ତ୍ରୁଟି ଥିଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ: ଚନ୍ଦ୍ରିକା

କଟକ,୩୧।୮(ସୁପ୍ରିୟା ପ୍ରିୟଦର୍ଶିନୀ)କଟକର ଏକ ଘରୋଇ ନର୍ସିଂହୋମ୍‌ରେ ଜଣେ ରୋଗୀଙ୍କୁ ଭୁଲ୍‌ ରକ୍ତ ଦିଆଯିବାରୁ ତାଙ୍କ ଅବସ୍ଥା ଗୁରୁତର ରହିଛି। ରେଡ୍‌କ୍ରସ୍‌ ବ୍ଲଡ୍‌ ବ୍ୟାଙ୍କ ପକ୍ଷରୁ ତାଙ୍କୁ ଭୁଲ୍‌ ରକ୍ତ ଦିଆଯାଇଥିବା ଅଭିଯୋଗ ହୋଇଥିଲା। ଏ ନେଇ ରେଡ୍‌କ୍ରସ୍‌ ବ୍ଲଡ୍‌ ବ୍ୟାଙ୍କ ନିର୍ଦ୍ଦେଶକ ଚନ୍ଦ୍ରିକା ପ୍ରସାଦ ଦାସ ପ୍ରତିକ୍ରିୟାରେ କହିଛନ୍ତି, ଏହି ଘଟଣାରେ ଯଦି ରେଡ୍‌କ୍ରସ୍‌ ପକ୍ଷରୁ କାହାରି ତ୍ରୁଟି ଥାଏ ତେବେ ତାଙ୍କ ବିରୋଧରେ ଅତି କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ। ରକ୍ତ ବଦଳିଥିବା ନେଇ ଅଭିଯୋଗ କରିଥିବା ବ୍ୟକ୍ତିଙ୍କୁ ରିପୋର୍ଟ ମଗାଯାଇଥିଲା। କିନ୍ତୁ ସେ ରିପୋର୍ଟ ଦେଇନାହାନ୍ତି। ତାଙ୍କଠାରୁ ରିପୋର୍ଟ ପାଇବା ପରେ ତଦନ୍ତ କରାଯିବ। ସବୁ ସାମ୍ପଲ ଦେଲେ ପୁନଃ ପରୀକ୍ଷା କରାଯିବ। ଘଟଣାକୁ ଗୁରୁତର ଭାବେ ଗ୍ରହଣ କରିଛୁ। ଏଥିସହ ରେଡ୍‌କ୍ରସ୍‌ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଥିବା ଦାସ କହିଛନ୍ତି।

ସୂଚନାଯୋଗ୍ୟ, କଟକର ଏକ ଘରୋଇ ଡାକ୍ତରଖାନାରେ ବିଭୂତି ଭୂଷଣ ଜେନା(୭୪) ଚିକିତ୍ସିତ ହେଉଥିଲେ। ଅସୁସ୍ଥତା ଓ ହେମୋଗ୍ଲୋବିନ କମିଯିବା କାରଣରୁ ବିଭୂତିଙ୍କୁ ଏ’ ପଜିଟିଭ ରକ୍ତର ଆବଶ୍ୟକତା ପଡ଼ିଥିଲା। ମଙ୍ଗଳବାର ପରିବାର ଲୋକେ ରେଡ୍‌କ୍ରସ୍‌ ବ୍ଲଡ୍‌ ବ୍ୟାଙ୍କରୁ ଏ’ ପଜିଟିଭ ରକ୍ତ ଆଣିଥିଲେ। ଯେତେବେଳେ ବିଭୂତିଙ୍କ ଶରୀରରେ ରକ୍ତ ଦିଆଯାଇଥିଲା, ସେତେବେଳେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ି ଯାଇଥିଲା। ଏହାପରେ ତାଙ୍କୁ ଦିଆଯାଇଥିବା ରକ୍ତର ଗ୍ରୁପ୍‌ ଟେଷ୍ଟ କରାଯାଇଥିଲା। ସେତେବେଳେ ଉକ୍ତ ରକ୍ତ ବି’ ପଜିଟିଭ ଜଣାପଡିଥିଲା। ଏନେଇ ରୋଗୀଙ୍କ ପୁଅ ଓ ଘରୋଇ ହସ୍ପିଟାଲର କର୍ମଚାରୀ ବ୍ଲଡ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ଏପରି କି ଲାଇଭ୍‌ ଟେଷ୍ଟ ପାଇଁ ମଧ୍ୟ କହିଥିଲେ। କିନ୍ତୁ ରେଡ୍‌କ୍ରସ୍‌ ପକ୍ଷରୁ କୌଣସି ସହଯୋଗ କରାଯାଇ ନ ଥିବା ସେମାନେ ଅଭିଯୋଗ କରିଥିଲେ। ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ତେବେ ରେଡ୍‌କ୍ରସର ଏଭଳି ଗୁରୁତର ଅବହେଳାକୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri