କାଲିଠୁ ଜୋରଦାର ଧରପକଡ, ଲାଇସେନ୍ସ ନ ଥିଲେ…

ଭୁବନେଶ୍ୱର,୩୦।୭: ନାବାଳକ ଗାଡ଼ିଚାଳକଙ୍କ ଉପରେ ଲଗାମ କଷିଛନ୍ତି ରାଜ୍ୟ ପରିବହନ କର୍ତ୍ତୃପକ୍ଷ । ସୋମବାର ଠାରୁ ରାଜ୍ୟ ବ୍ୟାପି ଧରପକଡ ଆରମ୍ଭ ହୋଇଛି । ଦୁଇ ଦିନରେ ଧରା ପଡିଛନ୍ତି ୩୩୪ ନାବାଳକ ଚାଳକ । ଏହା ସହ ୧୩୮ ଟି ଗାଡି ଜବତ କରିଛି ଏସଟିଏ । କେବଳ କଟକରେ ସର୍ବାଧିକ ୨୭ ଜଣ ଧରା ପଡିଛନ୍ତି । ଏବଂ ଗାଡ଼ି ପିଛା ୨୫ ହଜାର ଟଙ୍କା କରି ମୋଟ ୮୩ ଲକ୍ଷ୫୦ ହଜାର ଟଙ୍କାର ଚାଲାଣ ମଧ୍ୟ ଆଦାୟ ହୋଇଛି ।

ବଡ଼ କଥା ହେଉଛିକି ଏହି ପ୍ରକ୍ରିୟାରେ ବୁଧବାର ଠାରୁ ଧରା ପଡ଼ିଥିବା ଗାଡିଗୁଡ଼ିକ ମାଲିକ ବା ନାବାଳକ ନାବାଳିକାଙ୍କ ବାପା, ମା’ଙ୍କ ନାଁରେ ମୋଟର ଭେଇକିଲ ଆକ୍ଟ ୧୯୯ ଆଧାରରେ ମାମଲା ରୁଜ୍ଜୁ ହେବ । ମୋଟର ଭେଇକିଲ ଆକ୍ଟ ୧୯୯ ଅନୁଯାୟୀ ଯଦି ୧୮ ବର୍ଷରୁ କମ ବୟସ୍କ ବର୍ଗର କେଣସି ବ୍ୟକ୍ତି ଗାଡି ଚଳାଉଥିବା ଅବସ୍ଥା ଧରା ପଡନ୍ତି ତେବେ ଏହି କ୍ଷେତ୍ରରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାର ବ୍ୟବସ୍ଥା ରହିଛି । ଗାଡିକୁ ଜବତ କରାଯିବା ସହ ଗାଡି ଚାଳକଙ୍କ ଉପରେ ୨୫ ହଜାର ଟଙ୍କାର ଫାଇନ ଲଗାଯିବ । ଗାଡିର ପଞ୍ଜିକରଣକୁ ରଦ୍ଦ କରାଯିବ, ଗାଡ଼ିର ମାଲିକ ବା ଗାଡ଼ି ଚାଳାଉଥିବା ପିଲାଙ୍କ ବାପା ମା’ଙ୍କ ନାଁରେ ଥାନାରେ ମାମଲା ରଜୁ କରାଯାଇ ପାରିବ । ଏଥିରେ ୩ ବର୍ଷ ଜେଲ ଦଣ୍ଡର ବ୍ୟବସ୍ଥା ମଧ୍ୟ ରହିଛି । ଏହା ବ୍ୟତିତ ଦୋଷୀ ସାବ୍ୟସ୍ତ ହେଲେ ଗାଡି ସହ ଧରା ପଡ଼ିଥିବା ନା ନାବାଳକ ବା ନାବାଳିକାଙ୍କ ତଥ୍ୟକୁ ସାରଥୀ ପୋଟାଲରେ ଅପଲୋଡ କରାଯିବ। ଏହା ସହ ୨୫ ବର୍ଷ ବୟସ ନ ହେବା ପର୍ଯ୍ୟନ୍ତ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଡ୍ରାଇଭିଂ ଲାଇସେନ୍ସ ପ୍ରଦାନ କରାଯିବ ନାହିଁ ବୋଲି କହିଛନ୍ତି ଅତିରିକ୍ତ ପରିବହନ କମିଶନର ଲାଲମୋହନ ସେଠୀ ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?