ଟ୍ରାଫିକ ନିୟମ ଖିଲାପକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର,୧୯ା୧୦(ବ୍ୟୁରୋ): ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ପାଇଁ ସ୍ପେଶାଲ ଡ୍ରାଇଭ ଆରମ୍ଭ ହୋଇଯାଇଛି। ଏବେ ଟ୍ରାଫିକ ନିୟମ ଖିଲାପକାରୀଙ୍କ ବିରୋଧରେ ଧରପଗଡ଼ ଜୋର୍‌ଦାର ନିଆଯିବା ସହିତ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ସଡ଼କ ସୁରକ୍ଷା କମିଟି ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟରେ ସ୍ପେଶାଲ ଡ୍ରାଇଭ ଆରମ୍ଭ ହୋଇଛି। ଏନେଇ ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଚିଠି ପରେ କାର୍ଯ୍ୟାନୁଷ୍ଠାନ ଜୋର୍‌ଦାର କରାଯାଉଛି। ଏହି ସ୍ପେଶାଲ ଡ୍ରାଇଭ କାର୍ଯ୍ୟକ୍ରମ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ। ମଙ୍ଗଳବାର ସକାଳ ୯ଟାରୁ ଅପରାହ୍ନ ୨ଟା ଏବଂ ଅପରାହ୍ନ ୩ଟାରୁ ସା ୬ଟା ପର୍ଯ୍ୟନ୍ତ ରାଜ୍ୟ ରାଜପଥ, ଜାତୀୟ ରାଜପଥଗୁଡ଼ିକରେ ଚେକିଂ କଡ଼ାକଡ଼ି ଆରମ୍ଭ ହୋଇଛି। ଏହି ଅଭିଯାନରେ ପୋଲିସ ମଧ୍ୟ ସାମିଲ ହୋଇଛି। ବିନା ହେଲ୍‌ମେଟ୍‌ରେ ଗାଡ଼ି ଚାଳନା, ଗାଡ଼ି ଚଳାଇବା ବେଳେ ମୋବାଇଲ ବ୍ୟବହାର କରିବା, ସିଟ୍‌ ବେଲ୍ଟ ନ ପିନ୍ଧିବା ଏବଂ ସର୍ବାଧିକ ବେଗରେ ଗାଡ଼ି ଚଳାଇବା କ୍ଷେତ୍ରରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ବିନା ଲାଇସେନ୍ସରେ ଗାଡ଼ି ଚଳାଉଥିଲେ ଉକ୍ତ ବ୍ୟକ୍ତିଙ୍କଠାରୁ ଯାନ ଜବତ କରାଦିଆଯିବ। ସେହିପରି ବିନା ହେଲ୍‌ମେଟ୍‌ରେ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ୩ ମାସ ଲାଗି ଲାଇସେନ୍ସ ବାତିଲ କରିଦିଆଯିବ ବୋଲି ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଜାରି ନିର୍ଦ୍ଦେଶନାମାରେ ଉଲ୍ଲେଖ କରାଯାଇଛି। ତେବେ ସ୍ପେଶାଲ ଡ୍ରାଇଭ ଜରିଆରେ କେତେଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ଏବଂ କି ପ୍ରକାର ଦଣ୍ଡ କେତେଜଣ ବ୍ୟକ୍ତିଙ୍କୁ ମିଳିଛି ସେନେଇ ତଥ୍ୟ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା ଭାଜପା: ତାଲିକାରେ ପ୍ରଧାନମନ୍ତ୍ରୀ, ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅଛନ୍ତି ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୨୩।୪(ସୁନୀତ ମିଶ୍ର): ଭାଜପା ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri