ଓମିକ୍ରନ୍‌ ମୁକାବିଲା ପାଇଁ ରଣନୀତି

ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): ଓଡ଼ିଶାରେ ‘ଓମିକ୍ରନ’ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ିଛି। ଏହି ନୂଆ କରୋନା ଭାରିଆଣ୍ଟର ମୁକାବିଲା କରିବା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକ ବସି ସ୍ବତନ୍ତ୍ର ରଣନୀତି ଆରମ୍ଭ ହୋଇଛି। ବୁଧବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟତଃ ୫ଟି ପ୍ରସଙ୍ଗକୁ ଗୁରୁତ୍ୱ ଦିଆଯାଇଛି। ଜୋର୍‌ଦାର ସର୍ଭେଲାନ୍ସ, ବ୍ୟାପକ ଟିକାକରଣ, ଜିନୋମ ସିକ୍ୱେନ୍ସିଂ ବୃଦ୍ଧି, ଟେଷ୍ଟିଂ ଓ ଟ୍ରାକିଂକୁ ଗୁରୁତ୍ୱ ଦିଆଯାଇଛି। ଏହାଛଡ଼ା ନୂଆବର୍ଷରେ ଭିଡ଼ ହେବାର ସମ୍ଭାବନା ଥିବାରୁ ଜିଲାପାଳ ଓ ମହାନଗର ନିଗମ କମିଶନରଙ୍କୁ କଟକଣା ବଢ଼ାଇବାକୁ ଦାୟିତ୍ୱ ଦିଆଯାଇଛି। ସ୍ଥିତି ଦେଖି ଜିଲାପାଳମାନେ କଟକଣା ଲାଗୁ କରିପାରିବେ ବୋଲି ବୈଠକ ପରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ସୂଚନା ଦେଇଥିଲେ।
ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଶାସନ ସଚିବ କହିଲେ, ନିଜ ନିଜର ସୁରକ୍ଷା ପାଇଁ ସମସ୍ତ ଯୋଗ୍ୟ ହିତାଧିକାରୀ ଶୀଘ୍ର କୋଭିଡ୍‌ ଟିକା ନେଇଯିବା ଜରୁରୀ। ଜାନୁୟାରୀ ୧୫ ସୁଦ୍ଧା ଶତ ପ୍ରତିଶତ ଟିକାକରଣ ନିମନ୍ତେ ଲକ୍ଷଭେଦୀ ଗ୍ରାମୱାରୀ କାର୍ଯ୍ୟକ୍ରମ କରିବାକୁ ସେ ସମସ୍ତ ଜିଲାପାଳ, ସ୍ବାସ୍ଥ୍ୟ ଅଧିକାରୀ, ଟିକାକରଣ ଟିମ୍‌, ବ୍ଲକ୍‌ ଓ ପଞ୍ଚାୟତ ଅଧିକାରୀଙ୍କୁ କହିଥିଲେ। ସେହିପରି ଓମିକ୍ରନ୍‌ ସ୍ଥିତି ଦୃଷ୍ଟିରୁ ସମସ୍ତ ସରକାରୀ ହସ୍ପିଟାଲ୍‌ରେ ଯଥେଷ୍ଟ ଔଷଧ, ଅକ୍ସିଜେନ୍‌ ସିଲିଣ୍ଡର, ବେଡ୍‌, ଆଇସିୟୁ, ଭେଣ୍ଟିଲେଟର ଓ ଆନୁସଙ୍ଗିକ ଚିକିତ୍ସା ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ କୁହାଯାଇଛି। ଘରୋଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ କରି ଯେକୌଣସି ସମୟରେ ସହଯୋଗ କରିବାକୁ ସେମାନେ ପ୍ରସ୍ତୁତ ରହିବା ନେଇ ଆଗୁଆ ଜଣାଇଦେବାକୁ ସେ ନିର୍ଦ୍ଦେଶ ଦେଇଥିଲେ।
ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ରାଜ କୁମାର ଶର୍ମା, କୋଭିଡ୍‌ ସ୍ଥିତି ବିଷୟ ଉପସ୍ଥାପନ କରିବା ସହ ବ୍ୟାପକ ଟେଷ୍ଟିଂ, ସଚେତନତା ଏବଂ ପ୍ରବର୍ତ୍ତନ କାର୍ଯ୍ୟକ୍ରମ ଉପରେ ଗୁରୁତ୍ୱରୋପ କରିଥିଲେ। ରାଜ୍ୟରେ ଦୈନିକ ଟେଷ୍ଟିଂକୁ ୭୦ହଜାର ପର୍ଯ୍ୟନ୍ତ ବଢ଼ାଇବାକୁ ଶର୍ମା କହିଥିଲେ। ଏହାପରେ ସେହି ଅନୁସାରେ ବିଭିନ୍ନ ଜିଲା ପାଇଁ ଦୈନିକ ନମୁନା ପରୀକ୍ଷା ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ବହୁ ଲୋକଙ୍କ ସଂସ୍ପର୍ଶରେ ଆସୁଥିବା ବୁଲା ବିକାଳି, ଡେଲିଭରି ମ୍ୟାନ୍‌, ଦୋକାନୀ, ହଷ୍ଟେଲରେ ରହୁଥିବା ଛାତ୍ରୀଛାତ୍ର, ବିବାହ ଓ ଅନ୍ତ୍ୟେଷ୍ଟିକ୍ରିୟା ଆଦି କର୍ମରେ ଯୋଗଦେଉଥିବା ଲୋକଙ୍କ ନମୁନା ପରୀକ୍ଷା କରାଇବା ପାଇଁ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ସାମାଜିକ କାର୍ଯ୍ୟକ୍ରମ ପାଇଁ ରହିଥିବା ନିୟମକୁ କଡ଼ାକଡ଼ି ଭାବେ ଲାଗୁ କରିବା ପାଇଁ ମଧ୍ୟ ଜିଲାପାଳ ଓ ପୋଲିସ୍‌ ଅଧିକାରୀଙ୍କୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ। ବଜାର, ଶିଳ୍ପାଞ୍ଚଳ, ବସ୍‌ଷ୍ଟାଣ୍ଡ ଏବଂ ଭିଡ଼ ସ୍ଥାନଗୁଡ଼ିକରେ ନମୁନା ପରୀକ୍ଷା, ପ୍ରତି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରାପିଡ୍‌ ଆଣ୍ଟିଜେନ୍‌ ସହ ଆର୍‌ଟିପିସିଆର୍‌ ଟେଷ୍ଟ ନିମନ୍ତେ କୁହାଯାଇଛି। ସେହିଭଳି ବିଦେଶରୁ ଆସୁଥିବା ଲୋକଙ୍କ ଆର୍‌ଟିପିସିଆର୍‌ ଟେଷ୍ଟ, ୭ଦିନ ଏକାନ୍ତ ବାସ, ପୁନଶ୍ଚ ୮ମ ଦିନରେ ଦ୍ୱିତୀୟଥର ଆର୍‌ଟିପିସିଆର୍‌ ଟେଷ୍ଟ ଉପରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା।
ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ତଥା ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ, ବିଦ୍ୟାଳୟ ଓ ଗଣଶିକ୍ଷା ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ, ଓଡ଼ିଶା ଭେଷଜ ନିଗମର ପରିଚାଳନା ନିର୍ଦ୍ଦେଶକ ଯାମିନୀ ଷଡ଼ଙ୍ଗୀଙ୍କ ସମେତ ସମ୍ପୃକ୍ତ ବିଭାଗର ସଚିବ ଓ ବିଶେଷଜ୍ଞମାନେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଜିଲାପାଳମାନେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଜିଲାର ବର୍ତ୍ତମାନର ସ୍ଥିତି, ଟିକାକରଣ ଏବଂ କୋଭିଡ୍‌ ପରିଚାଳନା ସମ୍ବନ୍ଧିତ ପ୍ରସ୍ତୁତି ବିଷୟ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri