Posted inଫୁରସତ

ରାସ୍ତାରେ ଯାଉଥିଲା କାର୍‌, ହଠାତ୍‌ ଭାଙ୍ଗିପଡ଼ିଲା ଇଲେକ୍ଟ୍ରି ପୋଲ୍‌, ଭିଡିଓ ଦେଖିଲେ..

ଦୁର୍ଘଟଣା କାହା ସହିତ କେତେବେଳେ ଘଟିବ କହିବ ହେବ ନାହିଁ। ବ୍ୟକ୍ତି ଯେତେ ସତର୍କ ରହିବାକୁ ଚେଷ୍ଟା କରନ୍ତୁ ନା କାହିଁକି, ଯଦି ଏହା ଘଟିବାର ଥିବ ତେବେ ତାକୁ କେହି ବି ଅଟକାଇ ପାରିବେ ନାହିଁ। ଯାହାର ପ୍ରମାଣ ଏକ ଭାଇରାଲ ଭିଡିଓରେ ଦେଖିବାକୁ ମିଳିଛି।

ଭିଡିଓରେ, ଏକ କାର୍‌ ଉପରେ ହଠାତ୍‌ ଏକ ବିରାଟ ବିଦ୍ୟୁତ ଖୁଣ୍ଟଟି ପଡ଼ିଯାଉଛି। ଏହା ଦେଖିଲେ ଲାଗିବ ଭିତରେ ଥିବା ଚାଳକ ଜଣକ ନିଶ୍ଚିତ ମୃତ୍ୟୁ ବରଣ କରିଥିବେ। ମାତ୍ର ଯାହାକୁ ଭଗବାନ ରକ୍ଷା କରିବେ ତାକୁ କିଏ ମାରିବ?

@TheFigen ନାମକ ଏକ ଟୁଇଟର ପେଜ୍‌ରେ ଭିଡିଓଟି ଶେୟାର କରାଯାଇଛି। ଏଥିରେ କାର୍‌ ଗୁଡ଼ିକ ରାସ୍ତା ପାର୍‌ ହେଉଛନ୍ତି। ଏହି ସମୟରେ ଏକ କାର୍‌ ଅତିକ୍ରମ କରିବା ପରେ ବିରାଟ ଷ୍ଟ୍ରିଟ୍‌ ଲାଇଟ୍‌ ଖୁଣ୍ଟ କାର୍‌ ଉପରେ ପଡ଼ିଯାଉଛି। ଫଳରେ କାର୍‌ର ଆଗଟି ସମ୍ପୂର୍ଣ୍ଣ ଚେପା ହୋଇଯାଇଛି। ଭିଡିଓ ଯେ କେହି ଦେଖିଲେ ବି ଭାବିବେ ଏହା ଭିତରେ ଥିବା ଚାଳକଙ୍କର ନିଶ୍ଚିତ ମୃତ୍ୟୁ ଘଟିଥିବ। ମାତ୍ର ଚାଳକ ଜଣକ ପଛ ସିଟ୍‌ ଦେଇ ବାହାରୁଛନ୍ତି। ଯାହା ଦେଖି ପଛରେ ଥିବା ଲୋକମାନେ ଆଶ୍ଚର୍ଯ୍ୟ ହୋଇଛନ୍ତି।

ୟୁଜରମାନେ ଭିଡିଓ ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଏହି ଭିଡିଓକୁ ୩ ଲକ୍ଷରୁ ଅଧିକ ଲୋକ ଦେଖିସାରିଥିବା ବେଳେ ଅନେକ ଲୋକ ମନ୍ତବ୍ୟ ଦେଇଛନ୍ତି। ଜଣେ ୟୁଜର କହିଛନ୍ତି, ରଖେ ହରି ମାରେ କିଏ? ସେହିପରି ଅନ୍ୟ ଜଣେ ୟୁଜର କହିଛନ୍ତି ଅଡି କାର୍‌ଟି ନଷ୍ଟ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri