ଆଚରଣବିଧି ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ମାର୍ଚ୍ଚ ୨୪ରେ ପୌର ନିର୍ବାଚନ। ୧୦୬ ମ୍ୟୁନିସିପାଲିଟି/ ଏନ୍‌ଏସି ଏବଂ ୩ ମହାନଗର ନିଗମ ଅଞ୍ଚଳବାସୀ ସେମାନଙ୍କ ପନପସନ୍ଦର ପ୍ରତିନିଧି ବାଛିବେ। ନିର୍ବାଚନକୁ ଅବାଧ, ନିରପେକ୍ଷ ଏବଂ ଶୃଙ୍ଖଳାର ସହ ସମାପନ କରିବା ଲାଗି ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ସମସ୍ତ ଜିଲାର ଜିଲାପାଳ ଏବଂ ଏସ୍‌ପିଙ୍କ ସହ ଭିଡିଓ କନ୍‌ଫରେନ୍ସରେ ଆଲୋଚନା କରିଛନ୍ତି। ନିର୍ବାଚନ ସମୟରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ହେଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ନିର୍ବାଚନ କମିଶନର ନିର୍ଦ୍ଦେଶ ଦେଇଛନ୍ତି।
ନିର୍ବାଚନରେ ସାମିଲ ହେବାକୁ ଥିବା କର୍ମଚାରୀଙ୍କୁ ଆବଶ୍ୟକ ପ୍ରଶିକ୍ଷଣ, ବ୍ୟବହୃତ ସାମଗ୍ରୀ ବିତରଣ, ବାଲଟ୍‌ ପେପର ପ୍ରସ୍ତୁତି, ଷ୍ଟ୍ରଙ୍ଗ୍‌ରୁମ୍‌ ସ୍ଥାପନ, ମତଗଣନା ଆଦି କାର୍ଯ୍ୟ ଯେଉଁ ଭଳି ସୁରୁଖୁରୁରେ ସମ୍ପାଦନ ହୋଇପାରିବ, ସେ ନେଇ ପୋଲିସ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂଶଲ ଏବଂ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଆର୍‌.କେ. ଶର୍ମା (ଆଇନଶୃଙ୍ଖଳା) ବିସ୍ତୃତ ଆଲୋଚନା କରିଛନ୍ତି। ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ରନାଥ ସାହୁ ଏବଂ ସ୍ବତନ୍ତ୍ର ସଚିବ ରଘୁରାମ ଆର୍‌. ଆୟର ପାୱାରପଏଣ୍ଟ ପ୍ରେଜେଣ୍ଟେଶନ ମାଧ୍ୟମରେ ଜିଲାପାଳ, ଏସ୍‌ପିଙ୍କୁ ବିଭିନ୍ନ ବିଷୟରେ ଅବଗତ କରାଇଥିଲେ। ନିର୍ବାଚନ ପାଇଁ ଆଦର୍ଶ ଆଚରଣବିଧି କଡ଼ାକଡ଼ି ଭାବେ ପାଳନ କରିବା ଏବଂ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି।
ପୌର ନିର୍ବାଚନରେ ୨ ପ୍ରକାରର ବାଲଟ୍‌ ପେପର ଇଭିଏମ୍‌ ବ୍ୟବହୃତ ହେବ। କାଉନ୍‌ସିଲର/କର୍ପୋରେଟର ପ୍ରାର୍ଥୀଙ୍କ ପାଇଁ ଗୋଲାପି ରଙ୍ଗର ଏବଂ ଅଧ୍ୟକ୍ଷ/ମେୟର ପ୍ରାର୍ଥୀଙ୍କ ନିମନ୍ତେ ହଳଦିଆ ରଙ୍ଗର ବାଲଟ୍‌ ବ୍ୟବହାର କରାଯିବ। ସେହିପରି ପ୍ରତି ବୁଥ୍‌ରେ କାଉନ୍‌ସିଲର/କର୍ପୋରେଟର ଏବଂ ଅଧ୍ୟକ୍ଷ/ମେୟରଙ୍କ ଲାଗି ଦୁଇଟି ପୃଥକ୍‌ ଇଭିଏମ୍‌ ରହିବ। ସୁବିଧାରେ ମତଦାନ ଲାଗି ଇଭିଏମ୍‌ର କଣ୍ଟ୍ରୋଲ ୟୁନିଟ୍‌ ଓ ବାଲଟ୍‌ ୟୁନିଟ୍‌ ଉପରେ ଅଠା ଥିବା ଷ୍ଟିକର ଲଗାଯିବ। କାଉନ୍‌ସିଲର/କର୍ପୋରେଟର ପଦବୀରେ ମତଦାନ ପାଇଁ ଇଭିଏମ୍‌ କଣ୍ଟ୍ରୋଲ ୟୁନିଟ୍‌ ଓ ବାଲଟ୍‌ ୟୁନିଟ୍‌ ଉପରେ ଗୋଲାପି ରଙ୍ଗର ଷ୍ଟିକର ଲଗାଯିବ। ସେହିପରି ଅଧ୍ୟକ୍ଷ/ମେୟର ପଦବୀରେ ମତଦାନ ପାଇଁ ହଳଦିଆ ରଙ୍ଗର ଷ୍ଟିକର ଲଗାଯିବ। ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ନାମ ଓଡ଼ିଆ ବର୍ଣ୍ଣମାଳା ଅନୁଯାୟୀ କ୍ରମାନୁସାରେ ରହିବ। ମତଦାନ ସମୟରେ ବୁଥ୍‌ରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। ଷ୍ଟ୍ରଙ୍ଗ୍‌ରୁମ୍‌ରେ ୨୪ ଘଣ୍ଟିଆ ପହରା ସହ ସିସିଟିଭି ଲଗାଯିବ। ଭୋଟଗଣତି ସମୟରେ ଏବଂ ଫଳାଫଳ ଘୋଷଣା ବେଳେ ପୋଲିସ ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ରହିବେ ବୋଲି ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଆର୍‌.କେ. ଶର୍ମା ସୂଚନା ଦେଇଛନ୍ତି। ଫେବୃୟାରୀରେ ଶେଷ ହୋଇଥିବା ପଞ୍ଚାୟତ ନିର୍ବାଚନକୁ ଜିଲାପାଳ ଏବଂ ଏସ୍‌ପିମାନେ ସଫଳତାର ସହ ଶେଷ କରିଥିବାରୁ ନିର୍ବାଚନ କମିଶନର, ପୋଲିସ ମହାନିର୍ଦ୍ଦେଶକ ସମସ୍ତଙ୍କୁ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri