ନକଲି ବିହନ ବିକ୍ରି ଘଟଣାରେ କଡ଼ା କାର୍ୟ୍ୟାନୁଷ୍ଠାନ:୪ ଦୋକାନୀଙ୍କ ଲାଇସେନ୍ସ ରଦ୍ଦ, ୨ ଜଣଙ୍କ ବାତିଲ

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ନକଲି ବିହନ ବିକ୍ରି ଘଟଣାରେ କଡ଼ା କାର୍ୟ୍ୟାନୁଷ୍ଠାନ ନେଇଛି ଜିଲା କୃଷି ବିଭାଗ । ୬ ଜଣ ଲାଇସେନ୍ସ ପ୍ରାପ୍ତ ବ୍ୟବସାୟୀଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ହୋଇଛି। ୪ ଦୋକାନୀଙ୍କ ଲାଇସେନ୍ସ ରଦ୍ଦ ହୋଥିବା ବେଳେ ୨ ଜଣଙ୍କ ଲାଇସେନ୍ସ ବାତିଲ ହୋଇଛି। କାର୍ଯ୍ୟାନୁଷ୍ଠାନ ନେଇ ମୁଖ୍ୟ ଜିଲା କୃଷି ଅଧିକାରୀ ପ୍ରସନ୍ନ ମିଶ୍ରଙ୍କ ସୂଚନା ଦେଇଛନ୍ତି।

ନକଲି ବିହନ ନେଇ ଅଭିଯୋଗ ହେବା ପରେ କୃଷି ବିଭାଗର ନୋଡାଲ ଅଧିକାରୀ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ । ଚଢ଼ାଉ ସମୟରେ ବ୍ୟବସାୟୀଙ୍କଠାରୁ ପ୍ରଚୁର ପରିମାଣର ନକଲି ବିହନ ଜବତ ହୋଇଥିଲା । ନୋଡାଲ ଅଧିକାରୀ କାର୍ୟ୍ୟାନୁଷ୍ଠାନ ପରେ ନିର୍ଦ୍ଦେଶ ଦେବା ପରେ ଏବେ ୪ ଦୋକାନୀଙ୍କ ଲାଇସେନ୍ସ ରଦ୍ଦ ହୋଥିବା ବେଳେ ୨ ଜଣଙ୍କ ଲାଇସେନ୍ସ ବାତିଲ ହୋଇଛି।
ସେପଟେ କାର୍ୟ୍ୟାନୁଷ୍ଠାନ ପରେ ମଧ୍ୟ ବେପାରୀ ମାନେ ପଡ଼ୋଶୀ ରାଜ୍ୟରୁ ନକଲି ବିହନ ଆଣି ବିକ୍ରି କରୁଥିବା ଅଭିଯୋଗ ହୋଇଛି । ଆଉ କୃଷି ବିଭାଗ ଏହି ବେପାରୀମାନଙ୍କୁ ସୁରକ୍ଷା ଦେଉଥିବା ଚାଷୀ କହିଛନ୍ତି । ଏକ ସ୍ବତନ୍ତ୍ର ଟିମ ଗଠନ କରାଯାଇ ଜିଲାରେ ଚଢ଼ାଉ କରିବାକୁ କୃଷକ ସଂଗଠନର ନେତଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri