ବାମପନ୍ଥୀ ମାଓବାଦୀ କାର୍ଯ୍ୟକଳାପ ରୋକିବାକୁ ରଣନୀତି

ଭୁବନେଶ୍ୱର,୨୧।୧(ବ୍ୟୁରୋ):ରାଜ୍ୟରେ ବାମପନ୍ଥୀ ମାଓବାଦୀଙ୍କ କାର୍ଯ୍ୟକଳାପକୁ ରୋକିବାକୁ ଆରମ୍ଭ ହୋଇଛି ନୂଆ ରଣନୀତି। ଏନେଇ ବିଏସ୍‌ଏଫ୍‌ ମହାନିର୍ଦ୍ଦେଶକ ରାକେଶ ଆସ୍ଥାନା ବୁଧବାର ଓଡ଼ିଶା ଗସ୍ତରେ ଆସି ପୋଲିସ ଡିଜି ଅଭୟଙ୍କ ସହ ଆଲୋଚନା କରିଛନ୍ତି। ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ୍‌ରେ ଅନୁଷ୍ଠିତ ବୈଠକରେ ଏହା ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥିଲା। ଆଗାମୀ ରଣନୀତିକୁ ସଫଳ କରିବା ପାଉଁ ଦୃଢ଼ ସଂକଳ୍ପ ନେବାକୁ ବିଏସ୍‌ଏଫ୍‌ ଡିଜି ଆସ୍ଥାନା ଆହ୍ବାନ ଦେଇଛନ୍ତି।
ଡିଜିିପି ଅଭୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଓଡିଶା ପୋଲିସର ବରିଷ୍ଠ ଅଧିକାରୀ, ଇଣ୍ଟେଲିଜେନ୍ସି ବିଏସ୍‌ଏଫ୍‌ର ଅଧିକାରୀମାନେ ରାଜ୍ୟକୁ ମାଓବାଦୀମୁକ୍ତ କରିବା ନେଇ ଦୃଢ ସଂକଳ୍ପ ନେଇଥିଲେ। ଆସ୍ଥାନା ବାମପନ୍ଥୀ ଆତଙ୍କବାଦ ବା ମାଓବାଦୀ କାର୍ଯ୍ୟକଳାପ ଉପରେ ସମ୍ପୂର୍ଣ୍ଣ ରୋକ୍‌ ଦେବାନେଇ ପରବର୍ତ୍ତୀ କାର୍ଯ୍ୟପନ୍ଥା ଉପରେ ଡିଜିପି ଓ ଉପସ୍ଥିତ ବରିଷ୍ଠ ଅଧିକାରୀଙ୍କ ସହ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ। ରାଜ୍ୟ ପୋଲିସ ଓ ବିଏସ୍‌ଏଫ୍‌ ଅଧିକାରୀମାନେ ରାଜ୍ୟରେ ବର୍ତ୍ତମାନର ବାମପନ୍ଥୀ ମାଓବାଦୀଙ୍କ ଉପସ୍ଥିତି ଓ ପରିସ୍ଥିତି ସମ୍ବନ୍ଧୀୟ ପ୍ରସଙ୍ଗ ସଂକ୍ରାନ୍ତରେ ସୂଚନା ଦେଇଥିଲେ। ବିଶେଷକରି ଲାଲ୍‌ଗଡ଼ରେ ନିୟୋଜିତ ବିଏସ୍‌ଏଫ୍‌ କମ୍ପାନୀଗୁଡିକ କିପରି ବିପଦକୁ ମୁକାବିଲା କରିବା ଦିଗରେ ସଫଳ ରଣନୀତିକୁ କାର୍ଯ୍ୟକ୍ଷମ କରାଯାଇପାରିବ ତାହା ଉପରେ ଆଲୋଚନାରେ ଫୋକସ୍‌ ରହିଥିଲା। ମାଓବାଦୀଙ୍କ ଉପସ୍ଥିତି ଓ ବେଶ୍‌ ପ୍ରଭାବ ରହିଥିବା ଅଞ୍ଚଳରେ ବିଏସ୍‌ଏଫ ଯବାନଙ୍କ ପୁନଃ ମୁତୟନକୁ ଗୁରୁତ୍ୱ ଦିଆଯାଇଛି। ଏଥିସହ ରାଜ୍ୟ ପୋଲିସ ଓ ବିଏସ୍‌ଏଫ୍‌ ମଧ୍ୟରେ ଉଚିତ ସମନ୍ବୟରେ ଲାଲ୍‌ଗଡ଼କୁ ମାଓବାଦୀମୁକ୍ତ କରିବାର ଗୁରୁଦାୟିତ୍ୱକୁ ଠିକ ଭାବେ ତୁଲାଇବାକୁ ଅଧିକାରୀମାନେ ଦୃଢ ସଂକଳ୍ପ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri