ଅଣଛାତ୍ରଙ୍କ ଉପରେ ଆଜିଠୁ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୪ା୯(ସୁଚିସ୍ମିତା ସାହୁ): ଅଣଛାତ୍ରଙ୍କୁ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଥିଲେ ମଧ୍ୟ ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଅଣଛାତ୍ର ରହୁଥିବାରୁ କ୍ୟାମ୍ପସ୍‌ରେ ଉତ୍ତେଜନା ଲାଗି ରହିଛି। ମଙ୍ଗଳବାର ହଷ୍ଟେଲ୍‌ ଯାଞ୍ଚ କରିବାକୁ ଯିବା ସମୟରେ ଅଣଛାତ୍ରମାନେ ଡେପୁଟି ୱାର୍ଡେନ୍‌ ଓ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ତାଲା ପକାଇବା ସହ ଢେଲା ଓ ପଥରମାଡ଼ କରିଥିଲେ। ତେବେ ବୁଧବାର ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଚେତାବନୀ ପରେ କ୍ୟାମ୍ପସ୍‌ରୁ ଅଣଛାତ୍ରଙ୍କୁ ବାହାର କରିବା ପାଇଁ ଦୃଢ଼ ପଦକ୍ଷେପ ନେବାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପ୍ରସ୍ତୁତ ହେଉଛନ୍ତି। ଗୁରୁବାର ଡେଡ୍‌ଲାଇନ୍‌ ଥିବାରୁ ରେସିଡେନ୍ସିଆଲ୍‌ କମିଟି ବୈଠକ ବସି ଅଣଛାତ୍ରଙ୍କୁ ବାହାର କରିବାକୁ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରାଯିବ ବୋଲି ଜଣେ ବରିଷ୍ଠ ଅଧ୍ୟାପକ ସୂଚନା ଦେଇଛନ୍ତି।
ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି, ବିଶ୍ୱବିଦ୍ୟାଳୟରେ ରହୁଥିବା ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ୪ ତାରିଖ ସୁଦ୍ଧା ସମସ୍ତ ଅଣଛାତ୍ର ହଷ୍ଟେଲ ଛାଡିବାକୁ କର୍ତ୍ତୃପକ୍ଷଙ୍କ ପକ୍ଷରୁ ନୋଟିସ ଜାରି କରିଥିଲେ। ଅଣଛାତ୍ରଙ୍କୁ ବାହାର କରିବା ପାଇଁ ପ୍ରୟାସ କରିଥିବାରୁ କ୍ୟାମ୍ପସରେ ଉତ୍ତେଜନା ଦେଖାଦେଇଥିଲା। ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦେଖି ପଦକ୍ଷେପ ଗ୍ରହଣ କରିବାକୁ ରାଜ୍ୟ ସରକାର କୁଳପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବିଶ୍ୱବିଦ୍ୟାଳୟର ନିୟମାବଳୀ ଉପରେ ଯେପରି କୌଣସି ଆଞ୍ଚ ନ ଆସିବ, ସେହି ନିୟମ ଅନୁସାରେ କୁଳପତି ନିଷ୍ପତି ନେଇପାରିବେ। ଯଦି ଏଥିରେ କୌଣସି ବିରୋଧ ଆସୁଛି, ତେବେ ଆଇନ ଅନୁସାରେ ଦଣ୍ଡ ବିଧାନ କରାଯାଉ। ଅଣଛାତ୍ରମାନେ ଯଦି କୌଣସି ଶୈକ୍ଷିକ ବାତାବରଣରେ ନ ଥିବେ, ତେବେ ସେମାନଙ୍କୁ ବାହାର କରାଯିବ। ରାଜ୍ୟ ସରକାର ସବୁବେଳେ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରଙ୍କ ସପକ୍ଷରେ ରହିବେ ବୋଲି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି।
ସୂଚନାଯୋଗ୍ୟ, ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଅଣଛାତ୍ରଙ୍କ ରାଜ୍‌ ଚାଲିଛି। ବିଶ୍ୱବିଦ୍ୟାଳୟରେ ପାଠପଢ଼ା ସରିବାର ବର୍ଷ ବର୍ଷ ବିତି ଯାଇଥିଲେ ସୁଦ୍ଧା ସେମାନେ ହଷ୍ଟେଲ ଛାଡୁନାହାନ୍ତି। ସେହିପରି ବହୁ ଛାତ୍ର ହଷ୍ଟେଲ ରୁମ୍‌ଗୁଡିକୁ ବେଆଇନ ଭାବେ କବ୍‌ଜା କରି ଅଣଛାତ୍ରଙ୍କୁ ବିକ୍ରି କରୁଥିବା ଅଭିଯୋଗ ହେଉଛି। ତେଣୁ ଅଣଛାତ୍ରମାନେ ହଷ୍ଟେଲରେ ରହି କ୍ୟାମ୍ପସରେ ଆପରାଧିକ ଓ ରାଜନୈତିକ କାର୍ଯ୍ୟକଳାପ ଜାରି ରଖୁଥିବାରୁ କ୍ୟାମ୍ପସ୍‌ ଅନେକ ସମୟରେ ଅଶାନ୍ତ ହୋଇପଡୁଛି। ଛାତ୍ରୀଛାତ୍ରଙ୍କ ପାଠପଢ଼ା ସମେତ ବିଶ୍ୱବିଦ୍ୟାଳୟ ପରିଚାଳନାରେ ମଧ୍ୟ ବ୍ୟାଘାତ ଘଟୁଛି। ସେମାନଙ୍କୁ ବାହାର କରିବାକୁ ଛାତ୍ରୀଛାତ୍ରମାନେ ବାରମ୍ବାର ଆନ୍ଦୋଳନ କରୁଥିଲେ ମଧ୍ୟ କର୍ତ୍ତୃପକ୍ଷ ଦୃଢ଼ ପଦକ୍ଷେପ ନେଉ ନ ଥିଲେ। ନିକଟରେ ହଷ୍ଟେଲରେ ରହୁଥିବା ଜଣେ ଡ୍ରାଇଭରଙ୍କ ମୃତ୍ୟୁ ଘଟିବା ପରେ କର୍ତ୍ତୃପକ୍ଷଙ୍କ ଚେତା ପଶିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri