ନିୟମଗିରି ପାଦଦେଶରେ ଷ୍ଟ୍ରବେରୀ ଚାଷ

ରାୟଗଡ଼ା ଜିଲାର ଆଦିମ ଜନଜାତି ଡଙ୍ଗରିଆ କନ୍ଧ ନିୟମଗିରି ପାଦଦେଶରେ ଷ୍ଟ୍ରବେରି ଚାଷ କରି ପୁଣି ଚର୍ଚ୍ଚାକୁ ଆସିଛନ୍ତି। ପୂର୍ବରୁ ଡଙ୍ଗରିଆମାନେ କଦଳୀ, ସପୁରି, ହଳଦୀ, ଅଦା, ପାଳୁଅ, ପଣସ, ଆମ୍ବ, ଫୁଲ ଝାଡୁ, କମଳା ଆଦି ଚାଷ କରି ସଫଳତା ହାସଲ କରିଥିଲେ। ହେଲେ ଚଳିତ ବର୍ଷ ପ୍ରଥମ ଥର ପାଇଁ ନିୟମଗିରି ପାଦଦେଶରେ ଷ୍ଟ୍ରବେରୀ ଚାଷ କରି ଜଣେ ଡଙ୍ଗରିଆ ଚାଷୀ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଡଙ୍ଗରିଆ କନ୍ଧ ଉନ୍ନୟନ ସଂସ୍ଥା ସହାୟତାରେ ବିଷମକଟକ ବ୍ଲକ ଅନ୍ତର୍ଗତ କୁର୍ଲି ଗ୍ରାମରେ ଲାକୁନୁ ଯାକେଶିକାଙ୍କ ଦ୍ୱାରା ପ୍ରଥମ ଥର ପାଇଁ ଷ୍ଟ୍ରବେରି ଚାଷ କରାଯାଉଛି।
ଡଙ୍ଗରିଆ କନ୍ଧ ଉନ୍ନୟନ ସଂସ୍ଥାର କର୍ମୀଙ୍କ ସହ ଗତ ମାର୍ଚ୍ଚରେ ଡଙ୍ଗରିଆ ଚାଷୀମାନେ ନୂଆପଡା ଜିଲାକୁ କ୍ଷେତ୍ର ପରିଦର୍ଶନରେ ଯାଇଥିଲେ। ସେଠାରେ ଥିବା ଚୁକଟିଆ ଏବଂ ଭୁଞ୍ଜିଆ ସମ୍ପ୍ରଦାୟ ଜନଜାତିଙ୍କ ଷ୍ଟ୍ରବେରୀ ଚାଷରୁ ଅନୁପ୍ରାଣିତ ହୋଇ ନିୟମଗିରି ପାଦଦେଶରେ ଏହି ଫଳ ଚାଷ କରିବାକୁ ଡଙ୍ଗରିଆ କନ୍ଧ ଉନ୍ନୟନ ସଂସ୍ଥା ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା। କୁର୍ଲି ଗ୍ରାମର ପାହାଡ଼ ପାଦଦେଶରେ ଚାଷୀ ଲାକୁନୁ ଯାକେଶିକା ପ୍ରାୟ ଏକ ଏକର ଜମିରେ ଷ୍ଟ୍ରବେରୀ ଚାଷ କରିଛନ୍ତିି। ସେ ଏଠାରେ ୨୦ ହଜାର ଷ୍ଟ୍ରବେରି ଗଛ ଲଗାଇଛନ୍ତି। ଗଛ ଲାଗିବାର ପ୍ରାୟ ୪୫ ଦିନ ପରେ ଫଳ ହେବ। ୨ ମାସ ପର୍ଯ୍ୟନ୍ତ ଫଳ ଫଳିବ। ଆନୁମାନିକ ୬୦ କୁଇଣ୍ଟାଲ ଉତ୍ପାଦନ ହେବ ବୋଲି ଚାଷୀ ଲାକୁନୁ ଆଶା ରଖିଛନ୍ତି। ଯାହାର ମୂଲ୍ୟ ବଜାର ଦରରେ ଅତିକମରେ ୧୦ରୁ ୧୨ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି। ୧ ଏକର ପିଛା ଚାରା, ସାର, ବୁନ୍ଦା ଜଳସେଚନ, ଶ୍ରମ ବାବଦକୁ ସବୁ ମିଶି ଅତି ବେଶୀରେ ୫ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ଷ୍ଟବେରି ଚାଷ ପାଇଁ ଓପିଲିପି ଏବଂ ଚାଟିକଣା କନ୍ଧ ଉନୟନ ସଂସ୍ଥା ପକ୍ଷରୁ ସହାୟତା ଯୋଗାଇ ଦେଇଥିବା ଚାଷୀ ଲାକୁନୁ ଯାକେଶିକା କହିଛନ୍ତି। ଏହି ଚାଷ ଫଳପ୍ରଦ ହେଲେ ଆଗକୁ ସେ ଆହୁରି ଅଧିକ ଜମିରେ ଷ୍ଟବେରି ଚାଷ କରିବେ ବୋଲି କହିଛନ୍ତି। ରାୟଗଡାର ଥଣ୍ଡା ଜଳବାୟୁ ଷ୍ଟ୍ରବେରି ପାଇଁ ବେଶ୍‌ ଉପଯୋଗୀ। ପରୀକ୍ଷାମୂଳକ ଭାବେ ଜଣେ ଡଙ୍ଗରିଆଙ୍କୁ ନେଇ ଏହି ଚାଷ କରାଯାଉଛି। ଏହା ଫଳପ୍ରଦ ହେଲେ ଆହୁରି ଅଧିକ ଡଙ୍ଗରିଆଙ୍କୁ ଏଥିରେ ସାମିଲ କରାଯିବାର ଲକ୍ଷ୍ୟ ଥିବା ଓପିଲିପି ତଥା କନ୍ଧ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପରିଚାଳକ ସୁଦର୍ଶନ ପାଢ଼ୀ। ଏହା ସହ ଡ୍ରିପ ସିଷ୍ଟମ ପାଇଁ ଉଦ୍ୟାନ ବିଭଗର ସହଯୋଗ ରହିଥିବା ସେ କହିଛନ୍ତି।
– ରିପୋର୍ଟ: ଭାଗ୍ୟଶ୍ରୀ ମିଶ୍ର, ରାୟଗଡ଼ା


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri