ରାସ୍ତା ଅବରୋଧକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ

ଦେବଗଡ଼,୯ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳରେ ରାସ୍ତା ଅବରୋଧ କରି ବ୍ୟବସାୟୀମାନଙ୍କ ବିରୋଧରେ ପୌର ପରିଷଦ ପକ୍ଷରୁ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି କାର୍ଯ୍ୟାନୁଷ୍ଠାନ ସ୍ବରୂପ ପୌରାଞ୍ଚଳର ଜନଗହଳିପୂର୍ଣ୍ଣ ସ୍ଥାନରେ ଦୋକାନ ଖୋଲି ରାସ୍ତା ଉପରେ ସାମଗ୍ରୀ ରଖୁଥିବା ବ୍ୟବସାୟୀଙ୍କର ବିଭିନ୍ନ ଦୋକାନ ସାମଗ୍ରୀ ଜବତ କରାଯାଇଛି। ଦେବଗଡ଼ ପୌର ପରିଷଦର ନିର୍ବାହୀ ଅଧିକାରୀ କୃପାସିନ୍ଧୁ ସ୍ବାଇଁ, ଦେବଗଡ଼ ଥାନା ଅଧିକାରୀ ସବ୍ୟସାଚୀ ଶତପଥୀଙ୍କ ସହିତ ପୌର ପ୍ରଶାସନ ଏବଂ ପୋଲିସ ସଦଳବଳ ପୌରାଞ୍ଚଳର ମୁଖ୍ୟ ବଜାର ଓ ଆଖପାଖ ଅଞ୍ଚଳରେ ଯାଞ୍ଚ କରିବା ସହ ଦୋକାନ ବାହାରେ ବିଭିନ୍ନ ସାମଗ୍ରୀ ରଖି ରାସ୍ତା ଅବରୋଧ କରିଥିବା ଦୋକାନୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ। ଏହି ସମୟରେ ରାସ୍ତା ଉପରେ ସାମଗ୍ରୀ ରଖି ରାସ୍ତା ଅବରୋଧ କରିଥିବା ଦୁଇଜଣ ବ୍ୟବସାୟୀଙ୍କ ବିଭିନ୍ନ ସାମଗ୍ରୀ ଜବତ କରିଥିଲେ। ପରେ ଉକ୍ତ ବ୍ୟବସାୟୀ ଦ୍ୱୟଙ୍କଠାରୁ ୪ହଜାର ଟଙ୍କା ଲେଖାଏ ଜରିମାନା ଆଦାୟ କରିବା ପରେ ଜବତ ହୋଇଥିବା ଉକ୍ତ ସାମଗ୍ରୀ ଫେରସ୍ତ କରିବା ସହ ସହିତ ଭବିଷ୍ୟତରେ ଏହାର ପୁନରାବୃତ୍ତି ନ କରିବାକୁ ଚେତାବନୀ ଦେଇଥିଲେ। ଏହି ସମୟରେ କାର୍ଯ୍ୟକାରୀ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଆସିଷ୍ଟାଣ୍ଟ କଲେକ୍ଟର ରେଖା ମହାନ୍ତ ଉପସ୍ଥିତ ଥିଲେ। ପୌର ପରିଷଦ ପକ୍ଷରୁ ପୌରାଞ୍ଚଳରେ ନିୟମିତ ଯାଞ୍ଚ କରାଯିବ ଏବଂ ରାସ୍ତା ଅବରୋଧକାରୀ ବ୍ୟବସାୟୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୌର ପରିଷଦ ନିର୍ବାହୀ ଅଧିକାରୀ ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ, ଅନେକ ବ୍ୟବସାୟୀ ଗ୍ରାହକମାନଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ସାମଗ୍ରୀକୁ ବାହାରେ ପ୍ରଦର୍ଶନ କରୁଛନ୍ତି। ଫଳରେ ପୌରାଞ୍ଚଳର ବିଭିନ୍ନ ଜନଗହଳିପୂର୍ଣ୍ଣ ସ୍ଥାନରେ ଟ୍ରାଫିକ୍‌ ସମସ୍ୟା ଦେଖାଦେଇଛି। ଏହି ସମସ୍ୟା ଦୂର କରିବା ନିମନ୍ତେ ଦୋକାନ ବାହାରେ କିମ୍ବା ରାସ୍ତା ଉପରେ କୌଣସି ସାମଗ୍ରୀ ନ ରଖିବାକୁ ପୌର ପରିଷଦ ପକ୍ଷରୁ ପୂର୍ବରୁ ଏକାଧିକ ବାର ବ୍ୟବସାୟୀମାନଙ୍କୁ ସଚେତନ କରାଯାଇଥିଲା। ଏଥିସହ ଏହାକୁ ଅମାନ୍ୟ କଲେ ସେମାନଙ୍କର ସାମଗ୍ରୀ ଜବତ କରାଯିବାକୁ ଚେତାବନୀ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ ଧରଣରର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?