ଦିନ ରାତି ଜଳି ରହୁଛି ବିଭିନ୍ନ କାର୍ଯ୍ୟାଳୟର ଷ୍ଟ୍ରିଟ୍‌ ଲାଇଟ୍‌

ଥୁଆମୂଳ ରାମପୁର,୮।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ମୁଖ୍ୟାଳୟର ତହସିଲ କାର୍ଯ୍ୟାଳୟ ଠାରୁ ଆରମ୍ଭ ହୋଇ ଦୈନିକ ମାର୍କେଟ ପର୍ଯ୍ୟନ୍ତ ଲାଗିଥିବା ଷ୍ଟ୍ରିଟଲାଇଟ୍ ଦୀର୍ଘ ବର୍ଷ ଧରି ଅଚଳ ହୋଇ ପଡ଼ି ରହିଥିବା ବେଳେ ଦିନ ରାତିସାରା ଜଳୁଛି ବିଭିନ୍ନ କାର୍ଯ୍ୟାଳୟର ଷ୍ଟ୍ରିଟ୍‌ ଲାଇଟ୍‌ । ଏପରିକି ଏଠି ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ନୁହେଁ ଯାହାକି ଥୁଆମୂଳ ରାମପୁର ବ୍ଲକର ଏକାଧିକ କାର୍ଯ୍ୟାଳୟ ମାନଙ୍କରେ ମଧ୍ୟରେ ଜଳି ରହୁଛି ଷ୍ଟ୍ରିଟଲାଇଟ୍।

ଏବେ ଅନ୍ୟପଟେ ପଟେ ଦିନକୁ ଦିନ ବିଜୁଳି ବୋଝ ବଢ଼ିବାରେ ଲାଗିଥିବା ବେଳେ ଏହିଭଳି ବିଜୁଳି ଅପବ୍ୟବହାର ଯୋଗୁଁ ସାଧାରଣରେ ଅ‌ସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ମନର ଏଠାରେ ଏକ କୌତୁହଳ ଜାତ ହୁଏ ଯେ, କେଉଁଠି ଲାଇଟି ଦିନରେ ଜଳୁଥିବା ବେଳେ ରାତିରେ ଆଉ ଲାଇଟ୍ ଜଳୁନାହିଁ, ଏପରି ସ୍ଥଳେ ଅନେକ ସ୍ଥାନରେ ଦିନରାତି ଜଳିଶରହୁଛି ଲାଇଟ୍। ଏଥିପ୍ରତି ବିଭାଗୀୟ ଅଧିକାରୀଙ୍କ ନଜର ପଡିପାରୁ ନାହିଁ।

ସୂଚନା ମୁତାବକ ଥୁଆମୂଳ ରାମପୁର ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଶାଖା, ବ୍ଲକ୍ ଅଫିସ୍ ପରିସର ସମେତ ବ୍ଲକ୍ ର ଏଇଇ, ଜେଇଙ୍କ କ୍ୱାଟର ସାମ୍ନାରେ ଲାଗିଥିବା ଲାଇଟ୍ ଏବଂ ବ୍ଲକ୍ ମିଶନ ଶକ୍ତି କାର୍ଯ୍ୟାଳୟରେ ଦିନରାତି ଲାଇଟ୍‌ ଜଳୁଛି। ଉକ୍ତ ସ୍ଥାନ ମାନଙ୍କରେ ପ୍ରାୟ ଦିନ ଏମିତିଆ ଲାଇଟ୍ ଜଳି ରହୁଛି ତଥାପି କର୍ମଚାରୀ ମାନେ ଲାଇଟ୍ ଲିଭାଇବା ପାଇଁ ଭୁଲି ଯିବା କେତେ ଯୁକ୍ତିଯୁକ୍ତ। ଏହାଛଡା ବାବା ଖଣ୍ଡୁଆଲ ଖେଳ ପଡ଼ିଆରେ ମଧ୍ୟ ଲାଗିଥିବା ଏକ ହାଇମାଷ୍ଟ ଲାଇଟ୍‌ ଦୀର୍ଘ ଦିନ ହେବ ଦିନରେ ଜଳି ରହୁଥିବା ଦେଖିବାକୁ ମିଳୁଛି। ଏଥିପ୍ରତି ବିଭାଗୀୟ ଅଧିକାରୀ ଦୃଷ୍ଟି ଦେବାକୁ ସାଧାରଣରେ ଦାବୀ ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜନଗଣନା କାର୍ଯ୍ୟ ସାରି ଫେରିବା ପରେ ଚାଲିଗଲା ଶିକ୍ଷକଙ୍କ ଜୀବନ, ଅଞ୍ଚଳରେ ଶୋକର ଛାୟା

ବାସୁଦେବପୁର,୧।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ଆର ତୁଙ୍ଗ ଗ୍ରାମର ଶିକ୍ଷକ ବଳରାମ ବିନ୍ଧାଣୀଙ୍କର ଶୁକ୍ରବାର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ପ୍ରଭାବରେ ମୃତ୍ୟୁ…

ଆଇଏମ୍‌ଡିର ବଡ଼ ଚେତାବନୀ, ମେ’ରେ ସ୍ବାଭାବିକଠାରୁ ହେବ ଅଧିକ ବର୍ଷା

ନୂଆଦିଲ୍ଲୀ,୧।୫: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଏକ ଆଶ୍ୱସ୍ତିକର ଖବର ଆସିଛି। ଚଳିତ ବର୍ଷ ମେ ମାସରେ ଦେଶରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ ବୋଲି ଭାରତୀୟ…

ଶର୍ଟ ସର୍କିଟରୁ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ମୋହନା,୧।୫(ମନ୍ମଥ ମିଶ୍ର ): କିଛି ଦିନ ହେଲା ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ଚାଲିଥିବା ବେଳେ ଶୁକ୍ରବାର ପୁଣି ଏକ ଅଘଟଣ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା…

ମଇ ଆରମ୍ଭରୁ ଫୋନ୍‌ ଦାମ୍‌ ବଢ଼ାଇଲେ ଏହି ୩ କମ୍ପାନୀ, ଗ୍ରାହକଙ୍କ ପକେଟରେ ଚାବୁକ୍‌; ଜାଣନ୍ତୁ ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୫:ଯଦି ଆପଣ ଏକ ନୂଆ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟ ଉପରେ ଏବେ ଅଧିକ ଚାପ ପଡ଼ିପାରେ। Nothing, Realme ଏବଂ OnePlus…

କିଡନୀ ରୋଗ ନେଲା ସ୍ବାମୀଙ୍କ ଜୀବନ: ମା’ଙ୍କ କାନ୍ଧରେ ଦୁଇ ସନ୍ତାନଙ୍କ ବୋଝ

କର୍ଲାମୁଣ୍ଡା:୧।୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଧରାଖମନ ଗାଁରେ କିଡନୀ ରୋଗରେ ଆକ୍ରନ୍ତ ହୋଇ ୨୦ରୁ ଊଦ୍ଧର୍‌ବ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା…

କମର୍ସିଆଲ ଏଲ୍‌ପିଜି ପରେ ଏବେ ବଢ଼ିବ ପେଟ୍ରୋଲ-ଡିଜେଲ ଦର, ଖୁବ୍‌ଶୀଘ୍ର ହୋଇପାରେ ଘୋଷଣା!

ନୂଆଦିଲ୍ଲୀ,୧।୫: ଦେଶରେ ଖୁବଶୀଘ୍ର ପେଟ୍ରୋଲ ଏବଂ ଡିଜେଲ ଦରରେ ବୃଦ୍ଧି ଦେଖିବାକୁ ମିଳିପାରେ। ରିପୋର୍ଟ ଅନୁଯାୟୀ, ସରକାର ତୈଳ ଦର ବଢ଼ାଇବା ପାଇଁ ବିଚାର କରୁଛନ୍ତି, ଯଦିଓ…

ଜନଗଣନାରୁ ଫେରୁଥିଲେ, ଜନତା ଲେନ୍‌ରେ ସ୍କୁଟିକୁ ଧକ୍କା ଦେଲା କାର୍‌; ଛିଟିକି ପଡ଼ି ଶିକ୍ଷୟତ୍ରୀ…

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଜନଗଣନାରୁ ଫେରୁଥିଲେ। ଶିକ୍ଷୟତ୍ରୀଙ୍କ ସ୍କୁଟିକୁ କାର୍‌ ଧକ୍କା ଦେବାରୁ ସେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ଦିଗପହଣ୍ଡିରେ।…

ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା…

ଭୁବନେଶ୍ୱର,୧।୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ଅଣକୁଶଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri