ସରକାରଙ୍କୁ ଘେରିବାକୁ ରଣକୌଶଳ

ଭୁବନେଶ୍ୱର,୧୮।୨(ବ୍ୟୁରୋ):ଗୁରୁବାରଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ସରକାରଙ୍କୁ ଘେରିବାକୁ ବିରୋଧୀ ରଣନୀତି ପ୍ରସ୍ତୁତ କରିିଛନ୍ତି। ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ସହ ମୁଲତବୀ ଆଲୋଚନା ଥିବାରୁ ଚଳିତ ଅଧିବେଶନ ବେଶ୍‌ ସରଗରମ ହେବ। ବିପଯର୍‌ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି, ସୀମା ବିବାଦ, ମଣ୍ଡିରୁ ଧାନ ନ ଉଠିବା, ମାହାଙ୍ଗା ହତ୍ୟାକାଣ୍ଡ, ପ୍ରଧାନମନ୍ତ୍ରୀ ଆବାସ ଦୁର୍ନୀତି ଆଦି ପ୍ରସଙ୍ଗକୁ ନେଇ ବିରୋଧୀ କଂଗ୍ରେସ ଓ ଭାଜପା ସରକାରଙ୍କୁ କାଠଗଡ଼ାରେ ଛିଡା କରିବାକୁ ଯୋଜନା ପ୍ରସ୍ତୁତ କରିଛନ୍ତି। ବିରୋଧୀଙ୍କୁ ମୁକାବିଲା କରିବା ନେଇ ଶାସକ ବିଜେଡି ମଧ୍ୟ ରଣନୀତି ପ୍ରସ୍ତୁତ କରିଛି। କେନ୍ଦ୍ର ଅବହେଳା, ରେଳ ବଜେଟରେ ଓଡ଼ିଶାକୁ ଅଣଦେଖା, କେନ୍ଦ୍ରୀୟ ଯୋଜନା ହ୍ରାସ ଆଦି ପ୍ରସଙ୍ଗରେ କେନ୍ଦ୍ରର ଭାଜପା ପରିଚାଳିତ ଏନ୍‌ଡିଏ ସରକାରଙ୍କୁ ବିଜେଡି ଟାର୍ଗେଟ କରିବା ନେଇ ରଣନୀତି ପ୍ରସ୍ତୁତ କରିଛି।
ବୁଧବାର ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଭାଜପା ବିଧାୟକ ଦଳ ବୈଠକରେ ମଣ୍ଡିରୁ ଧାନ ନ ଉଠିବା, ମାହାଙ୍ଗା ହତ୍ୟାକାଣ୍ଡ, ବିପଯର୍‌ୟସ୍ତ ଆଇନଶୃଙ୍ଖଳା, ସୀମା ବିବାଦ, ପିଏମ୍‌ ଆବାସ ଘୋଟାଲା ସହ ରାଜ୍ୟରେ ମହିଳା ସୁରକ୍ଷା, ବେକାରି, ଖଣି ଦୁର୍ନୀତି, କେନ୍ଦ୍ରୀୟ ଯୋଜନାକୁ ରାଜ୍ୟ ସରକାର ଲାଗୁ ନ କରିବା, ପାନୀୟ ଜଳ ଅଭାବ ଆଦି ବିଭିନ୍ନ ପ୍ରସଙ୍ଗରେ ଭାଜପା ସରକାରଙ୍କଠାରୁ କୈଫିୟତ ତଲବ କରିବାକୁ ନିଷ୍ପତ୍ତି ହୋଇଛି। ଏହି ବୈଠକରେ ରାଜ୍ୟର ବିଭିନ୍ନ ପ୍ରସଙ୍ଗ ସମ୍ପର୍କରେ ଆଲୋଚନା ହୋଇଥିଲା। ଚଳିତ ଅଧିବେଶନରେ ରାଜ୍ୟର ବିଭିନ୍ନ ସମସ୍ୟା ଉଠାଇବା ସହ ସାଧାରଣ ଲୋକଙ୍କ ମୌଳିକ ସମସ୍ୟା ଉପରେ ସରକାରଙ୍କୁ ପ୍ରଶ୍ନ କରିବ ବୋଲି ବିରୋଧୀ ଦଳ ନେତା କହିଛନ୍ତି ା ୨୦ ବର୍ଷ ଶାସନ ପରେ ବି ରାଜ୍ୟ ସରକାର ସୀମା ବିବାଦର ସମାଧାନ କରିପାରିଲେ ନାହିଁ ା ସୀମାନ୍ତବର୍ତ୍ତୀ ଗ୍ରାମଗୁଡିକରେ ଓଡ଼ିଶା ସରକାର ବିକାଶମୂଳକ କାର୍ଯ୍ୟ ପହଞ୍ଚାଇବାରେ ବିଫଳ ହୋଇଛନ୍ତି ା ଗତ ୧୩ ତାରିଖରୁ ପଡୋଶୀ ଆନ୍ଧ୍ର ସରକାର ପଞ୍ଚାୟତ ନିର୍ବାଚନ କରିବା ପରେ ବି ରାଜ୍ୟ ସରକାର ଜାଣିପାରିଲେ ନାହିଁ ା ସରକାରଙ୍କଠାରୁ ଏ ନେଇ ଜବାବ ତଲବ କରାଯିବ ବୋଲି ସେ କହିଛନ୍ତି। ଟୋକନ ଓ ଟାର୍ଗେଟ୍‌ ବ୍ୟବସ୍ଥା କାରଣରୁ ରାଜ୍ୟର ବିଭିନ୍ନ ସ୍ଥାନରେ ମଣ୍ଡିରେ ହଜାର ହଜାର କୁଇଣ୍ଟାଲ ଧାନ ପଡିରହୁଛି ା ମଣ୍ଡିରେ ବ୍ୟାପକ ଅବ୍ୟବସ୍ଥା ଦେଖାଯାଇଛି ା କେନ୍ଦ୍ରୀୟ ଯୋଜନାର ଅର୍ଥକୁ ଦଳୀୟ ଆଧାରରେ ଶାସକ ବିଜେଡିର ନେତା ଓ କର୍ମୀମାନଙ୍କୁ୍‌ ବଣ୍ଟନ କରାଯାଉଛି ା କରୋନା ମୁକାବିଲା ପାଇଁ ଆସିଥିବା କେନ୍ଦ୍ରୀୟ ଅର୍ଥକୁ ରାଜ୍ୟ ସରକାର ହଡପ କରିଛନ୍ତି ା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ଆସିଥିବା ଚାଉଳ, ଡାଲି ବଣ୍ଟନରେ ବ୍ୟାପକ ଦୁର୍ନୀତି ଓ ଅନିୟମିତତା ହେବା ଆଦି ପ୍ରସଙ୍ଗକୁ ଗୃହରେ ଉଠାଯିବ ବୋଲି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି କହିଛନ୍ତି ା
ଅନ୍ୟପକ୍ଷରେ କଂଗ୍ରେସ ମଧ୍ୟ ରାଜ୍ୟ ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ଘେରିବାକୁ ଯୋଜନା କରିଛି। ତୈଳ ଦର ବୃଦ୍ଧି, ଆଇନଶୃଙ୍ଖଳା, ଧାନର ଅଭାବୀ ବିକ୍ରି, ସୀମା ବିବାଦ, ବେକାରି ସମସ୍ୟା, ଜଳସେଚନ ଆଦି ପ୍ରସଙ୍ଗକୁ ନେଇ ସରକାରଙ୍କୁ ଅଡୁଆରେ ପକାଇବାକୁ ଯୋଜନା କରୁଛି। ବୁଧବାର କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କଂଗ୍ରେସ ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ବୈଠକରେ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ଭାଜପା ଓ କଂଗ୍ରେସ ଅଲଗା ଅଲଗା ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ଯୋଜନା କରିଛନ୍ତି। ତେବେ କେତେକ ପ୍ରସଙ୍ଗରେ ଏକାଠି ବିରୋଧ କରିବା ନେଇ ସୂଚନା ମିଳିଛି।
ବିରୋଧୀଙ୍କ ଯେକୌଣସି ପ୍ରସଙ୍ଗ ଉପରେ ଆଲୋଚନା କରିବାକୁ ସରକାର ପ୍ରସ୍ତୁତ ବୋଲି ବିଜେଡି ବିଧାୟକ ଦଳ ବୈଠକ ପରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି। କେନ୍ଦ୍ରୀୟ ଅବହେଳା, ରେଳ ବଜେଟରେ ଓଡ଼ିଶାକୁ ଅବହେଳା, ଅନୁଦାନ ହ୍ରାସ ଇତ୍ୟାଦି ପ୍ରସଙ୍ଗ ଉପରେ ଗୃହରେ ଆଲୋଚନା ହେବ ବୋଲି ସେ କହିଛନ୍ତି। କେନ୍ଦ୍ରୀୟ ଅନୁଦାନ କମିବା ଏବଂ ଦ୍ରବ୍ୟ ସେବା ଟିକସ (ଜିଏସ୍‌ଟି) ହ୍ରାସ ଯୋଗୁ ରାଜ୍ୟ ଗତ ୫ ବର୍ଷରେ ପ୍ରାୟ ୬୦ ହଜାର କୋଟି ହରାଇଛି। ଏଥିସହିତ ଚଳିତ ଅଧିବେଶନରେ କେତେକ ଗୁରୁତ୍ୱପୂର୍ଣ୍ଣ ବିଲ୍‌ ପାରିତ ହେବ ବୋଲି ସେ କହିଛନ୍ତି।
ବୁଧବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସ ଜରିଆରେ ଏହି ବୈଠକରେ ଯୋଗ ଦେଇଥିଲେ। ବୈଠକରେ ସରକାରୀ ଯୋଜନାକୁ କିପରି ଜନସାଧାରଣଙ୍କ ପାଖରେ ପହଞ୍ଚାଯାଇ ପାରିବ ସେ ନେଇ ବିଧାୟକମାନେ ଲୋକଙ୍କ ନିକଟକୁ ଯିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri