ଉପନିର୍ବାଚନ ପାଇଁ ରଣନୀତି

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଭାଜପାର ଗୁରୁତ୍ୱପୂର୍ଣ୍ଣ କୋର୍‌ କମିଟି ବୈଠକ ଶୁକ୍ରବାର ସକାଳେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଦଳର ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ଏବଂ ସହପ୍ରଭାରୀ ବିଜୟପାଲ ସିଂ ତୋମାର ଓ ଦଳର ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସମେତ ଅନ୍ୟ ୧୦ ଜଣ ସଦସ୍ୟ ଉପସ୍ଥିତ ଥିଲେ। କୋର୍‌ କମିଟି ବୈଠକରେ ମୁଖ୍ୟତଃ ବ୍ରଜରାଜନଗର ଉପନିର୍ବାଚନ ନେଇ ବିଶେଷ ଆଲୋଚନା ହୋଇଥିବା କୁହାଯାଉଥିଲେ ମଧ୍ୟ ଭିତର କଥା ନେଇ କେହି ଗଣମାଧ୍ୟମ ଆଗରେ ମୁହଁ ଖୋଲିନାହାନ୍ତି। ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଯୋଗଦେଇ ନ ଥିବା ଜଣେ ବରିଷ୍ଠ ନେତା ସୂଚନା ଦେଇଛନ୍ତି।
ତେବେ ଏମ୍‌ପି ସୁରେଶ ପୂଜାରୀ କହିଛନ୍ତି, ୩ଟି କଥା ଉପରେ ବିଶେଷ ଆଲୋଚନା ହୋଇଛି। ପଞ୍ଚାୟତ ଓ ପୌର ନିର୍ବାଚନ ଫଳାଫଳ ନେଇ ସମୀକ୍ଷା କରାଯାଇଥିବା ବେଳେ ବ୍ରଜରାଜନଗର ଉପନିର୍ବାଚନ କିପରି ଦଳ ଲଢିବ ତା’ ଉପରେ ଆଲୋଚନା ହୋଇଥିବା ବେଳେ ଆଗାମୀ ଦିନ ପାଇଁ କିପରି ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରାଯିବ ଆଲୋଚନା ହୋଇଥିବା ପୂଜାରୀ କହିଛନ୍ତି। ତେବେ ବୈଠକ ପୂର୍ବରୁ ପୁରନ୍ଦେଶ୍ୱରୀ ଓଡ଼ିଶାରେ ପହଞ୍ଚି କହିଛନ୍ତି, ରାଜ୍ୟ ପ୍ରଭାରୀ ହିସାବରେ ଓଡ଼ିଶାକୁ ତ ଯିବା ଆସିବା ସବୁବେଳେ ରହୁଛି। ଏବେ ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରସ୍ତୁତି ହେବ ଏବଂ ସେଠାକୁ ଯାଇ ଦଳର କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବେ ବୋଲି ସେ କହିଛନ୍ତି। ଦଳର ହାତଗଣତି ନେତାଙ୍କୁ ଛାଡ଼ି ଦେଲେ ଆଉ ସମସ୍ତେ କାହିଁକି ଆଗଭଳି ଆନ୍ଦୋଳନ କରୁନାହାନ୍ତି, ବିଜେଡି ସହ ଭାଜପାର ଏକ ପ୍ରକାର ଭିତିରି ବୁଝାମଣା ହେଉଥିବା ଆଲୋଚନା ହେଉଛି। ଏହାର ସତ୍ୟତା କେତେ ବୋଲି ପଚାରିବାରୁ ପୁରନ୍ଦେଶ୍ୱରୀ କହିଛନ୍ତି, ସେମିତି କିଛି ନୁହେଁ। ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ଆମ ଆଭିମୁଖ୍ୟ ସମସ୍ତେ ଦେଖିଛନ୍ତି ବୋଲି ପୁରନ୍ଦେଶ୍ୱରୀ କହିଛନ୍ତି।
ଅନ୍ୟପଟେ ଅପରାହ୍ନରେ ଦଳର ଜିଲା ସଭାପତି ଏବଂ ଜିଲା ପ୍ରଭାରୀମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆସନ୍ତା ଉପନିର୍ବାଚନ ପାଇଁ ଦଳର ପ୍ରସ୍ତୁତି, ବିଭିନ୍ନ ପ୍ରସଙ୍ଗରେ ଦଳ କିପରି ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା ଏବଂ ପ୍ରତି ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଦୁର୍ବଳ ବୁଥ୍‌ ଗୁଡ଼ିକର ସମୀକ୍ଷା କରିବା ପାଇଁ ଦଳର ଏମ୍‌ପି ଏବଂ ଏମ୍‌ପି ପ୍ରାର୍ଥୀଙ୍କୁ ଦାୟିତ୍ୱ ଦିଆଯାଇଛି। ଏହାସହ ଦଳର ଜିଲାସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ କରିବା ସହିତ କେନ୍ଦ୍ରୀୟ ଯୋଜନା ଲୋକଙ୍କ ପାଖରେ ଠିକ୍‌ ଭାବେ ପହଞ୍ଚାଇବାକୁ କୁହାଯାଇଛି। ତେବେ ଦଳର ବିଭିନ୍ନ ମୋର୍ଚ୍ଚାର ବୈଠକ ଶନିବାର ଅନୁଷ୍ଠିତ ହେବ। ଦଳର ଏଭଳି ଘନଘନ ବୈଠକ ବସୁଥିବା ବେଳେ ଖୁବ୍‌ଶୀଘ୍ର ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଓଡ଼ିଶା ଆସିବା କାର୍ଯ୍ୟକ୍ରମ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri