ଦୁର୍ଘଟଣା ରୋକିବା ପାଇଁ କଡ଼ାକଡ଼ି ଯାଞ୍ଚ ହେବ

ନୂଆପଡ଼ା,୬ା୭ (ମକାରୁ ବେମାଲ)-ନୂଆପଡ଼ା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶନିବାର ଜିଲା ରାଜସ୍ବ ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ମଧୁସୂଦନ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବନଖଣ୍ଡ ଅଧିକାରୀ ଖରିଆର ଅଜିଜ ଖାନ, ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଇତ, ଉପଜିଲାପାଳ ସର୍ମି ସୋରେନ, ଡେପୁଟି କଲେକ୍ଟର ଶେଖ ନସିମ, ହେମନ୍ତ ପୁଟା, ପ୍ରବୀର କୁମାର ଦଣ୍ଡସେନା, ସମସ୍ତ ତହସିଲଦାର, ବିଭିନ୍ନ ବିଭାଗର ଯନ୍ତ୍ରୀ, ଖଣି ଅଧିକାରୀ, ଅବକାରୀ ଅଧୀକ୍ଷକ ପ୍ରମୁଖ ଯୋଗଦେଇଥିଲେ। ଦୁର୍ଘଟଣା ରୋକିବା ପାଇଁ କଡ଼ାକଡ଼ି ଯାଞ୍ଚ ହେବ ବୋଲି ଜିଲାପାଳ କହିଥିଲେ। ସମୀକ୍ଷାରୁ ଜଣାପଡିଲା ଯେ, ଚଳିତ ଆର୍ଥିକବର୍ଷ ୨୦୨୫ ଜୁନ୍‌଼ ପର୍ଯ୍ୟନ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କ ଦ୍ୱାରା ୩,୫୪,୧୦,୦୦୦ ଟଙ୍କା ରାଜସ୍ବ ସଂଗ୍ରହ ହୋଇଛି। ରାସ୍ତା ଦୁର୍ଘଟଣାରେ ବିଶେଷକରି ବାଇକ୍‌ ଚାଳକ ଯୁବବର୍ଗଙ୍କ ଜୀବନ ହାନି ଘଟୁଛି। ମଦ୍ୟପାନ ଓ ବିନା ହେଲ୍‌ମେଟ୍‌ରେ ବାଇକ୍‌ ଚାଳନା ଉପରେ କଡ଼ା ପଦକ୍ଷେପ ଗ୍ରହଣ କରିବାକୁ ନିଷ୍ପତ୍ତି ହୋଇଥିଲା। ଅବକାରୀ ବିଭାଗ ଦ୍ୱାରା ଜୁନ ସୁଦ୍ଧା ୪ କୋଟି ୭୭ ଲକ୍ଷ ଟଙ୍କା ରାଜସ୍ବ ସଂଗ୍ରହ ହୋଇଥିବା ଜଣାପଡିଥିଲା। ବେଆଇନ ମଦ କୋଠି, କଫ ସିରପ, ଗଞ୍ଜେଇ କାରବାରକୁ ଦୃଢ଼ହସ୍ତରେ ଦମନକରି କେସ୍‌ ସଂଖ୍ୟା ବଢାଇବା ପାଇଁ ଜିଲାପାଳ ଅବକାରୀ ଅଧୀକ୍ଷକଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜିଲାର ବାଲି, ମୋରମ, ପଥର ଖାଦାନରୁ ନିୟମିତ ରାଜସ୍ବ ସଂଗ୍ରହ ହେବ। ମାଇନିଂ, ପୋଲିସ ଓ ତହସିଲ ବିଭାଗ ମିଳିତ ଭାବରେ ରେଡ୍‌ କରିବେ। ଖଣି ବିଭାଗ ଜୁନ୍‌ ସୁଦ୍ଧା ୧ କୋଟି ୫୦ ଲକ୍ଷ ଟଙ୍କା ରାଜସ୍ବ ଦେଇଛନ୍ତି। ସେହିପରି ଜିଲା ଉପ ନିବନ୍ଧକଙ୍କ କାର୍ଯ୍ୟାଳୟ ପକ୍ଷରୁ ଗତମାସ ଶେଷ ସୁଦ୍ଧା ୧,୭୨,୪୧,୦୦୦ ଟଙ୍କା ଆଦାୟ ହୋଇଥିବା ସୂଚନା ଦିଆଯାଇଥିଲା। ଏନ୍‌ଏସି ନିର୍ବାହୀ ଅଧିକାରୀମାନେ ତହସିଲଦାରଙ୍କ ସହଯୋଗରେ ସହରାଞ୍ଚଳ ରାସ୍ତାଘାଟରୁ ଜବରଦଖଲ ଉଚ୍ଛେଦ କରିବେ ବୋଲି ନିଷ୍ପତ୍ତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…

ନୂଆଦିଲ୍‌ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ...

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

୨୫ରୁ କୂର୍ମୀ କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ମହାସଭା: ଘୁମୁସର ବୀର ଚକରାଙ୍କ ଇତିହାସ ଜାଣିବେ

ଭଞ୍ଜନଗର,୭।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ...

ଶୀତରେ ଥରୁଛି ଜି. ଉଦୟଗିରି: ଲୋକଙ୍କ ପାଇଁ ନିଆଁ ହିଁ ସାହା ଭରସା

ଜି.ଉଦୟଗିରି,୭।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସବୁଜ ସୁନ୍ଦର ଚତୁଃପାର୍ଶ୍ୱରେ ପାହାଡ଼ ପର୍ବତ ଘେରି ରହିଥିବା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ ତାପମାତ୍ରା...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

ରବିବାର ବି ଇଣ୍ଡିଗୋର ୨୨୦ରୁ ଅଧିକ ବିମାନ ରଦ୍ଦ, ସରକାରଙ୍କ ନିର୍ଦ୍ଦେଶ ରାତି ୮ଟା ସୁଦ୍ଧା ଫେରାନ୍ତୁ ଟଙ୍କା

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ଏୟାରଲାଇନ୍ସର କାର୍ଯ୍ୟକ୍ଷମ ସଙ୍କଟ ସମାଧାନ ଏବଂ ସ୍ବାଭାବିକତା ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରହିଛି। ତଥାପି, ଏହି ସଙ୍କଟ ଲଗାତାର ଷଷ୍ଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri