ପାକିସ୍ତାନ ନିର୍ବାଚନ ଆୟୋଗଙ୍କ କଡ଼ା ପଦକ୍ଷେପ: ସମ୍ପତ୍ତି ତଥ୍ୟ ନ ଦେବାରୁ ୨୭୧ ସାଂସଦ-ବିଧାୟକ ନିଲମ୍ବିତ…

ଇସଲାମାବାଦ,୧୭।୧ : ପାକିସ୍ତାନର ନିର୍ବାଚନ ଆୟୋଗ ସାଂସଦ ଓ ବିଧାୟକଙ୍କ ବିରୋଧରେ ସେମାନଙ୍କ ସମ୍ପତ୍ତିର ସବିଶେଷ ତଥ୍ୟ ଦାଖଲ ନ କରିବା ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆୟୋଗ ୨୭୧ ସାଂସଦ-ବିଧାୟକଙ୍କୁ ସେମାନଙ୍କ ସଦସ୍ୟତାରୁ ନିଲମ୍ବିତ କରିଛନ୍ତି। ଜାରି ବିବୃତ୍ତିରେ କୁହାଯାଇଛି ଯେ ଯେଉଁମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, ସେମାନଙ୍କ ମଧ୍ୟରେ ନ୍ୟାଶନାଲ ଆସେମ୍ବ୍ଲିର ୧୩୬ ସଦସ୍ୟ, ୨୧ ଜଣ ସିନେଟର ଏବଂ ୧୧୪ଜଣ ପ୍ରାଦେଶିକ ସଭାର ସଦସ୍ୟ ରହିଛନ୍ତି।

ନିର୍ବାଚନ ଆୟୋଗ କହିଛନ୍ତି ଯେ ସାଂସଦ ଏବଂ ବିଧାୟକମାନଙ୍କୁ ପ୍ରତିବର୍ଷ ଡିସେମ୍ବର ୩୧ ସୁଦ୍ଧା ସେମାନଙ୍କ ସମ୍ପତ୍ତିର ବିବରଣୀ ଦେବାକୁ ପଡିଥାଏ। ମାତ୍ର ସାଂସଦ-ବିଧାୟକ ଯେଉଁମାନେ ତାହା କରିନାହାଁନ୍ତି। ନିର୍ବାଚନ ଆୟୋଗଙ୍କ ଦ୍ୱାରା କୁହାଯାଇଥିଲା ଯେ, ୩୦ ଜୁନ ୨୦୨୨ ପର୍ଯ୍ୟନ୍ତ ସମ୍ପତ୍ତି ତଥ୍ୟ ୧୬ ଜାନୁୟାରୀ ୨୦୨୩ ସୁଦ୍ଧା ଦାଖଲ କରିବାକୁ ପଡ଼ିବ। ଏଭଳି ନ କରିବାରୁ ସେମାନଙ୍କର ସଦସ୍ୟତା ନିଲମ୍ବିତ ହୋଇଛି।

ନିଲମ୍ବିତ ସାଂସଦ-ବିଧାୟକଙ୍କ ତାଲିକାରେ ପଞ୍ଜାବ ପ୍ରଦେଶର ବିଧାନସଭା ସଭାର କୌଣସି ସଦସ୍ୟ ଅନ୍ତର୍ଭୁକ୍ତ ନାହାନ୍ତି। ସିନ୍ଧୁପ୍ରଦେଶର ୪୮ ଜଣ, ଖାଇବର ପସ୍ତୁନଖ୍ବା ୫୪ ଜଣ ଏବଂ ବାଲୁଚିସ୍ତାନରୁ ୧୨ ଜଣ ନିଲମ୍ବିତ ହୋଇଛନ୍ତି। ଏଥିରେ ପାକିସ୍ତାନର ବରିଷ୍ଠ ମୁସଲିମ ଲିଗ-ନୱାଜ (ପିଏମଏଲ-ଏନ) ନେତା ତଥା କ୍ୟାବିନେଟ ସଦସ୍ୟ ଅହସାନ ଇକବାଲ ଏବଂ ଖ୍ବାଜା ଆସିଫ ମଧ୍ୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

ୟୁକ୍ରେନ୍‌ରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ୧୨ ମୃତ

କିଭ୍‌,୧ା୯: ୟୁକ୍ରେନ୍‌ରେ ରୁଷିଆର ଆକ୍ରମଣରେ ଜଣେ ଭାରତୀୟଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ମଙ୍ଗଳବାର କହିଛନ୍ତି। ୟୁକ୍ରେନ୍‌ର ବିଭିନ୍ନ ସହର…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

ଘୁମୁସର ବନଖଣ୍ଡରେ ୯୪ ହାତୀ: ଧାନ ଫସଲ ନଷ୍ଟ କରୁଛନ୍ତି ହାତୀପଲ, ଚିନ୍ତାରେ ଚାଷୀ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଘୁମୁସର ଉତ୍ତର ଓ ଘୁମୁସର ଦକ୍ଷିଣ ବନଖଣ୍ଡରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ସୋମବାର ସୁଦ୍ଧା ଦୁଇ ବନଖଣ୍ଡର ବିଭିନ୍ନ…

ଆଶ୍ଚର୍ଯ୍ୟ ହେଲେ ବି ସତ: ଗୋଟିଏ ମ୍ୟାଚ୍‌ରେ ଦୁଇଥର ଭାଙ୍ଗିଲା ଗୋଟିଏ ବିଶ୍ୱରେକର୍ଡ, ଅନ୍ତର୍ଜାତୀୟ T20ରେ ଘଟିଲା…

ନୂଆଦିଲ୍ଲୀ,୧।୯: ୨୦୨୭ ଦିନିକିଆ ବିଶ୍ୱକପର ତିନି ସହ ଆୟୋଜକ ନାମ୍ବିଆ, ଜିମ୍ବାୱେ ଏବଂ ଦକ୍ଷିଣ ଆଫ୍ରିକା। ବର୍ତ୍ତମାନ ପରସ୍ପର ବିପକ୍ଷରେ ଏକ T20 ସିରିଜରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।…

ଗୋଟିଏ T20 ମ୍ୟାଚ୍‌ରେ ଦୁଇଟି ଶତକ! CPLରେ ଇତିହାସ ସୃଷ୍ଟି କଲେ ଏହି କ୍ରିକେଟର୍‌, ଜାଣନ୍ତୁ ରୋଚକ ଘଟଣା

ନୂଆଦିଲ୍ଲୀ,୧।୯: କାରିବିଆନ ପ୍ରିମିୟର ଲିଗ (CPL) ରେ ଅନେକ ବ୍ୟାଟସମ୍ୟାନ ଶତକ ମାରିଛନ୍ତି। ଏହି ୱେଷ୍ଟଇଣ୍ଡିଜ ଟି-୨୦ ଲିଗରେ ଏପର୍ଯ୍ୟନ୍ତ ମୋଟ ୩୬ ଶତକ ମାରିଛନ୍ତି। କିନ୍ତୁ…

ସମୁଦ୍ରରେ ବୁଡ଼ିଯିବେ କୋଟି କୋଟି ଲୋକ! ନେପାଳ ବିତ୍ପାତ ପରେ ଭାରତର ୨ଟି ସହରକୁ UNର ଭୟଙ୍କର ଚେତାବନୀ?

ନୂଆଦିଲ୍ଲୀ,୧।୯: ସମୁଦ୍ର ପତନ ବୃଦ୍ଧି ପାଇବା ଯୋଗୁଁ କୋଲକାତା ଏବଂ ମୁମ୍ୱାଇର ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇପାରନ୍ତି ବୋଲି ମିଳିତ ଜାତିସଂଘର ରିପୋର୍ଟରେ ଚେତାବନୀ ଦିଆଯାଇଛି।…

ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଜନ୍ତରମନ୍ତର ଆନ୍ଦୋଳନରେ ଛାତ୍ରଙ୍କ ବିରୋଧରେ ହୋଇଥିବା ସବୁ ଏଫଆଇଆର ରଦ୍ଦ

ନୂଆଦିଲ୍ଲୀ,୧।୯: ସୁପ୍ରିମକୋର୍ଟ ଯନ୍ତରମନ୍ତର ଆନ୍ଦୋଳନ ସମୟରେ ପ୍ରଦର୍ଶନକାରୀ ଛାତ୍ରୀଛାତ୍ରଙ୍କ ବିରୋଧରେ ରୁଜୁ ହୋଇଥିବା ଏଫଆଇଆରକୁ ରଦ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶୁଣାଣି ସମୟରେ ପ୍ରଧାନ ବିଚାରପତି (ସିଜେଆଇ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri