ନିଆଁ ଲଗାଇଲେ କଡ଼ା କାର୍ଯ୍ୟାନୁଷ୍ଠାନ

ବାରିପଦା ଅଫିସ,୧୬।୩ – ଜୈବ ମଣ୍ଡଳ ଶିମିଳିପାଳ ଓ ଆଖପାଖ ସଂରକ୍ଷିତ ଜଙ୍ଗଲକୁ ବନାଗ୍ନିରୁ ସୁରକ୍ଷା ନିମନ୍ତେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଏକ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ବାରିପଦା ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବନ୍ୟପ୍ରାଣୀ ସଂରକ୍ଷକ, ବନ ସୁରକ୍ଷା ସମିତି ଓ ପ୍ରଶାସନିକ ଅଧିକାରୀଙ୍କୁ ନେଇ ଆଲୋଚନା କରାଯାଇଥିଲା। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ଏମ.ଜଗଜୟାନନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଡେପୁଟୀ ଡାଇରେକ୍ଟର(ଉତ୍ତର) ସାଇ କିରଣ ଓ (ଦକ୍ଷିଣ) ସମ୍ରାଟ ଗୌଡା, ବାରିପଦା ବନଖଣ୍ଡ ଅଧିକାରୀ ସନ୍ତୋଷ ଯୋଶୀ, ରାଇରଙ୍ଗପୁର ଡିଏଫ୍‌ଓ ନଳୀନୀକାନ୍ତ ବେହେରା ଓ କରଞ୍ଜିଆ ଡିଏଫ୍‌ଓ ଶ୍ରୀକାନ୍ତ ନାଏକ ପ୍ରମୁଖ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ। ବନାଗ୍ନିକୁ ରୋକିବା ପାଇଁ ବ୍ୟାପକ ସଚେତନତା ଆବଶ୍ୟକ ରହିଥିବା ବେଳେ ନିଆଁ ଲଗାଉଥିବା ବ୍ୟକ୍ତିଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବୈଠକରେ ମତପ୍ରକାଶ ପାଇଥିଲା। ବନସୁରକ୍ଷା ସମିତି ଓ ସ୍ଥାନୀୟ ଲୋକଙ୍କ ସହିତ ବନବିଭାଗ ସମନ୍ବୟ ରଖିପାରିଲେ ଜଙ୍ଗଲ ନିଆଁକୁ ଆୟତ୍ତ କରିବାରେ ସମ୍ଭବ ହୋଇପାରିବ । ଫାୟାର ଲାଇନକୁ ସଫା କରିବା, ଦମକଳ ବାହିନୀ ଓ ବିଭାଗୀୟ କର୍ମଚାରୀମାନେ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି । ପୂର୍ବ ବର୍ଷମାନଙ୍କରେ ନିଆଁ ଲାଗୁଥିବା ସ୍ଥାନରେ ଜନସଚେତନତା କାର୍ଯ୍ୟକ୍ରମ କରାଯାଇ ପରିବେଶକୁ ସୁରକ୍ଷା ଦେବାକୁ ପ୍ରୟାସ ଜାରି ରହିଛି । ବିଭାଗ ପକ୍ଷରୁ ୨୪ଘଣ୍ଟିଆ ପାଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ କରାଯାଇଥିବା ବେଳେ ଡଗ୍‌ ସ୍କ୍ବାଡ୍‌ ମାଧ୍ୟମରେ ଶିକାରୀଙ୍କୁ ରୋକାଯାଇପାରିଛି। ସେହିପରି ବନ୍ୟଜନ୍ତୁ ଶିକାର କରୁଥିବା ଅପରାଧିଙ୍କ ପାଇଁ ସ୍ବତନ୍ତ୍ର କୋର୍ଟର ବ୍ୟବସ୍ଥା କରିବାକୁ ପ୍ରସ୍ତାବ ଗୃହୀତ ହୋଇଛି। ମାମଲାକୁ ପରିଚାଳନା କରୁଥିବା ଅଧିକାରୀମାନେ ଠିକ୍‌ ଭାବେ ତଦନ୍ତ କରି ରିପୋର୍ଟ ଉପସ୍ଥାପନ କଲେ ଶିକାରୀମାନଙ୍କୁ ଉଚିତ ଦଣ୍ଡବିଧାନ ମିଳିପାରିବ ବୋଲି ମତପ୍ରକାଶ ପାଇଥିଲା। ରାଜକୁମାରୀ ଅକ୍ଷିତା ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓ, ପ୍ରାକ୍ତନ ଅବୈତନିକ ବନ୍ୟପ୍ରାଣୀ ସଂରକ୍ଷକ ଭାନୁମିତ୍ର ଆଚାର୍ଯ୍ୟ, ସଂଯୁକ୍ତା ବସା, ଅବୈତନିକ ବନ୍ୟପ୍ରାଣୀ ସଂରକ୍ଷକ ବିବେକାନନ୍ଦ ପଟ୍ଟନାୟକ, ପ୍ରଦୀପ୍ତ କବି, ଅକ୍ଷୟ କୁମାର ମହାନ୍ତି, ଏସିଏଫ୍‌ ନିକେଶ କୁମାର ମହାପାତ୍ର, ଫାଲଗୁନୀ ବେହେରା,ଦିଲ୍ଲୀପ କୁମାର ବାରିକ, ରବି ନାରାୟଣ ମହାନ୍ତି,ବନସୁରକ୍ଷା କମିଟିର ରାଜ୍ୟ ସଦସ୍ୟ ଗୋପୀନାଥ ସିଂ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri