ଏଣିକି ମୁନାଫାଖୋର ବ୍ୟବସାୟୀଙ୍କ ବିରୋଧରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର,୨୪ା୬: ରାଜ୍ୟରେ ଦେଖାଦେଇଥିବା ବିଭିନ୍ନ ଅତ୍ୟାବଶ୍ୟକୀୟ ଖାଉଟି ସାମଗ୍ରୀର ଦରଦାମ୍‌ ବୃଦ୍ଧି ସମ୍ପର୍କରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୋମବାର ସମୀକ୍ଷା ବୈଠକ କରିଛନ୍ତ। ବୈଠକରେ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ଭି. ଭି. ଯାଦବ ଓ ମାର୍କେଟ ଇନ୍ଟେଲିଜେନ୍ସ ଅଫିସର ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବୈଠକରେ ରାଜ୍ୟର ସମସ୍ତ ଜିଲାରୁ ଯୋଗାଣ ଓ ମାର୍କେଟ ସମ୍ବନ୍ଧୀୟ ତଥ୍ୟ ଉପସ୍ଥାପନକରାଯାଇ ସେଗୁଡ଼ିକର ବିଶ୍ଳେଷଣ କରାଯାଇଥିଲା ଏବଂ ଦରଦାମ୍‌ ବୃଦ୍ଧିର କାରଣ ଓ ଏହାର ନିରାକରଣ ସମ୍ବନ୍ଧରେ ସମୀକ୍ଷା କରାଯାଇଥିଲା। ଦରଦାମ୍‌ ବୃଦ୍ଧିକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ତଥା ଜିଲା ସ୍ତରରେ ପ୍ରତ୍ୟହ ଆବଶ୍ୟକୀୟ ସାମଗ୍ରୀର ମୂଲ୍ୟ ତଥା ଏହାର ଗଚ୍ଛିତ ପରିମାଣ ଯାଞ୍ଚ କରିବା ସଙ୍ଗେ ସଙ୍ଗେ ମୁନାଫାଖୋର ଓ ଗଚ୍ଛିତ ସୀମାଠାରୁ ଅଧିକା ସାମଗ୍ରୀ ଗଚ୍ଛିତ କରି ରଖିଥିବା ବ୍ୟବସାୟୀଙ୍କ ବିରୋଧରେ ଅତ୍ୟାବଶ୍ୟକୀୟ ଆଇନ୍‌ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ନିମନ୍ତେ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଖାଉଟିମାନେ ଯେପରି ଉଚିତ ମୂଲ୍ୟରେ ଖାଉଟି ସାମଗ୍ରୀ ପାଇପାରିବେ ସେଥିପାଇଁ ଦୃଷ୍ଟିଦେବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଜରୁରୀକାଳିନ ପରିସ୍ଥିତିରେ ସରକାରଙ୍କ ପକ୍ଷରୁ ନାଫେଡ୍‌ ଦ୍ୱାରା ରିହାତି ଦରରେ ଖାଉଟିମାନଙ୍କୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…

ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri