ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରୁଛନ୍ତି ବୁଲା କୁକୁର, ନିୟନ୍ତ୍ରଣ ପାଇଁ କରାଗଲା…

ଭଞ୍ଜନଗର,୪ା୧(ବାବୁଲା ପ୍ରଧାନ): ସରକାରୀ ଅନୁଷ୍ଠାନଗୁଡ଼ିକରେ ଅବାଧରେ ବୁଲା କୁକୁର ଓ ଗାଈ ଗୋରୁ ପ୍ରବେଶ କରି ଅନେକ କ୍ଷତି କରୁଛନ୍ତି। ଯାହାକୁ ନେଇ ବିଭିନ୍ନ ସମୟରେ ଅପ୍ରୀତିକର ପରିସ୍ଥିତି ମଧ୍ୟ ସୃଷ୍ଟି ହେଉଛି। ଏହାକୁ ଏଡ଼ାଇବା ପାଇଁ ସରକାର ବର୍ତ୍ତମାନ ବୁଲା କୁକୁରଙ୍କୁ ଅନୁଷ୍ଠାନଗୁଡ଼ିକରୁ ମୁକ୍ତ କରିବା ପାଇଁ କମିଟି ଗଠନ ହେଉଛି। ଉକ୍ତ କମିଟି ଅନୁଷ୍ଠାନ ଭିତରେ ଯେଭଳି ବୁଲା କୁକୁର ନ ବୁଲିବ ସେଥିପ୍ରତି ଦୃଷ୍ଟି ଦେବ। ଏହିଭଳି ଭଞ୍ଜନଗର ବ୍ଲକ ପକ୍ଷରୁ ଶନିବାର ସମସ୍ତ ପଞ୍ଚାୟତରେ ଏନେଇ ବୈଠକ ବସିଥିଲା। ବୈଠକରେ ବୁଲା କୁକୁର ନିୟନ୍ତ୍ରଣ ପାଇଁ କମିଟି ଗଠନ କରାଯାଇଛି । ସରକାରଙ୍କ ଏହିଭଳି ପଦକ୍ଷେପକୁ ନେଇ ପରିବେଶବିତ୍‌ମାନେ ନାପସନ୍ଦ କରିଛନ୍ତି। ଏହାଦ୍ବାରା ପରିବେଶ ସନ୍ତୁଳନ ରକ୍ଷା ହେବ ନାହିଁ। ଯଦି ଏହା କଡ଼ାକଡ଼ି ଭାବେ ପାଳନ ହେବ ତାହାର କୁପ୍ରଭାବ ଭବିଷ୍ୟତରେ ପଡ଼ିବ ବୋଲି ପରିବେଶବିତ୍‌ମାନେ ଆଶଙ୍କା ବ୍ୟକ୍ତ କରିଛନ୍ତି। ଏନେଇ ଭଞ୍ଜନଗର ଏବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀଙ୍କ ସହ ଯୋଗାଯୋଗ କରିବାରୁ ସେ ଏଠାରେ କହିଛନ୍ତି ଯେ, ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଯାହା କିଛି ପଦକ୍ଷେପ ନିଆଯାଉଛି। ଭବିଷ୍ୟତରେ ସେମାନଙ୍କ ଥଇଥାନ ଓ ଅଧିକ ଛୁଆ ଯେଭଳି ଜନ୍ମ ନ ହେବ ସେଥିପ୍ରତି ଦୃଷ୍ଟି ଦିଆଯିବ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri