ତ୍ରୁଟି ଥିଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ: ଚନ୍ଦ୍ରିକା

କଟକ,୩୧।୮(ସୁପ୍ରିୟା ପ୍ରିୟଦର୍ଶିନୀ)କଟକର ଏକ ଘରୋଇ ନର୍ସିଂହୋମ୍‌ରେ ଜଣେ ରୋଗୀଙ୍କୁ ଭୁଲ୍‌ ରକ୍ତ ଦିଆଯିବାରୁ ତାଙ୍କ ଅବସ୍ଥା ଗୁରୁତର ରହିଛି। ରେଡ୍‌କ୍ରସ୍‌ ବ୍ଲଡ୍‌ ବ୍ୟାଙ୍କ ପକ୍ଷରୁ ତାଙ୍କୁ ଭୁଲ୍‌ ରକ୍ତ ଦିଆଯାଇଥିବା ଅଭିଯୋଗ ହୋଇଥିଲା। ଏ ନେଇ ରେଡ୍‌କ୍ରସ୍‌ ବ୍ଲଡ୍‌ ବ୍ୟାଙ୍କ ନିର୍ଦ୍ଦେଶକ ଚନ୍ଦ୍ରିକା ପ୍ରସାଦ ଦାସ ପ୍ରତିକ୍ରିୟାରେ କହିଛନ୍ତି, ଏହି ଘଟଣାରେ ଯଦି ରେଡ୍‌କ୍ରସ୍‌ ପକ୍ଷରୁ କାହାରି ତ୍ରୁଟି ଥାଏ ତେବେ ତାଙ୍କ ବିରୋଧରେ ଅତି କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ। ରକ୍ତ ବଦଳିଥିବା ନେଇ ଅଭିଯୋଗ କରିଥିବା ବ୍ୟକ୍ତିଙ୍କୁ ରିପୋର୍ଟ ମଗାଯାଇଥିଲା। କିନ୍ତୁ ସେ ରିପୋର୍ଟ ଦେଇନାହାନ୍ତି। ତାଙ୍କଠାରୁ ରିପୋର୍ଟ ପାଇବା ପରେ ତଦନ୍ତ କରାଯିବ। ସବୁ ସାମ୍ପଲ ଦେଲେ ପୁନଃ ପରୀକ୍ଷା କରାଯିବ। ଘଟଣାକୁ ଗୁରୁତର ଭାବେ ଗ୍ରହଣ କରିଛୁ। ଏଥିସହ ରେଡ୍‌କ୍ରସ୍‌ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଥିବା ଦାସ କହିଛନ୍ତି।

ସୂଚନାଯୋଗ୍ୟ, କଟକର ଏକ ଘରୋଇ ଡାକ୍ତରଖାନାରେ ବିଭୂତି ଭୂଷଣ ଜେନା(୭୪) ଚିକିତ୍ସିତ ହେଉଥିଲେ। ଅସୁସ୍ଥତା ଓ ହେମୋଗ୍ଲୋବିନ କମିଯିବା କାରଣରୁ ବିଭୂତିଙ୍କୁ ଏ’ ପଜିଟିଭ ରକ୍ତର ଆବଶ୍ୟକତା ପଡ଼ିଥିଲା। ମଙ୍ଗଳବାର ପରିବାର ଲୋକେ ରେଡ୍‌କ୍ରସ୍‌ ବ୍ଲଡ୍‌ ବ୍ୟାଙ୍କରୁ ଏ’ ପଜିଟିଭ ରକ୍ତ ଆଣିଥିଲେ। ଯେତେବେଳେ ବିଭୂତିଙ୍କ ଶରୀରରେ ରକ୍ତ ଦିଆଯାଇଥିଲା, ସେତେବେଳେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ି ଯାଇଥିଲା। ଏହାପରେ ତାଙ୍କୁ ଦିଆଯାଇଥିବା ରକ୍ତର ଗ୍ରୁପ୍‌ ଟେଷ୍ଟ କରାଯାଇଥିଲା। ସେତେବେଳେ ଉକ୍ତ ରକ୍ତ ବି’ ପଜିଟିଭ ଜଣାପଡିଥିଲା। ଏନେଇ ରୋଗୀଙ୍କ ପୁଅ ଓ ଘରୋଇ ହସ୍ପିଟାଲର କର୍ମଚାରୀ ବ୍ଲଡ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ଏପରି କି ଲାଇଭ୍‌ ଟେଷ୍ଟ ପାଇଁ ମଧ୍ୟ କହିଥିଲେ। କିନ୍ତୁ ରେଡ୍‌କ୍ରସ୍‌ ପକ୍ଷରୁ କୌଣସି ସହଯୋଗ କରାଯାଇ ନ ଥିବା ସେମାନେ ଅଭିଯୋଗ କରିଥିଲେ। ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ତେବେ ରେଡ୍‌କ୍ରସର ଏଭଳି ଗୁରୁତର ଅବହେଳାକୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?