ଦୁର୍ଘଟଣା କମାଇବାକୁ ଆଜିଠୁ କଡ଼ା ଚେକିଂ

ଭୁବନେଶ୍ୱର,୧ା୨(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ହ୍ରାସ କରାଇବା ପାଇଁ ପରିବହନ ବିଭାଗ ପକ୍ଷରୁ ଜୋର୍‌ଦାର ପ୍ରୟାସ ଆରମ୍ଭ ହୋଇଛି। ପ୍ରତ୍ୟେକ ବର୍ଷ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଥିବା କାରଣରୁ ରାଜ୍ୟ ସରକାରଙ୍କୁ ବାରମ୍ବାର ସୁପ୍ରିମକୋର୍ଟ କମିଟି ଆଗରେ ମଧ୍ୟ ଅପଦସ୍ଥ ହେବାକୁ ପଡୁଛି। ୨୫ ତାରିଖରେ ରାଜ୍ୟରେ ଗତ ୨ ବର୍ଷ ମଧ୍ୟରେ ଘଟିଥିବା ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟାର ତୁଳନାତ୍ମକ ଚିତ୍ର ଦେଖାଇ ଆଗକୁ ଏଥିପ୍ରତି ସଚେତନ ରହିବା ଲାଗି ଜିଲାପାଳ, ଏସ୍‌ପିଙ୍କଠାରୁ ଆରମ୍ଭ ଅନ୍ୟ ବରିଷ୍ଠ ଅଧିକାରୀମାନଙ୍କୁ ପରିବହନ ସଚିବ ବିଷ୍ଣୁପଦ ସେଠୀ ଚିଠି ଲେଖିଥିଲେ। ଉକ୍ତ ଚିଠିରେ ରାଜ୍ୟର ସମସ୍ତ ଆର୍‌ଟିଓ ଏବଂ ପୋଲିସ ମଧ୍ୟରେ ସମନ୍ବୟ ରଖି ସ୍ପେଶାଲ ଏନ୍‌ଫୋର୍ସମେଣ୍ଟ ଡ୍ରାଇଭ ଆରମ୍ଭ କରିବାକୁ କହିଥିଲେ। ଉକ୍ତ କାର୍ଯ୍ୟକ୍ରମ ମଙ୍ଗଳବାରଠାରୁ ଆରମ୍ଭକରି ଫେବୃୟାରୀ ଶେଷ ପର୍ଯ୍ୟନ୍ତ ଜାରି ରଖିବା ଲାଗି ସୋମବାର ପରିବହନ ସଚିବ ସବୁ ଜିଲାପାଳ, ଏସ୍‌ପି ଏବଂ ଅନ୍ୟ ଅଧିକାରୀମାନଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି।
ପରିବହନ ସଚିବ ତାଙ୍କ ଚିଠିରେ ଦର୍ଶାଇଛନ୍ତି, ସୁପ୍ରିମକୋର୍ଟ କମିଟିର ନିର୍ଦ୍ଦେଶ ଅନୁଯାୟୀ ପ୍ରତ୍ୟେକ ବର୍ଷ ଦୁର୍ଘଟଣାଜନିତ ମୃତ୍ୟୁ ୧୦ ପ୍ରତିଶତ ହ୍ରାସ କରିବା ଲାଗି ବାଧ୍ୟ କରାଯାଇଛି। ହେଲେ ୨୦୨୦ ଜାନୁୟାରୀରୁ ଅକ୍ଟୋବର ତୁଳନାରେ ୨୦୨୧ରେ ଏହି ସମୟ ମଧ୍ୟରେ ରାଜ୍ୟରେ ୧୨ ପ୍ରତିଶତରୁ ଅଧିକ ଦୁର୍ଘଟଣାଜନିତ ମୃତ୍ୟୁ ଘଟିଛି। ଡିସେମ୍ବରରୁ ଫେବୃୟାରୀ ମଧ୍ୟରେ ରାଜ୍ୟରେ ବେଶି ଦୁର୍ଘଟଣାଜନିତ ମୃତ୍ୟୁ ହୋଇଛି। ଏହି ସମୟରେ ଲୋକମାନେ ବେଶି ପିକ୍‌ନିକ୍‌ ଯାଉଥିବା ବେଳେ କୁହୁଡ଼ି କାରଣରୁ ଏଭଳି ସ୍ଥିତି ବେଶି ଉପୁଜୁଛି। ତେଣୁ ଏହି ସମୟରେ ସଡ଼କ ସୁରକ୍ଷା ଦିଗରେ ଗୁରୁତ୍ୱ ଦେବା ଆବଶ୍ୟକ। ବିଭାଗୀୟ ବୈଠକ ଅନୁଯାୟୀ ଫେବୃୟାରୀ ୧ରୁ ୨୮ ତାରିଖ ପର୍ଯ୍ୟନ୍ତ ମାସେ ବ୍ୟାପୀ ସ୍ପେଶିଆଲ ଏନ୍‌ଫୋର୍ସମେଣ୍ଟ ଡ୍ରାଇଭ କରିବାକୁ କୁହାଯାଇଛି। ପୋଲିସ ଏବଂ ଆର୍‌ଟିଓ ମିଳିତ ଭାବେ ସଡ଼କ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ। ଏହାସହ ସଡ଼କ ଦୁର୍ଘଟଣା ଏବଂ ମୃତ୍ୟୁ ସଂଖ୍ୟା ହ୍ରାସ କରିବା ଲାଗି ଚେଷ୍ଟା କରିବେ। ତେଣୁ ଜଏଣ୍ଟ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ଜିଲାସ୍ତରରେ ଗଠନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାତ୍ରି ସମୟରେ ମଧ୍ୟ ଏହି ଜଏଣ୍ଟ ସ୍କ୍ବାଡ୍‌ ଟ୍ରାଫିକ ଉଲ୍ଲଂଘନକାରୀଙ୍କୁ ଧରିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାତି ସମୟରେ ଏନ୍‌ଏଚ୍‌ ଉପରେ କୌଣସି ଗାଡ଼ି ଯେପରି ପାର୍କିଂ କରା ନ ଯାଏ ସେଥିପ୍ରତି ମଧ୍ୟ ଗୁରୁତ୍ୱ ଦେବାକୁ କୁହାଯାଇଛି। ଆର୍‌ଟିଓ ପକ୍ଷରୁ ପ୍ରତ୍ୟେକ ସପ୍ତାହରେ ରିପୋର୍ଟ ପ୍ରସ୍ତୁତକରି ପରିବହନ କମିଶନରଙ୍କୁ ପ୍ରଦାନ କରିବାକୁ କୁହାଯାଇଛି। ୪ ସପ୍ତାହରେ ୪ଟି ରିପୋର୍ଟ ପ୍ରସ୍ତୁତକରି ଆର୍‌ଟିଓମାନେ ପ୍ରଦାନ କରିବେ। ଦ୍ରୁତ ଗାଡ଼ିଚାଳନା, ମଦ୍ୟପାନ କରି ଗାଡ଼ି ଚଳାଇବା, ହେଲ୍‌ମେଟ୍‌ ନ ପିନ୍ଧିବା, ଗାଡ଼ି ଚଳାଇବା ସମୟରେ ମୋବାଇଲ ଫୋନ୍‌ ବ୍ୟବହାର କରିବା, ରାସ୍ତାକଡ଼ରେ ପାର୍କିଂ ଆଦି କାର୍ଯ୍ୟ ଉପରେ ଦୃଷ୍ଟି ରଖି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପରିବହନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri