ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ଗୋଟିଏ ଦିନରେ କୁହୁଡ଼ି ଓ ଝଡ଼ବର୍ଷାର ଏହି ଅଦ୍ଭୁତ ସମାହାର ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି।
ଭୋର ସମୟରୁ ପ୍ରାୟ ସକାଳ ୮ଟା ୩୦ ପର୍ଯ୍ୟନ୍ତ ସମଗ୍ର ଅଞ୍ଚଳ ଘନ କୁହୁଡ଼ିର ଚାଦର ତଳେ ଢାଙ୍କି ହୋଇ ରହିଥିଲା। ଦୃଶ୍ୟମାନ ଦୂରତା (Visibility) ଏତେ କମ ଥିଲା ଯେ ରାସ୍ତା ଆଦୌ ଦେଖାଯାଉନଥିଲା। ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା ଏବଂ ଗାଡ଼ି ଚାଳକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ।

ଅପରାହ୍ନ ପ୍ରାୟ ୨ଟା ସମୟରେ ହଠାତ୍ ଆକାଶ ମେଘାଚ୍ଛନ୍ନ ହୋଇଯାଇଥିଲା। ପ୍ରାୟ ଦେଢ଼ ଘଣ୍ଟା ଧରି (୨ଟାରୁ ୩:୩୦) ପ୍ରଚଣ୍ଡ ପବନ ସହ ଘନ ଘନ ବଜ୍ରପାତ ଏବଂ ମୂଷଳଧାରାରେ ବର୍ଷା ହୋଇଥିଲା। କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ କୁଆପଥର ମାଡ଼ ମଧ୍ୟ ହୋଇଥିଲା, ଯାହା ଫଳରେ ପଥଚାରୀମାନେ ଅସୁବିଧାରେ ପଡ଼ିଥିଲେ।

ଦିଗପହଣ୍ଡି ଓ ଆଖପାଖ ଅଞ୍ଚଳରେ ଚାଲିଥିବା ବ୍ରତୋପନୟନ ଭଳି ମାଙ୍ଗଳିକ କାର୍ଯ୍ୟକ୍ରମ ବାଧାପ୍ରାପ୍ତ ହୋଇଛି। ପ୍ରବଳ ପବନରେ ଭୋଜି ପାଇଁ ଟଙ୍ଗା ଯାଇଥିବା ଟେଣ୍ଟ ଉଡ଼ିଯିବା ସହ ରନ୍ଧା ଖାଦ୍ୟରେ ବର୍ଷା ପାଣି ପଶିଯାଇଥିବା ଦେଖିବାକୁ ମିଳିଥିଲା। ଅନେକ ସ୍ଥାନରେ ଗଛ ଉପୁଡ଼ି ରାସ୍ତା ଉପରେ ପଡ଼ିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା। ପରେ ଅଗ୍ନିଶମ ବାହିନୀ ପହଞ୍ଚି କଟର ସାହାଯ୍ୟରେ ଗଛ କାଟି ରାସ୍ତା ସଫା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

୭ ଦିନ ବନ୍ଦ ରହିବ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ: ପଛରେ ରହିଛି ଏମିତି କାରଣ

ଭଞ୍ଜନଗର,୧୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ଏକ ମାତ୍ର ସରକାରୀ ୱାଟର ପାର୍କକୁ ଗତ ମାସରେ ଅନିର୍ଦ୍ଦିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri