ଶିକ୍ଷାରେ ଅବହେଳା ହେଲେ ଏଣିକି କଡ଼ା କାର୍ଯ୍ୟାନୁଷ୍ଠାନ, ଛାତ୍ରୀଛାତ୍ର ଫେଲ୍‌ ହେଲେ ଦାୟୀ ରହିବେ ଶିକ୍ଷକ

କୋରାପୁଟ,୧୯ା୪(ଅମିତାଭ ବେହେରା): ବିଦ୍ୟାଳୟରେ ଶିକ୍ଷାରେ ଅବହେଳା କିମ୍ବା ତ୍ରୁଟି ଦେଖାଦେଲେ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସତର୍କ କରିଛନ୍ତି। ସ୍ଥାନୀୟ ସଦ୍‌ଭାବନା ସଭାଗୃହରେ ଆୟୋଜିତ ସମୀକ୍ଷା ବୈଠକରେ ସେ ଅଧ୍ୟକ୍ଷତା କରି ଜିଲା ମଙ୍ଗଳ ବିଭାଗ ଅଧିନସ୍ଥ ବିଦ୍ୟାଳୟଗୁଡିକର ସ୍ଥିତି ଆଲୋଚନା କରିଥିଲେ। ବୈଠକରେ ବିଦ୍ୟାଳୟ ଭିତ୍ତିଭୂମି ସୁଦୃଢ଼ କରିବା, ଆବଶ୍ୟକ ଗୃହ ଉପଲବ୍ଧତା ଓ ସେଗୁଡିକର ଅବସ୍ଥା ପରୀକ୍ଷା କରିବାକୁ ନିର୍ଦେଶ ଦିଆଯାଇଥିଲା। ବିପଦସଙ୍କୁଳ ଗୃହକୁ ତୁରନ୍ତ ଭାଙ୍ଗିବା ସହିତ ହଷ୍ଟେଲ ଓ ବିଦ୍ୟାଳୟର ଆବଶ୍ୟକତା ସମ୍ପର୍କରେ ଅଧିକାରୀମାନଙ୍କୁ ପଚାରାଯାଇଥିଲା। ଗୁଣାତ୍ମକ ଶିକ୍ଷା ଉପରେ ଗୁରୁତ୍ୱ ଦେଇ ଛାତ୍ରୀଛାତ୍ରଙ୍କ ଭୟ ଦୂର କରି ସମ୍ପର୍କ ସୃଷ୍ଟି କରି ପାଠ ପଢ଼ାଇବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। କୌଣସି ବିଷୟରେ ଛାତ୍ରୀଛାତ୍ର ଫେଲ୍‌ ହେଲେ ସମ୍ପୃକ୍ତ ଶିକ୍ଷକଙ୍କୁ ଦାୟୀ କରାଯିବ ବୋଲି ସେ କହିଥିଲେ। ଶତପ୍ରତିଶତ ସଫଳତା ସହ ମେଧାବୀ ବୃତ୍ତି ପ୍ରାପ୍ତି ପାଇଁ ମଧ୍ୟ ଗୁରୁତ୍ୱ ଦେବାକୁ ସୁଚନା ଦିଆଯାଇଥିଲା। ଛାତ୍ରୀଛାତ୍ରଙ୍କୁ ଖାଦ୍ୟ ପ୍ରଦାନ ସମୟରେ ପ୍ରଥମେ ଶିକ୍ଷକମାନେ ଖାଦ୍ୟ ଚେକ୍‌ କରିବା, ବାସି ଖାଦ୍ୟ ନ ଦେବା, ସୁରକ୍ଷା ବ୍ୟବସ୍ଥା ମଜବୁତ କରିବା ପାଇଁ ପ୍ରଧାନଶିକ୍ଷକମାନଙ୍କୁ ତାଗିଦ କରାଯାଇଥିଲା। ପାନୀୟ ଜଳ, ପାଇଖାନା ଓ ସ୍ବାସ୍ଥ୍ୟ ପରୀକ୍ଷାକୁ ସୂଚାରୁ ଭାବେ ପରିଚାଳନା କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିଲା। ଯେଉଁ ବିଦ୍ୟାଳୟର ସମସ୍ୟା ସମାଧାନରେ ପ୍ରଧାନଶିକ୍ଷକମାନେ ବିଫଳ ହେବେ, ସେମାନଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନିଶ୍ଚିତ ବୋଲି ଜିଲାପାଳ ସଚେତନ କରିଥିଲେ।

ଏହି ବୈଠକରେ ଜୟପୁର ଆଇଟିଡିଏ ପ୍ରକଳ୍ପ ପ୍ରଶାସିକା ତୃପ୍ତି ବରାଇ, କୋରାପୁଟ ପ୍ରକଳ୍ପ ପ୍ରଶାସିକା ସ୍ନେହପ୍ରଭା ମାଝୀ, ଜିଲାମଙ୍ଗଳ ଅଧିକାରୀ ସୁନୀଲ କୁମାର ତାଣ୍ଡିଙ୍କ ସହ ଅନ୍ୟାନ୍ୟ ଅଧିକାରୀ ଓ ସମସ୍ତ ମଙ୍ଗଳ ବିଭାଗ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri