୨୦୨୪ ପାଇଁ ରଣନୀତି

ଭୁବନେଶ୍ବର,୧୭।୧୨(ବ୍ୟୁରୋ): ଭାଜପା କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ ଶନିବାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଦୁଇଟି ପର୍ଯ୍ୟାୟରେ ଦଳର ଆଗାମୀ ରଣନୀତି ସମ୍ପର୍କରେ ବୈଠକ କରିବେ। ଅନ୍ୟପଟେ ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସ ପାଳନ କରିବାକୁ ଯାଉଛି।
ମିଳିଥିବା ସୂଚନା ଅନୁସାରେ, ବିଜେଡିକୁ ୨୫ ବର୍ଷ ପୂରିବାକୁ ଯାଉଥିବାବେଳେ ଏହାକୁ ସ୍ମରଣୀୟ କରିବାକୁ ବଡ଼ଧରଣର ଉତ୍ସବ ଆୟୋଜନ ଲାଗି ଦଳୀୟ ନେତା ପ୍ରସ୍ତାବ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟସ୍ତରୀୟ ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ପ୍ରତିଷ୍ଠା ଦିବସରୁ ବର୍ଷବ୍ୟାପୀ ଦଳର ବିଭିନ୍ନ କାର୍ଯ୍ୟକ୍ରମ ଶୁଭାରମ୍ଭ କରାଯିବ। ବରିଷ୍ଠ ବିଧାୟକ ତଥା ବିଜେଡି ଉପସଭାପତି ଦେବୀପ୍ରସାଦ ମିଶ୍ରଙ୍କ ବାସଭବନରେ ଶୁକ୍ରବାର ଏନେଇ ପ୍ରସ୍ତୁତି ବୈଠକ ବସିଥିଲା। ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ଦଳୀୟ ନେତା ବୈଠକରେ ଯୋଗଦେଇଥିଲେ। ଏହାପରେ ଦେବୀ ମିଶ୍ର, ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବିଧାୟକ ଅରୁଣ ସାହୁ ଏବଂ ସ୍ନେହାଙ୍ଗିନୀ ଛୁରିଆ ପ୍ରମୁଖ ନବୀନ ନିବାସ ଯାଇ ଦଳର ସଭାପତିଙ୍କ ସହ ଆଲୋଚନା କରିଛନ୍ତି। ଏଥର ମଧ୍ୟ ପ୍ରତିଷ୍ଠା ଦିବସକୁ ଦଳ ସବୁ ବ୍ଲକ୍‌ ଏବଂ ପୌରାଞ୍ଚଳରେ ଧୁମଧାମରେ ପାଳନ କରାଯିବ ବୋଲି ସୂଚନା ମିଳିଛି।
ଶନିବାରଠାରୁ ଭାଜପାର ୨ ଦିନିଆ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହେବ। ସକାଳୁ ଦଳର ଜିଲା ପ୍ରଭାରୀ, ବିଧାୟକ, ଏମ୍‌ପିଙ୍କୁ ନେଇ ଏକ ବୈଠକ ବସିବାକୁ ଥିବାବେଳେ ଅପରାହ୍ନରେ ଦଳର କୋର୍‌ କମିଟି ବୈଠକ ବସିବ। ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି, ଏହି ସାଙ୍ଗଠନିକ ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ ଓ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ବରୀ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ବୈଠକରେ ୨୦୨୪ ପାଇଁ ରଣନୀତି ପରିପ୍ରେକ୍ଷୀରେ ତୃଣମୂଳସ୍ତରରେ ଦଳର ସ୍ଥିତି ଅନୁଧ୍ୟାନ କରାଯିବ। ନିକଟରେ ଅନୁଷ୍ଠିତ ଧାମନଗର ଓ ପଦ୍ମପୁର ଉପନିର୍ବାଚନରେ ଭାଜପାକୁ କାହିଁକି ଗୋଟିଏରେ ସଫଳତା ମିଳିଲା ସେ ନେଇ ମଧ୍ୟ ପୁଙ୍ଖାନୁପୁଙ୍ଖ ଆଲୋଚନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri