ଟ୍ରାଫିକ ନିୟମ ଖିଲାପକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର,୧୯ା୧୦(ବ୍ୟୁରୋ): ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ପାଇଁ ସ୍ପେଶାଲ ଡ୍ରାଇଭ ଆରମ୍ଭ ହୋଇଯାଇଛି। ଏବେ ଟ୍ରାଫିକ ନିୟମ ଖିଲାପକାରୀଙ୍କ ବିରୋଧରେ ଧରପଗଡ଼ ଜୋର୍‌ଦାର ନିଆଯିବା ସହିତ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ସଡ଼କ ସୁରକ୍ଷା କମିଟି ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟରେ ସ୍ପେଶାଲ ଡ୍ରାଇଭ ଆରମ୍ଭ ହୋଇଛି। ଏନେଇ ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଚିଠି ପରେ କାର୍ଯ୍ୟାନୁଷ୍ଠାନ ଜୋର୍‌ଦାର କରାଯାଉଛି। ଏହି ସ୍ପେଶାଲ ଡ୍ରାଇଭ କାର୍ଯ୍ୟକ୍ରମ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ। ମଙ୍ଗଳବାର ସକାଳ ୯ଟାରୁ ଅପରାହ୍ନ ୨ଟା ଏବଂ ଅପରାହ୍ନ ୩ଟାରୁ ସା ୬ଟା ପର୍ଯ୍ୟନ୍ତ ରାଜ୍ୟ ରାଜପଥ, ଜାତୀୟ ରାଜପଥଗୁଡ଼ିକରେ ଚେକିଂ କଡ଼ାକଡ଼ି ଆରମ୍ଭ ହୋଇଛି। ଏହି ଅଭିଯାନରେ ପୋଲିସ ମଧ୍ୟ ସାମିଲ ହୋଇଛି। ବିନା ହେଲ୍‌ମେଟ୍‌ରେ ଗାଡ଼ି ଚାଳନା, ଗାଡ଼ି ଚଳାଇବା ବେଳେ ମୋବାଇଲ ବ୍ୟବହାର କରିବା, ସିଟ୍‌ ବେଲ୍ଟ ନ ପିନ୍ଧିବା ଏବଂ ସର୍ବାଧିକ ବେଗରେ ଗାଡ଼ି ଚଳାଇବା କ୍ଷେତ୍ରରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ବିନା ଲାଇସେନ୍ସରେ ଗାଡ଼ି ଚଳାଉଥିଲେ ଉକ୍ତ ବ୍ୟକ୍ତିଙ୍କଠାରୁ ଯାନ ଜବତ କରାଦିଆଯିବ। ସେହିପରି ବିନା ହେଲ୍‌ମେଟ୍‌ରେ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ୩ ମାସ ଲାଗି ଲାଇସେନ୍ସ ବାତିଲ କରିଦିଆଯିବ ବୋଲି ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଜାରି ନିର୍ଦ୍ଦେଶନାମାରେ ଉଲ୍ଲେଖ କରାଯାଇଛି। ତେବେ ସ୍ପେଶାଲ ଡ୍ରାଇଭ ଜରିଆରେ କେତେଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ଏବଂ କି ପ୍ରକାର ଦଣ୍ଡ କେତେଜଣ ବ୍ୟକ୍ତିଙ୍କୁ ମିଳିଛି ସେନେଇ ତଥ୍ୟ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri