ମଦ ପିଇ ଚଲାଇଲେ ଆକ୍ସନ, ହଳଦିଆପଦର ବସଷ୍ଟାଣ୍ଡରେ ଆମ ବସ ଡ୍ରାଇଭରଙ୍କୁ ଚେକିଂ

ଛତ୍ରପୁର, ୪/୧(ଦିଲ୍ଲୀପ ସାମଲ) : ଆଉ ଢ଼ିଲା ନାହିଁ । ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ପରିବହନ ବିଭାଗ ନିର୍ଦ୍ଦେଶ ପରେ ଆରମ୍ଭ ହେଲା ଆକ୍ସନ୍। ଏଣିକି ଆଉ ଅମାନିଆ ଆମ ବସ୍ ଡ୍ରାଇଭରଙ୍କୁ ମିିଳିବନି ଆଶ୍ବସ୍ତି। ରବିବାର ହଳଦିଆପଦର ବସଷ୍ଟାଣ୍ଡ ଠାରେ ଅଚାନକ୍ ଆମ ବସ ଗୁଡକୁ ଚଢ଼ାଉ କରି ଗଞ୍ଜାମ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଚେକିଂ କରାଯାଇଛି। ଡ୍ରାଇଭରଙ୍କ ପାଟିରେ ବ୍ରେଥଲର ମେସିନ ଲଗାଇ ଡ୍ରଙ୍କ ( ମଦ୍ୟପାନ ) ଏବଂ ବିଭିନ୍ନ ପ୍ରକାର ଚେକିଂ କରାଯାଇଛି। ଏହା ଦେଖି ବସ୍ ଚାଳକଙ୍କ ମଧ୍ୟରେ ଛନକା ଦେଖାଯାଇଛି ।

ଯେଉଁ ଡ୍ରାଇଭର ମଦ୍ୟପାନ କରି ଆମ ବସ୍ ଚଳାଉଥିବେ ତାଙ୍କ ବିରୁଦ୍ଧରେ ଆକ୍ସନ ହେବ । ଏହି ପ୍ରକ୍ରିୟା ଆଗକୁ ଜାରି ରହିବ ବୋଲି ଆରଟିଓ ଇଂ ଦେବାଶିଷ ସ୍ୱାଇଁ ସୂଚନା ଦେଇଛନ୍ତି । କ୍ରୁଟ ( କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ ) ପକ୍ଷରୁ ୨୦ ଟି ଆମ ବସ ଚାଲୁଅଛି । ଏହି ଚଢ଼ାଉ ବେଳେ ଗଞ୍ଜାମ ଆରଟିଓ ଇଂ ଦେବାଶିଷ ସ୍ୱାଇଁ, ଜୁନିୟର ଏମଭିଆଇ ତାରାକାନ୍ତ ନନ୍ଦଙ୍କ ସମେତ ଏନ୍ସଫୋର୍ସମେଣ୍ଟ ଟିମ ଉପସ୍ଥିତ ଥିଲେ । ସୂଚନା ଯୋଗ୍ୟ, ଶନିବାର ଭୁବନେଶ୍ୱରରେ ‘ଆମ ବସ୍’ ଦୁର୍ଘଟଣା ଯୋଗୁଁ ଜଣକ ମୃତ୍ୟୁ ଘଟିଥିଲା । ଯାହାଫଳରେ ପରିବହନ ବିଭାଗ ପକ୍ଷରୁ ଆକ୍ସନ ଆରମ୍ଭ ହୋଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri