୯ ଅଧିକାରୀଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିବା ବେଳେ ୨ ଜଣଙ୍କୁ ଚାକିରୀରୁ ବହିଷ୍କାର ଓ ଅନ୍ୟ ୨ ଜଣଙ୍କ ପେନ୍‌ସନ୍‌ ସ୍ଥାୟୀ ଭାବେ ବନ୍ଦ କରିଛନ୍ତି। ଜଣେ ସୁପରିଟେଣ୍ଡିଂ ଇଞ୍ଜିନିୟର, ୨ ଏକ୍‌ଜିକ୍ୟୁଟିଭ୍‌ ଇଞ୍ଜିନିୟର, ୨ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଜୁନିୟର ଇଞ୍ଜିନିୟର, ଜଣେ ଓଏଏସ୍‌ ଅଧିକାରୀ, ଜଣେ ଜିଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ ଏବଂ ଜଣେ ସାମାଜିକ ଶିକ୍ଷା ସଂଗଠକଙ୍କ ଉପରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

ବର୍ତ୍ତମାନ ପର୍ଯ୍ୟନ୍ତ ୧୭୩ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆସରିଲାଣି। ଆଜିର ଏହି କାର୍ଯ୍ୟାନୁଷ୍ଠାନ ମାଲକାନଗିରିର ଗ୍ରାମ୍ୟ ଉନ୍ନୟନ ଡିଭିଜନ-୧ର ପୂର୍ବତନ ସୁପରିଟେଣ୍ଡିଂ ଇଞ୍ଜିନିୟର ଆଶିଷ କୁମାର ଦାଶ, ଭଦ୍ରକ ଗ୍ରାମ୍ୟ ଉନ୍ନୟନ ଡିଭିଜନ-୧ର ପୂର୍ବତନ ଏକ୍‌ଜିକ୍ୟୁଟିଭ୍‌ ଇଞ୍ଜିନିୟର ମାନସ ରଞ୍ଜନ ମହାନ୍ତି, କଟକ ଗଣ୍ଡରପୁର ଡ୍ରେନେଜ୍‌ ଡିଭିଜନର ଏକ୍‌ଜିକ୍ୟୁଟିଭ୍‌ ଇଞ୍ଜିନିୟର ମନୋଜ କୁମାର ବେହେରା, କେନ୍ଦୁଝର ଶାଳପଡ଼ା ବୈତରଣୀ ଜଳସେଚନ ଡିଭିଜନର ଆସିଷ୍ଟାଣ୍ଟ ଇଞ୍ଜିନିୟର ଉମେଶ କୁମାର ଶାଶିନୀ, ଉମରକୋଟ ସଡ଼କ ଓ କୋଠାବାଡ଼ି ଆସିଷ୍ଟାଣ୍ଟ ଇଞ୍ଜିନିୟର ବିଶୁଦ୍ଧାନନ୍ଦ ବେହେରା, ପାରଳାଖେମୁଣ୍ଡିର ଅବସରପ୍ରାପ୍ତ ପୂର୍ବତନ ଜିଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ ଜଳଧର ମଲ୍ଲିକ ଏବଂ ବାଲେଶ୍ବର ଜିଲା ଡେପୁଟି କଲେକ୍ଟର ସବିତା ସାହୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ସେହିପରି ବଲାଙ୍ଗୀର ଜିଲା ପୂର୍ବତନ ସାମାଜିକ ଶିକ୍ଷା ସଂଗଠକ ପ୍ରଭାସିନୀ ବାବୁ ଏବଂ ଗଞ୍ଜାମ ଜିଲା ରୁରାଲ ଓ୍ବାର୍କର୍ସ ଡିଭିଜନ-୨ର ଜୁନିୟର ଇଞ୍ଜିନିୟର ତ୍ରିନାଥ ସେଠୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri