାବେଳେ ୨୦୧୯ରେ ସନ୍ନା ମାରିନ ଫିନ୍‌ଲାଣ୍ଡ ପ୍ରଧାନମନ୍ତ୍ରୀ ନିର୍ବାଚିତ ହୋଇଥିଲେ। ବିଶ୍ୱର ପାଖାପାଖି ୧୩ ରାଷ୍ଟ୍ରରେ ମହିଳା ରାଷ୍ଟ୍ରମୁଖ୍ୟ ରହିଛନ୍ତି। ୧୯୯୭ରେ ନ୍ୟୁଜିଲାଣ୍ଡ ପ୍ରଥମ ମହିଳା ପ୍ରଧାନମନ୍ତ୍ରୀଙ୍କୁ ପାଇଥିବାବେଳେ ୨୦୦୦ରେ ଜଣେ ମହିଳା ଫିନ୍‌ଲାଣ୍ଡ ପ୍ରଧାନମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri