ସ୍ଥାନୀୟ ପ୍ରଶାସନକୁ କଥା ଦେଇ କଥା ରଖିଲାନି ଠିକାସଂସ୍ଥା: ମରାମତି ନୋହିଲା ଷ୍ଟ୍ରିଟ୍‌ ଲାଇଟ୍‌, ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଆଉ କିଛି ଦିନ ପରେ ପାଳିବ ଶୀତ ମହୋତ୍ସବ। ଏଥିପାଇଁ ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି। ବୈଠକରେ ବାରମ୍ବାର ଦାରିଙ୍ଗବାଡ଼ିର ସମସ୍ତ ରାସ୍ତାଘାଟରେ ଲାଗିଥିବା ସୋଲାର ଷ୍ଟ୍ରିଟ୍‌ ଲାଇଟ୍‌ ଅଚଳ ହୋଇପଡ଼ିଛି। ତାକୁ ତୁରନ୍ତ ମରାମତି କରାଯିବାକୁ ଠିକାସଂସ୍ଥାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଠିକାସଂସ୍ଥା ମଧ୍ୟ ୩ ଦିନ ମଧ୍ୟରେ ମରାମତି କାର୍ଯ୍ୟ ଆରମ୍ଭ କରିବି ବୋଲି ପ୍ରତିଶ୍ରୁତି ଦେଇଥିଲା। ଇତି ମଧ୍ୟରେ ୧ ମାସ ବିତିଲା କିନ୍ତୁ ପ୍ରଶାସନକୁ କଥା ଦେଇ କଥା ରଖି ନ ଥିବା ଅଭିଯୋଗ ହେଉଛି। ଦାରିଙ୍ଗବାଡ଼ି ଅଞ୍ଚଳବାସୀ ସମେତ ଦାରିଙ୍ଗବାଡ଼ି ବୁଲିବାକୁ ଆସୁଥିବା ପର୍ଯ୍ୟଟକ ସନ୍ଧ୍ୟା ହେଲେ ଦାରିଙ୍ଗବାଡ଼ି ଅଞ୍ଚଳରେ ବୁଲିବା ସୁରକ୍ଷିତ ମଣୁ ନାହାନ୍ତି। ଏହାକୁ ନେଇ ଜନ ଅସନ୍ତୋଷ ବୃଦ୍ଧି ପାଉଛି।

ସୋମବାର ବଡ଼ଦିନ ପାଳନ ପାଇଁ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏହି ବୈଠକରେ ଏହି ଷ୍ଟ୍ରିଟ୍‌ ଲାଇଟ୍‌ ଯାହାକି ଲୋକଙ୍କୁ ଅଶାନ୍ତି କରାଉଛି। ସେ ପ୍ରସଙ୍ଗ ମୁଖ୍ୟ ପ୍ରସଙ୍ଗ ରହିବ ବୋଲି ଦାରିଙ୍ଗବାଡ଼ିର ତିଆଡ଼ି ନାୟକ କହିଛନ୍ତି।

ସୂଚନାଯୋଗ୍ୟ, ୫୯ ନଂ ଜାତୀୟ ରାଜପଥକୁ ଆରକେଡି ଠିକାସଂସ୍ଥା ସମ୍ପ୍ରସାରଣ କରିଥିଲା। ଏହି ସମୟରେ ରାଜପଥ କଡ଼ରେ ପ୍ରତି ୩୦ମିଟର ଦୂରତାରେ ସୋଲାର ପ୍ୟାନେଲ, ବେଟେରୀ ଥାଇ ଷ୍ଟ୍ରିଟ୍‌ ଆଲୁଅ ବ୍ୟବସ୍ଥା କରିଥିଲା କିନ୍ତୁ ଅଳ୍ପ କିଛି ଦିନ ମଧ୍ୟରେ ପ୍ରାୟ ସମସ୍ତ ଷ୍ଟ୍ରିଟ୍‌ ଆଲୁଅରୁ ଚୋରି ସହ ଭଙ୍ଗାରୁଜା ହୋଇରହିଛି। ତେବେ ଏହାର ରକ୍ଷଣାବେକ୍ଷଣ ଦାୟିତ୍ୱ ଉକ୍ତ ଠିକାସଂସ୍ଥାର ରହିଥିବା ବେଳେ ସଂସ୍ଥା ଏହା କରୁ ନ ଥିବା ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତି। ଏନେଇ ସ୍ଥାନୀୟ ଲୋକ ଜିଲାପାଳ ବେଦଭୂଷଣଙ୍କ ସମେତ ବାଲିଗୁଡ଼ା ଉପଜିଲାପାଳ ପ୍ରଣୀତା ଦାସ, ବିଡିଓ ପ୍ରୀତିରଞ୍ଜନ ରଥ, ତହସିଲଦାର ଧୀରୋଜ ପାତ୍ରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପ୍ରଶାସନ ମଧ୍ୟ ଠିକାସଂସ୍ଥାର ପ୍ରକଳ୍ପ ପରିଚାଳକଙ୍କୁ ଡକାଇ ତୁରନ୍ତ ମରାମତି କରିବାକୁ ନିର୍ଦ୍ଦେଶ ଦେଇଥିଲେ ହେଲେ ଆଜି ପର୍ଯ୍ୟନ୍ତ ଠିକାସଂସ୍ଥା ନିରବ ବସିଥିବା ପୁଣି ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି। ଉକ୍ତ ବ୍ଲକର କିରିକୁଟି ପଞ୍ଚାୟତ ସମେତ ସିମନବାଡ଼ି, ଶ୍ରାନିକେତା, ଦାରିଙ୍ଗବାଡ଼ି ଏବଂ ସିଆଙ୍ଗବାଲି ପଞ୍ଚାୟତ ଦେଇ ଯାଇଥିବା ରାଜପଥ କଡ଼ରେ ଏବେ ୩ ଶହରୁ ଊର୍ଦ୍ଧ୍ୱ ଷ୍ଟ୍ରିଟ୍‌ ଆଲୁଅ ଅଚଳ ହୋଇପଡ଼ିଛି। ଏନେଇ ଆରକେଡିର ପ୍ରକଳ୍ପ ପରିଚାଳକ ଶିଶିର ସ୍ବାଇଁଙ୍କୁ ଯୋଗାଯୋଗ କରାଯିବାରୁ ସେ କହିଛନ୍ତି ପ୍ରାୟ ଚୋରି ହୋଇଯାଇଛି। ତେଣୁ ଷ୍ଟ୍ରିଟ୍‌ଆଲୁଅକୁ ସ୍ବାଭାବିକ କରିବା ପାଇଁ ଆବଶ୍ୟକ ସରଞ୍ଜାମ ଯୋଗାଡ଼ ଚାଲିଛି ଦିନେ କି ଦୁଇ ଦିନ ମଧ୍ୟରେ ମରାମତି କାର୍ଯ୍ୟ କରାଯିବ ବୋଲି ସେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri