Posted inଫୁରସତ

ରାସ୍ତାରେ ଯାଉଥିଲା କାର୍‌, ହଠାତ୍‌ ଭାଙ୍ଗିପଡ଼ିଲା ଇଲେକ୍ଟ୍ରି ପୋଲ୍‌, ଭିଡିଓ ଦେଖିଲେ..

ଦୁର୍ଘଟଣା କାହା ସହିତ କେତେବେଳେ ଘଟିବ କହିବ ହେବ ନାହିଁ। ବ୍ୟକ୍ତି ଯେତେ ସତର୍କ ରହିବାକୁ ଚେଷ୍ଟା କରନ୍ତୁ ନା କାହିଁକି, ଯଦି ଏହା ଘଟିବାର ଥିବ ତେବେ ତାକୁ କେହି ବି ଅଟକାଇ ପାରିବେ ନାହିଁ। ଯାହାର ପ୍ରମାଣ ଏକ ଭାଇରାଲ ଭିଡିଓରେ ଦେଖିବାକୁ ମିଳିଛି।

ଭିଡିଓରେ, ଏକ କାର୍‌ ଉପରେ ହଠାତ୍‌ ଏକ ବିରାଟ ବିଦ୍ୟୁତ ଖୁଣ୍ଟଟି ପଡ଼ିଯାଉଛି। ଏହା ଦେଖିଲେ ଲାଗିବ ଭିତରେ ଥିବା ଚାଳକ ଜଣକ ନିଶ୍ଚିତ ମୃତ୍ୟୁ ବରଣ କରିଥିବେ। ମାତ୍ର ଯାହାକୁ ଭଗବାନ ରକ୍ଷା କରିବେ ତାକୁ କିଏ ମାରିବ?

@TheFigen ନାମକ ଏକ ଟୁଇଟର ପେଜ୍‌ରେ ଭିଡିଓଟି ଶେୟାର କରାଯାଇଛି। ଏଥିରେ କାର୍‌ ଗୁଡ଼ିକ ରାସ୍ତା ପାର୍‌ ହେଉଛନ୍ତି। ଏହି ସମୟରେ ଏକ କାର୍‌ ଅତିକ୍ରମ କରିବା ପରେ ବିରାଟ ଷ୍ଟ୍ରିଟ୍‌ ଲାଇଟ୍‌ ଖୁଣ୍ଟ କାର୍‌ ଉପରେ ପଡ଼ିଯାଉଛି। ଫଳରେ କାର୍‌ର ଆଗଟି ସମ୍ପୂର୍ଣ୍ଣ ଚେପା ହୋଇଯାଇଛି। ଭିଡିଓ ଯେ କେହି ଦେଖିଲେ ବି ଭାବିବେ ଏହା ଭିତରେ ଥିବା ଚାଳକଙ୍କର ନିଶ୍ଚିତ ମୃତ୍ୟୁ ଘଟିଥିବ। ମାତ୍ର ଚାଳକ ଜଣକ ପଛ ସିଟ୍‌ ଦେଇ ବାହାରୁଛନ୍ତି। ଯାହା ଦେଖି ପଛରେ ଥିବା ଲୋକମାନେ ଆଶ୍ଚର୍ଯ୍ୟ ହୋଇଛନ୍ତି।

ୟୁଜରମାନେ ଭିଡିଓ ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଏହି ଭିଡିଓକୁ ୩ ଲକ୍ଷରୁ ଅଧିକ ଲୋକ ଦେଖିସାରିଥିବା ବେଳେ ଅନେକ ଲୋକ ମନ୍ତବ୍ୟ ଦେଇଛନ୍ତି। ଜଣେ ୟୁଜର କହିଛନ୍ତି, ରଖେ ହରି ମାରେ କିଏ? ସେହିପରି ଅନ୍ୟ ଜଣେ ୟୁଜର କହିଛନ୍ତି ଅଡି କାର୍‌ଟି ନଷ୍ଟ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri