ତୃଣମୂଳସ୍ତରରେ ଭାଜପାକୁ ମଜଭୁତ କର: କେନ୍ଦ୍ରମନ୍ତ୍ରୀ

ପାଟଣା,୨୧ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସଁରାପଶି ପଡ଼ିଆରେ ଶନିବାର ଭାଜପାର ନିର୍ବାଚନମଣ୍ଡଳୀସ୍ତରୀୟ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ଭାଜପା ସଭାପତି ଅଂଶୁମାନ୍‌ ସବୁଜ ମହାନ୍ତ ବର୍ମାଙ୍କ ସଂଯୋଜନାରେ ମୁଖ୍ୟଅତିଥି ଭାବେ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା ଯୋଗଦେଇ କେନ୍ଦୁଝର ଏମ୍‌ପି ସିଟ୍‌ରେ ଭାଜପା ପ୍ରାର୍ଥୀଙ୍କୁ ଜିତାଇବାକୁ ହେଲେ ବୁଥ୍‌ସ୍ତରରୁ ଦଳକୁ ମଜଭୁତ କରିବାକୁ କର୍ମୀମାନଙ୍କୁ ଆହ୍ବାନ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ସଦର ବିଧାୟକ ତଥା ବିରୋଧୀ ଦଳ ମୁଖ୍ୟସଚେତକ ମୋହନ ଚରଣ ମାଝୀ, ଜିଲା ପ୍ରଭାରୀ ସଞ୍ଜୀବ ମହାନ୍ତି, ଲୋକ ସଭା ମଣ୍ଡଳୀ ସଂଯୋଜକ ଶୁକଦେବ ମହାନ୍ତ, ନିର୍ବାଚନମଣ୍ଡଳୀ ପ୍ରଭାରୀ କୃପାସିନ୍ଧୁ ମହାନ୍ତ, ସୁଦର୍ଶନ ମହାନ୍ତ, ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ମମିତା ନାଏକ, ଜିଲା ବିସ୍ତାରକ ଲାଲଜି ଦୋରା, ପୂର୍ବତନ ଜିଲା ଭାଜପା ସଭାପତି ରାଧାକାନ୍ତ ମହାନ୍ତ, ଜିଲା ଯୁବମୋର୍ଚ୍ଚା ସମ୍ପାଦକ ଶବୀର ଦାଶ, ଜିଲା ଯୁବ ମୋର୍ଚ୍ଚା ସଭାପତି ହେମରଞ୍ଜନ ବାରିକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପୃଥ୍ବୀରାଜ କୁଅଁର, ସତ୍ୟବ୍ରତ ନାଏକ, ଆଲୋକ ସେଠୀ ପ୍ରମୁଖ ଯୋଗ ଦେଇଥିଲେ। ଏଥିରେ ୨ ହଜାରରୁ ଊର୍ଦ୍ଧ୍ୱ ଭାଜପା ନେତା ଓ କର୍ମୀ ଯୋଗ ଦେଇଥିଲେ।

କେନ୍ଦ୍ରମନ୍ତ୍ରୀ ପ୍ରଥମେ ପାଟଣା ବୈତରଣୀ ନଦୀକୂଳସ୍ଥିତ ପରମେଶ୍ୱର ମହାଦେବ ମନ୍ଦିର ଦର୍ଶନ ପରେ ଆନନ୍ଦେଶ୍ବର ଶିବ ମନ୍ଦିରରେ ମହାଦେବ ଦର୍ଶନ କରିଥିଲେ। ତାପରେ ଆନନ୍ଦେଶ୍ୱର କଲ୍ୟାଣ ମଣ୍ଡପରେ ବୁଦ୍ଧିଜୀବୀ ସମ୍ମିଳନୀରେ ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବୀଙ୍କ ପକ୍ଷରୁ ଅଭ୍ୟର୍ଥନା ଗ୍ରହଣ କରିଥିଲେ। ଏହି ଅବସରରେ ବୁଦ୍ଧିଜୀବୀମାନେ ସ୍ଥାନୀୟ ପାଟଣା ଅଞ୍ଚଳ ଦେଇ ନୂତନ ରେଳପଥ ନିର୍ମାଣ, ବୈତରଣୀ ନଦୀରେ ବ୍ୟାରେଜ୍‌ ସ୍ଥାପନ ଦାବି ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri