୨୦୨୪ ପାଇଁ ରଣନୀତି

ଭୁବନେଶ୍ବର,୧୭।୧୨(ବ୍ୟୁରୋ): ଭାଜପା କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ ଶନିବାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଦୁଇଟି ପର୍ଯ୍ୟାୟରେ ଦଳର ଆଗାମୀ ରଣନୀତି ସମ୍ପର୍କରେ ବୈଠକ କରିବେ। ଅନ୍ୟପଟେ ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସ ପାଳନ କରିବାକୁ ଯାଉଛି।
ମିଳିଥିବା ସୂଚନା ଅନୁସାରେ, ବିଜେଡିକୁ ୨୫ ବର୍ଷ ପୂରିବାକୁ ଯାଉଥିବାବେଳେ ଏହାକୁ ସ୍ମରଣୀୟ କରିବାକୁ ବଡ଼ଧରଣର ଉତ୍ସବ ଆୟୋଜନ ଲାଗି ଦଳୀୟ ନେତା ପ୍ରସ୍ତାବ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟସ୍ତରୀୟ ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ପ୍ରତିଷ୍ଠା ଦିବସରୁ ବର୍ଷବ୍ୟାପୀ ଦଳର ବିଭିନ୍ନ କାର୍ଯ୍ୟକ୍ରମ ଶୁଭାରମ୍ଭ କରାଯିବ। ବରିଷ୍ଠ ବିଧାୟକ ତଥା ବିଜେଡି ଉପସଭାପତି ଦେବୀପ୍ରସାଦ ମିଶ୍ରଙ୍କ ବାସଭବନରେ ଶୁକ୍ରବାର ଏନେଇ ପ୍ରସ୍ତୁତି ବୈଠକ ବସିଥିଲା। ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ଦଳୀୟ ନେତା ବୈଠକରେ ଯୋଗଦେଇଥିଲେ। ଏହାପରେ ଦେବୀ ମିଶ୍ର, ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବିଧାୟକ ଅରୁଣ ସାହୁ ଏବଂ ସ୍ନେହାଙ୍ଗିନୀ ଛୁରିଆ ପ୍ରମୁଖ ନବୀନ ନିବାସ ଯାଇ ଦଳର ସଭାପତିଙ୍କ ସହ ଆଲୋଚନା କରିଛନ୍ତି। ଏଥର ମଧ୍ୟ ପ୍ରତିଷ୍ଠା ଦିବସକୁ ଦଳ ସବୁ ବ୍ଲକ୍‌ ଏବଂ ପୌରାଞ୍ଚଳରେ ଧୁମଧାମରେ ପାଳନ କରାଯିବ ବୋଲି ସୂଚନା ମିଳିଛି।
ଶନିବାରଠାରୁ ଭାଜପାର ୨ ଦିନିଆ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହେବ। ସକାଳୁ ଦଳର ଜିଲା ପ୍ରଭାରୀ, ବିଧାୟକ, ଏମ୍‌ପିଙ୍କୁ ନେଇ ଏକ ବୈଠକ ବସିବାକୁ ଥିବାବେଳେ ଅପରାହ୍ନରେ ଦଳର କୋର୍‌ କମିଟି ବୈଠକ ବସିବ। ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି, ଏହି ସାଙ୍ଗଠନିକ ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ ଓ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ବରୀ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ବୈଠକରେ ୨୦୨୪ ପାଇଁ ରଣନୀତି ପରିପ୍ରେକ୍ଷୀରେ ତୃଣମୂଳସ୍ତରରେ ଦଳର ସ୍ଥିତି ଅନୁଧ୍ୟାନ କରାଯିବ। ନିକଟରେ ଅନୁଷ୍ଠିତ ଧାମନଗର ଓ ପଦ୍ମପୁର ଉପନିର୍ବାଚନରେ ଭାଜପାକୁ କାହିଁକି ଗୋଟିଏରେ ସଫଳତା ମିଳିଲା ସେ ନେଇ ମଧ୍ୟ ପୁଙ୍ଖାନୁପୁଙ୍ଖ ଆଲୋଚନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri