Posted inଜାତୀୟ

ଗ୍ୟାଙ୍ଗଷ୍ଟରଙ୍କ ବିରୋଧରେ କଡ଼ା ପଦକ୍ଷେପ, ୬୦ଟି ସ୍ଥାନରେ ଏନ୍‌ଆଇଏ ଚଢ଼ାଉ…

ଲକ୍ଷ୍ନୌ, ୧୨।୯ : ସଂଗଠିତ ଆତଙ୍କବାଦୀ ଗୋଷ୍ଠୀ ଏବଂ ଗ୍ୟାଙ୍ଗଷ୍ଟରଙ୍କ କାର୍ଯ୍ୟ କଳାପ ଉପରେ ରୋକ ପାଇଁ ଏନଆଇଏ କଡ଼ା ପଦକ୍ଷେପ ଗ୍ରହଣ କରିଛି। ଏହି ମର୍ମରେ ଉତ୍ତର ଭାରତର ପ୍ରାୟ ୬୦ ଟି ସ୍ଥାନରେ ଚଢ଼ାଉ କରାଯାଇଛି। ନାର୍କୋ ଆତଙ୍କବାଦ, ଅସ୍ତ୍ରଶସ୍ତ୍ର ଚୋରା ଚାଲାଣ ଏବଂ ଗ୍ୟାଙ୍ଗ ଓ୍ବାରକୁ ରୋକିବା ପାଇଁ ଏହି ପଦକ୍ଷେପ ନିଆଯାଇଛି।

ବେଆଇନ କାର୍ଯ୍ୟକଳାପ ଯାଞ୍ଚ କରିବା ପାଇଁ ଏହି ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଛି ବୋଲି ଏନଆଇଏ ସୂତ୍ରରୁ ପ୍ରକାଶ। ଏକ ଷଡଯନ୍ତ୍ର ଲାଗି ବେଆଇନ କାର୍ଯ୍ୟକଳାପ ଚାଲିଥିବା ନେଇ ଏଜେନ୍ସି ସନ୍ଦେହ କରୁଛି।

ନିକଟରେ ଏନଆଇଏ ହରିୟାଣା ଏବଂ ପଞ୍ଜାବର ପୋଲିସ ଅଧିକାରୀଙ୍କ ସହ ଏକ ବୈଠକ କରିଥିଲା। ଏହାପରେ ଦିଲ୍ଲୀ-ଏନସିଆର, ହରିୟାଣା, ପଞ୍ଜାବ , ରାଜସ୍ଥାନ ଏବଂ ପଶ୍ଚିମ ଉତ୍ତରପ୍ରଦେଶର କେତେକ ସ୍ଥାନରେ ଚଢ଼ାଉ କରାଯାଇଛି।

କୁହାଯାଉଛି ଯେ ପଞ୍ଜାବର କିଛି ଗ୍ୟାଙ୍ଗଷ୍ଟର ଖାଲିସ୍ତାନୀ ଆତଙ୍କବାଦୀ ଏବଂ ଆଇଏସଆଇ ସହ ସମ୍ପର୍କ ରଖିଛନ୍ତି। ଏନେଇ ଏଜେନ୍ସିଗୁଡ଼ିକୁ ସତର୍କ ସୂଚନା ଜାରି କରାଯାଇଛି।

ଏହା ବ୍ୟତୀତ ପଳାତକ ଆତଙ୍କବାଦୀ ହରବିନ୍ଦର ରିନ୍ଦାଙ୍କ ସିଣ୍ଡିକେଟ ଉପରେ ମଧ୍ୟ ରୋକ ଲଗାଯିବାର ଉଦ୍ୟମ କରାଯାଉଛି। ଅଭିଯୋଗ ହୋଇଛି ଯେ ହରବିନ୍ଦର ଦିଲ୍ଲୀ, ପଞ୍ଜାବ, ହରିୟାଣା ଏବଂ ରାଜସ୍ଥାନରେ ନିଜର ସିଣ୍ଡିକେଟ ଚଳାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?