ଜୁଲାଇ ପାଇଁ ରଣନୀତି

ଭୁବନେଶ୍ୱର,୩୦।୬(ବ୍ୟୁରୋ): ଏବେ ସରକାରୀ କର୍ମଚାରୀମାନେ ମଧ୍ୟ କୋଭିଡ-୧୯ ସଂକ୍ରମଣର ଶିକାର ହେଉଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିନ୍ତାପ୍ରକଟ କରିଛନ୍ତି। ବିଭିନ୍ନ ସରକାରୀ ଅଫିସ ଯେପରି ସଂକ୍ରମଣମୁକ୍ତ ରହିବ ସେ ନେଇ କଡ଼ା ଆଭିମୁଖ୍ୟ ପୋଷଣ କରିଛନ୍ତି। କୋଭିଡ ନିୟମ କଡ଼ାକଡ଼ି କରି ସରକାରୀ କାର୍ଯ୍ୟାଳୟଗୁଡିକୁ ଶୂନ ସଂକ୍ରମଣ ଅଞ୍ଚଳ କରି ରଖିବା ଏବଂ କର୍ମଚାରୀମାନେ କ’ଣ କରିବେ କ’ଣ ନ କରିବେ ସେ ସମ୍ପର୍କରେ ସଚେତନ କରିବାକୁ ପରାମର୍ଶ ଦିଆଯାଇଛି। ଏହା ସତ୍ତ୍ୱେ ଯଦି ଉଲ୍ଲଂଘନ ହୁଏ ତେବେ ସବୁ କାର୍ଯ୍ୟାଳୟର ମୁଖ୍ୟ ଏଥିପାଇଁ
ଦାୟୀ ରହିବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି। କୋଭିଡ ସଂକ୍ରମଣ ରୋକିବାରେ ମାସ୍କର ବିଶେଷ ଗୁରୁତ୍ୱ ରହିଛି। ତେଣୁ ମାସ୍କର ଉପଯୁକ୍ତ ବ୍ୟବହାର ଓ ସାମାଜିକ ଦୂରତା ନିୟମର କଡ଼ାକଡ଼ି ପାଳନ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି। ନିୟମ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୋଲିସ ଓ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ଭିତରେ ୩ ମାସ ବିତିଗଲାଣି, ବର୍ତ୍ତମାନ ଏ ସବୁ ଉଲ୍ଲଂଘନ ଘଟଣାରେ ଅଧିକ କଠୋର ହେବାକୁ ପଡ଼ିବ।
ସୋମବାର ସନ୍ଧ୍ୟାରେ ଭିଡିଓ କନଫରେନ୍ସ ଜରିଆରେ ଜୁଲାଇର କୋଭିଡ ରଣନୀତି ସମ୍ପର୍କରେ ବରିଷ୍ଠ ଅଧିକାରୀ, ଜିଲାପାଳ ଏବଂ ଏସ୍‌ପିମାନଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି। କୋଭିଡ ପରିଚାଳନାରେ ଜିଲାପାଳ ଓ ଏସ୍‌ପିମାନେ ସେମାନଙ୍କର ଗତ ୩ ମାସର ଅଭିଜ୍ଞତା ଜଣାଇବା ସହିତ ଜୁଲାଇରେ କୋଭିଡ ମୁକାବିଲା ପାଇଁ ମତାମତ ଦେଇଛନ୍ତି। ସେମାନଙ୍କ ମତାମତ ଭିତ୍ତିରେ ରାଜ୍ୟ ସରକାର କୋଭିଡ ପରିଚାଳନା ପାଇଁ ସମ୍ପୂର୍ଣ୍ଣ ରଣନୀତି ନିର୍ଦ୍ଧାରଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ସେ ନିଜେ ସଂକ୍ରମିତ କୋଭିଡ ଯୋଦ୍ଧାମାନଙ୍କ ସହିତ ଫୋନରେ କଥାହୋଇ ସେମାନଙ୍କ ଭଲମନ୍ଦ ବୁଝୁଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ସେମାନଙ୍କର ଉତ୍ତର ସନ୍ତୋଷଜନକ ରହିଛି। ବରିଷ୍ଠ ଅଧିକାରୀମାନଙ୍କୁ ମଧ୍ୟ ସଂକ୍ରମିତ କୋଭିଡ ଯୋଦ୍ଧାଙ୍କ ସହିତ ଆଲୋଚନା କରିବା ପାଇଁ ପରାମର୍ଶ ଦିଆଯାଇଛି। ଏହାଦ୍ୱାରା ସେମାନଙ୍କର ମନୋବଳ ବୃଦ୍ଧି ପାଇବ ବୋଲି ସେ ମତ ଦେଇଛନ୍ତି।
ଗାଁ କଲ୍ୟାଣ ସମିତି ସ୍ତରରେ କୋଭିଡ କେୟାର କମିଟି ଗଠନ କରିବା, ପାଣ୍ଠି ଓ କ୍ଷମତା ପ୍ରଦାନ କରିବା, ପ୍ରଶିକ୍ଷଣ ସହିତ ସେମାନଙ୍କ କାର୍ଯ୍ୟକୁ ମନିଟରିଂ କରିବା ପାଇଁ ଏକ ବିଧିବଦ୍ଧ ବ୍ୟବସ୍ଥା ସୃଷ୍ଟି କରିବା, ପ୍ରତି ପଞ୍ଚାୟତରେ କୋଭିଡ କେୟାର ହୋମ୍‌ ସ୍ଥାପନ ଏବଂ କେତେକ ପଞ୍ଚାୟତକୁ ନେଇ ଟିଏମସି ଗଠନ, ସେମାନଙ୍କୁ ପାଣ୍ଠି ଯୋଗାଣ ଓ ସେବା ପ୍ରଦାନ ବ୍ୟବସ୍ଥା ଆଦି ବିଭିନ୍ନ ବିଷୟ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, ଉନ୍ନୟନ କମିଶନର, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି), ବରିଷ୍ଠ ଅଧିକାରୀ ଓ ସମସ୍ତ ଜିଲାର ଜିଲାପାଳ, ଏସପି ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri