ଓମିକ୍ରନ୍‌ ମୁକାବିଲା ପାଇଁ ରଣନୀତି

ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): ଓଡ଼ିଶାରେ ‘ଓମିକ୍ରନ’ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ିଛି। ଏହି ନୂଆ କରୋନା ଭାରିଆଣ୍ଟର ମୁକାବିଲା କରିବା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକ ବସି ସ୍ବତନ୍ତ୍ର ରଣନୀତି ଆରମ୍ଭ ହୋଇଛି। ବୁଧବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟତଃ ୫ଟି ପ୍ରସଙ୍ଗକୁ ଗୁରୁତ୍ୱ ଦିଆଯାଇଛି। ଜୋର୍‌ଦାର ସର୍ଭେଲାନ୍ସ, ବ୍ୟାପକ ଟିକାକରଣ, ଜିନୋମ ସିକ୍ୱେନ୍ସିଂ ବୃଦ୍ଧି, ଟେଷ୍ଟିଂ ଓ ଟ୍ରାକିଂକୁ ଗୁରୁତ୍ୱ ଦିଆଯାଇଛି। ଏହାଛଡ଼ା ନୂଆବର୍ଷରେ ଭିଡ଼ ହେବାର ସମ୍ଭାବନା ଥିବାରୁ ଜିଲାପାଳ ଓ ମହାନଗର ନିଗମ କମିଶନରଙ୍କୁ କଟକଣା ବଢ଼ାଇବାକୁ ଦାୟିତ୍ୱ ଦିଆଯାଇଛି। ସ୍ଥିତି ଦେଖି ଜିଲାପାଳମାନେ କଟକଣା ଲାଗୁ କରିପାରିବେ ବୋଲି ବୈଠକ ପରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ସୂଚନା ଦେଇଥିଲେ।
ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଶାସନ ସଚିବ କହିଲେ, ନିଜ ନିଜର ସୁରକ୍ଷା ପାଇଁ ସମସ୍ତ ଯୋଗ୍ୟ ହିତାଧିକାରୀ ଶୀଘ୍ର କୋଭିଡ୍‌ ଟିକା ନେଇଯିବା ଜରୁରୀ। ଜାନୁୟାରୀ ୧୫ ସୁଦ୍ଧା ଶତ ପ୍ରତିଶତ ଟିକାକରଣ ନିମନ୍ତେ ଲକ୍ଷଭେଦୀ ଗ୍ରାମୱାରୀ କାର୍ଯ୍ୟକ୍ରମ କରିବାକୁ ସେ ସମସ୍ତ ଜିଲାପାଳ, ସ୍ବାସ୍ଥ୍ୟ ଅଧିକାରୀ, ଟିକାକରଣ ଟିମ୍‌, ବ୍ଲକ୍‌ ଓ ପଞ୍ଚାୟତ ଅଧିକାରୀଙ୍କୁ କହିଥିଲେ। ସେହିପରି ଓମିକ୍ରନ୍‌ ସ୍ଥିତି ଦୃଷ୍ଟିରୁ ସମସ୍ତ ସରକାରୀ ହସ୍ପିଟାଲ୍‌ରେ ଯଥେଷ୍ଟ ଔଷଧ, ଅକ୍ସିଜେନ୍‌ ସିଲିଣ୍ଡର, ବେଡ୍‌, ଆଇସିୟୁ, ଭେଣ୍ଟିଲେଟର ଓ ଆନୁସଙ୍ଗିକ ଚିକିତ୍ସା ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ କୁହାଯାଇଛି। ଘରୋଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ କରି ଯେକୌଣସି ସମୟରେ ସହଯୋଗ କରିବାକୁ ସେମାନେ ପ୍ରସ୍ତୁତ ରହିବା ନେଇ ଆଗୁଆ ଜଣାଇଦେବାକୁ ସେ ନିର୍ଦ୍ଦେଶ ଦେଇଥିଲେ।
ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ରାଜ କୁମାର ଶର୍ମା, କୋଭିଡ୍‌ ସ୍ଥିତି ବିଷୟ ଉପସ୍ଥାପନ କରିବା ସହ ବ୍ୟାପକ ଟେଷ୍ଟିଂ, ସଚେତନତା ଏବଂ ପ୍ରବର୍ତ୍ତନ କାର୍ଯ୍ୟକ୍ରମ ଉପରେ ଗୁରୁତ୍ୱରୋପ କରିଥିଲେ। ରାଜ୍ୟରେ ଦୈନିକ ଟେଷ୍ଟିଂକୁ ୭୦ହଜାର ପର୍ଯ୍ୟନ୍ତ ବଢ଼ାଇବାକୁ ଶର୍ମା କହିଥିଲେ। ଏହାପରେ ସେହି ଅନୁସାରେ ବିଭିନ୍ନ ଜିଲା ପାଇଁ ଦୈନିକ ନମୁନା ପରୀକ୍ଷା ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ବହୁ ଲୋକଙ୍କ ସଂସ୍ପର୍ଶରେ ଆସୁଥିବା ବୁଲା ବିକାଳି, ଡେଲିଭରି ମ୍ୟାନ୍‌, ଦୋକାନୀ, ହଷ୍ଟେଲରେ ରହୁଥିବା ଛାତ୍ରୀଛାତ୍ର, ବିବାହ ଓ ଅନ୍ତ୍ୟେଷ୍ଟିକ୍ରିୟା ଆଦି କର୍ମରେ ଯୋଗଦେଉଥିବା ଲୋକଙ୍କ ନମୁନା ପରୀକ୍ଷା କରାଇବା ପାଇଁ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ସାମାଜିକ କାର୍ଯ୍ୟକ୍ରମ ପାଇଁ ରହିଥିବା ନିୟମକୁ କଡ଼ାକଡ଼ି ଭାବେ ଲାଗୁ କରିବା ପାଇଁ ମଧ୍ୟ ଜିଲାପାଳ ଓ ପୋଲିସ୍‌ ଅଧିକାରୀଙ୍କୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ। ବଜାର, ଶିଳ୍ପାଞ୍ଚଳ, ବସ୍‌ଷ୍ଟାଣ୍ଡ ଏବଂ ଭିଡ଼ ସ୍ଥାନଗୁଡ଼ିକରେ ନମୁନା ପରୀକ୍ଷା, ପ୍ରତି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରାପିଡ୍‌ ଆଣ୍ଟିଜେନ୍‌ ସହ ଆର୍‌ଟିପିସିଆର୍‌ ଟେଷ୍ଟ ନିମନ୍ତେ କୁହାଯାଇଛି। ସେହିଭଳି ବିଦେଶରୁ ଆସୁଥିବା ଲୋକଙ୍କ ଆର୍‌ଟିପିସିଆର୍‌ ଟେଷ୍ଟ, ୭ଦିନ ଏକାନ୍ତ ବାସ, ପୁନଶ୍ଚ ୮ମ ଦିନରେ ଦ୍ୱିତୀୟଥର ଆର୍‌ଟିପିସିଆର୍‌ ଟେଷ୍ଟ ଉପରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା।
ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ତଥା ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ, ବିଦ୍ୟାଳୟ ଓ ଗଣଶିକ୍ଷା ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ, ଓଡ଼ିଶା ଭେଷଜ ନିଗମର ପରିଚାଳନା ନିର୍ଦ୍ଦେଶକ ଯାମିନୀ ଷଡ଼ଙ୍ଗୀଙ୍କ ସମେତ ସମ୍ପୃକ୍ତ ବିଭାଗର ସଚିବ ଓ ବିଶେଷଜ୍ଞମାନେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଜିଲାପାଳମାନେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଜିଲାର ବର୍ତ୍ତମାନର ସ୍ଥିତି, ଟିକାକରଣ ଏବଂ କୋଭିଡ୍‌ ପରିଚାଳନା ସମ୍ବନ୍ଧିତ ପ୍ରସ୍ତୁତି ବିଷୟ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

‘ଜଞ୍ଜିରରେ ହୋଇଛି ବନ୍ଧା…ମାଡ଼ରେ ଶରୀର ରୁଟି ଭଳି ଫୁଲିଯାଇଛି…’, ମାସୁଦ ଆଝାରଙ୍କ ଭାଇରାଲ ଅଡିଓ କ୍ଲିପକୁ ନେଇ ବଢୁଛି ଚର୍ଚ୍ଚା

ଇସଲାମାବାଦ,୧୪।୧୨: ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ନେତା ମାସୁଦ ଆଝାରଙ୍କ ଏକ ଚାଞ୍ଚଲ୍ୟକର ଅଡିଓ କ୍ଲିପ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଏହି...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri